ETV Bharat / state

୫୧ ହଜାର ନବ ନିଯୁକ୍ତ କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ଦେବେ ପ୍ରଧାନମନ୍ତ୍ରୀ, ଭୁବନେଶ୍ବରରୁ ୧୬୦ ଜଣ - କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଆସନ୍ତାକାଲି 51 ହଜାର ନବ ନିଯୁକ୍ତ କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ଦେବେ ପ୍ରଧାନମନ୍ତ୍ରୀ । ଭୁବନେଶ୍ବରରେ ୧୬୦ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିବେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅଧିକ ପଢ଼ନ୍ତୁ

ରୋଜଗାର ମେଳା
ରୋଜଗାର ମେଳା
author img

By ETV Bharat Odisha Team

Published : Oct 27, 2023, 9:45 PM IST

ଭୁବନେଶ୍ବର: ରୋଜଗାର ମେଳା ଅଧୀନରେ ସରକାରୀ ବିଭାଗ ଏବଂ ବିଭିନ୍ନ ଅନୁଷ୍ଠାନରେ ପ୍ରାୟ ୫୧ ହଜାର ନବ ନିଯୁକ୍ତ କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ । ଭୁବନେଶ୍ୱରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ୧୬୦ରୁ ଅଧିକ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ର ରାଷ୍ଟ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ କଟକ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ୧୧୦ରୁ ଅଧିକ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ । ସେହିଭଳି ବିଶାଖାପାଟନମ୍ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ୮୦ ରୁ ଅଧିକ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରାଯିବ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆସନ୍ତାକାଲି ପୂର୍ବାହ୍ନ ୧ ଟା ସମୟରେ ନୂତନ ଭାବରେ ନିଯୁକ୍ତ କର୍ମଚାରୀଙ୍କୁ ପ୍ରାୟ ୫୧ ହଜାର ନିଯୁକ୍ତି ପତ୍ର ବଣ୍ଟନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଏହି ନବ ନିଯୁକ୍ତ କର୍ମଚାରୀମାନଙ୍କୁ ସମ୍ବୋଧିତ କରିବେ। ରୋଜଗାର ସୃଷ୍ଟି ପାଇଁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତା ପୂରଣ ଦିଗରେ ରୋଜଗାର ମେଳା ଏକ ପଦକ୍ଷେପ । ରୋଜଗାର ମେଳା ଆଗାମୀ ନିଯୁକ୍ତି ସୃଷ୍ଟିରେ ଏକ ଉଲ୍ଲେଖନୀୟ ପଦକ୍ଷେପ ଭାବରେ କାର୍ଯ୍ୟ କରିବ । ଏହି ମେଳା ଯୁବକମାନଙ୍କୁ ସେମାନଙ୍କର ସଶକ୍ତିକରଣ ଏବଂ ଜାତୀୟ ବିକାଶରେ ଅଂଶଗ୍ରହଣ ପାଇଁ ଉପଯୁକ୍ତ ସୁଯୋଗ ପ୍ରଦାନ କରିବ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ।

ଏହା ମଧ୍ୟ ପଢନ୍ତୁ...Aparajita On Pandian VRS: ‘ଏହି ବାବୁ ପୁରା ଶାସନ ବ୍ୟବସ୍ଥାକୁ ହାଇଜାକ କରିଛନ୍ତି’

ଦେଶର ବିଭିନ୍ନ ସ୍ଥାନରୁ ମନୋନୀତ ହୋଇଥିବା ଏହି ନୂତନ କର୍ମଚାରୀମାନେ ଟ୍ରେନ୍ ମ୍ୟାନେଜର, ଷ୍ଟେସନ ମାଷ୍ଟର, ସିନିୟର କମର୍ସିଆଲ୍ କମ୍ ଟିକେଟ୍ କ୍ଲର୍କ, ଇନ୍ସପେକ୍ଟର, ସବ୍ ଇନ୍ସପେକ୍ଟର, କନଷ୍ଟେବଳ, ଷ୍ଟେନୋଗ୍ରାଫର, ଜୁନିଅର ଆକାଉଣ୍ଟାଣ୍ଟ, ଡାକ ସହାୟକ, ଇନକମ୍ ଟାକ୍ସ ଇନସପେକ୍ଟର ପରି ବିଭିନ୍ନ ପଦ ପଦବୀରେ ଯୋଗଦେବେ । ଏହାସହି ଟ୍ୟାକ୍ସ ଇନ୍ସପେକ୍ଟର, ଟ୍ୟାକ୍ସ ଆସିଷ୍ଟାଣ୍ଟ, ସିନିୟର ଡ୍ରଟସମ୍ୟାନ୍, ଜେଇ, ସୁପରଭାଇଜର, ଆସିଷ୍ଟାଣ୍ଟ ପ୍ରଫେସର, ଶିକ୍ଷକ, ଲାଇବ୍ରେରିଆନ୍, ନର୍ସ, ପ୍ରୋବେସନାରୀ ଅଫିସର, ପିଏ, ଏମଟିଏସ ଓ ଆହୁରି ଅନେକ ନିଯୁକ୍ତିରେ ଯୋଗ ଦେବେ । ନୂତନ ଭାବେ ନିଯୁକ୍ତ କର୍ମଚାରୀମାନେ ମଧ୍ୟ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ତାଲିମ ଗ୍ରହଣ କରିବାର ସୁଯୋଗ ପାଇବେ। ଯାହା ବିଭିନ୍ନ ସରକାରୀ ବିଭାଗର ସମସ୍ତ ନୂତନ ନିଯୁକ୍ତ କର୍ମଚାରୀଙ୍କ ପାଇଁ ଏକ ଅନଲାଇନ୍ ଓରିଏଣ୍ଟେସନ୍ ପାଠ୍ୟକ୍ରମ ଅଟେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.