ETV Bharat / state

ରାଜ୍ୟରେ ଗଡିଲା ଦ୍ଵିତୀୟ ବନ୍ଦେ ଭାରତ ଏକ୍ସପ୍ରେସ, ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

author img

By ETV Bharat Odisha Team

Published : Sep 24, 2023, 1:20 PM IST

Updated : Sep 24, 2023, 3:59 PM IST

ପୁରୀ ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ। ଅଧିକ ପଢନ୍ତୁ

ଓଡିଶାକୁ ମିଳିଲା ଦ୍ବିତୀୟ ବନ୍ଦେ ଭାରତ ଏକ୍ସପ୍ରେସ

ଭୁବନେଶ୍ବର: ଓଡିଶାକୁ ମିଳିଲା ଦ୍ବିତୀୟ ବନ୍ଦେ ଭାରତ ଏକ୍ସପ୍ରେସ। ନୂଆଦିଲ୍ଲୀରୁ ଭିଡିଓ କନଫରେସିଂ ଯୋଗେ ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ୍ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନେରନ୍ଦ୍ର ମୋଦି। ଭୁବନେଶ୍ବର ରେଳ ଷ୍ଟେସନରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଜରିଆରେ ସବୁଜ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ । ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ୍ ସମେତ ମୋଟ 9ଟି ଟ୍ରେନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ।

ଉଦଘାଟନ ସମୟରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ, ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ୍‌ ନୂଆ ଭାରତର ନୂଆ ଜୋସ, ନୂଆ ଉତ୍ସାହ ଏବଂ ନୂଆ ଆଶାର ପ୍ରତୀକ । ଏହି ଟ୍ରେନ ସଂଯୋଗ କରୁଥିବା ରାଜ୍ୟ ଗୁଡ଼ିକରେ ଆର୍ଥିକ ସ୍ଥିତି ଓ ପର୍ଯ୍ୟଟନରେ ଲାଭଦାୟକ ହେବ । ଯେଉଁଠି ବନ୍ଦେ ଭାରତ ଏକ୍ସପ୍ରେସ ଚଳାଚଳ କରୁଛି ସେଇଠି ପର୍ଯ୍ୟଟକଙ୍କ ସଂଖ୍ୟା ବଢୁଛି । ଏକ କୋଟି 11 ଲକ୍ଷରୁ ଅଧିକ ଲୋକ ବର୍ତ୍ତମାନ ଏହି ଟ୍ରେନରେ ଯାତାୟତ କରସାରିଲେଣି । ଏହି ସଂଖ୍ୟା ଆଗକୁ ମଧ୍ୟ ବୃଦ୍ଧି ପାଇବ । ପୂର୍ବରୁ ଦେଶରେ 25ଟି ବନ୍ଦେ ଭାରତ ଚଳାଚଳ କରୁଥିବା ବେଳେ ଏଥିରେ ଆଉ 9ଟି ଆଜି ସାମିଲ ହୋଇଛି ।

ବନ୍ଦେ ଭାରତ ହେଉଛି ଭାରତର ପ୍ରଥମ ସ୍ୱଦେଶୀ ଜ୍ଞାନ କୌଶଳରେ ନିର୍ମିତ ସେମି ହାଇ ସ୍ପିଡ୍ ଟ୍ରେନ୍‌ । ଏହା ଯାତ୍ରୀମାନଙ୍କୁ ଏକ ନୂତନ ଯାତ୍ରା ଅଭିଜ୍ଞତା ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି । ବନ୍ଦେ ଭାରତ ଏକ୍ସପ୍ରେସ୍‌ ଉନ୍ନତ ମାନର ଵିଶେଶ୍ୱତଃ ସହ ଆରାମଦାୟକ ଯାତ୍ରାର ଅନୁଭୁତି ପ୍ରଦାନ କରିଥାଏ । ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ୍ ଭୁବନେଶ୍ୱର, କଟକ ଏବଂ ସମ୍ବଲପୁରକୁ ସଂଯୋଗ କରିବ । ଏହା ପୁରୀ ଏବଂ ରାଉରକେଲା ମଧ୍ୟରେ ଯାତ୍ରା ସମୟକୁ ଯଥେଷ୍ଟ ଭାବରେ ହ୍ରାସ କରିବ । ତୀର୍ଥଯାତ୍ରୀ, ବ୍ୟବସାୟୀ, ଛାତ୍ର ଏବଂ ପର୍ଯ୍ୟଟକଙ୍କ ପାଇଁ ବେଶ ଲାଭଦାୟକ ହେବ ଓଡିଶାର ଦ୍ବିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ।

ଏହା ମଧ୍ୟ ପଢନ୍ତୁ-ଆଜିଠୁ ପୁରୀରୁ ରାଉରକେଲାକୁ ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ, ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ଶନିବାର ବ୍ୟତୀତ ସପ୍ତାହରେ ଛଅ ଦିନ ଚାଲିବ ଏହି ଏକ୍ସପ୍ରେସ । ପୁରୀରୁ ରାଉରକେଲା ପର୍ଯ୍ୟନ୍ତ 7 ଘଣ୍ଟା 45 ମିନିଟରେ 505 କିଲୋମିଟର ଦୂରତା ଅତିକ୍ରମ କରିବ ଏହି ଟ୍ରେନ । ଟ୍ରେନ୍ ସଂଖ୍ୟା 20836 ପୁରୀ- ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ ପୁରୀରୁ ସକାଳ 5ଟାରୁ ଯାତ୍ରା ଆରମ୍ଭ କରିବ ଏବଂ ସେହି ଦିନ 12: 45 ରେ ରାଉରକେଲାରେ ପହଞ୍ଚିବ । 20835 ରାଉରକେଲା- ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ 2ଟା10ରୁ ରାଉରକେଲା ଛାଡ଼ି ସେହି ଦିନ 9ଟା 40 ମିନିଟରେ ପୁରୀରେ ପହଞ୍ଚିବ । ଏହି ଟ୍ରେନଟି ଖୋର୍ଦ୍ଧା ରୋଡ୍‌, ଭୁବନେଶ୍ୱର, କଟକ, ଢ଼େଙ୍କାନାଳ, ତାଳଚେର ରୋଡ, ଅନଗୁଳ, ରେଢ଼ାଖୋଲ, ସମ୍ବଲପୁର ସହର ଏବଂ ଝାରସୁଗୁଡା ଷ୍ଟେସନରେ ରହିବ । ପୁରୀ-ରାଉରକେଲା ମଧ୍ୟରେ ଚାଲୁଥିବା ଅନ୍ୟାନ ଟ୍ରେନ୍‌ମାନଙ୍କ ତୁଳନାରେ ଏହି ଟ୍ରେନ ଯାତ୍ରା ସମୟକୁ ଯଥେଷ୍ଟ ହ୍ରାସ କରିବ । ଏହା ଉପକୂଳ, ମଧ୍ୟ ଏବଂ ପଶ୍ଚିମ ଓଡ଼ିଶାର ଜିଲ୍ଲା ଗୁଡିକୁ ସଂଯୋଗ କରିବ। ଏଥିସହ ଯାତ୍ରୀଙ୍କୁ ଆରାମଦାୟକ, ସୁଗମ, ନିରାପଦ ଟ୍ରେନ୍ ଯାତ୍ରା କରିବାର ସ୍ୱପ୍ନକୁ ପୂରଣ କରିବ।

ଆଜିର ଉଦଘାଟନି କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ବିଜେପି ସାଂସଦ ଅପରାଜିତା ଷଡଙ୍ଗୀ, କଂଗ୍ରେସ ବିଧାୟକ ସୁର ରାଉତରୟ, ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର, ବିଜେପି ବିଧାୟକ ମୁକେଶ ମହାଲିଙ୍ଗ, ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ଏବଂ ବିଜେଡି ତଥା ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ଜେନା ପ୍ରମୁଖ ଉପସ୍ଥିତ ଅଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Sep 24, 2023, 3:59 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.