ETV Bharat / state

ରାଷ୍ଟ୍ରପତିଙ୍କ ୨ଦିନିଆ ଓଡ଼ିଶା ଗସ୍ତ, ତୃଟିଶୂନ୍ୟ ବ୍ୟବସ୍ଥା ଉପରେ ସିଏସ୍‌ଙ୍କ ଗୁରୁତ୍ୱ

ଆସନ୍ତା ଫେବୃଆରୀ ୧୦ ଓ ୧୧ ତାରିଖରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏନେଇ ପ୍ରଶାସନିକସ୍ତରରେ ପ୍ରସ୍ତୁତି ପ୍ରକ୍ରିୟା ଆରମ୍ଭ ହୋଇଛି । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏ ସଂପର୍କିତ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଅଧିକ ପଢ଼ନ୍ତୁ

author img

By

Published : Feb 6, 2023, 9:12 PM IST

ରାଷ୍ଟ୍ରପତିଙ୍କ ୨ ଦିନିଆ ଓଡ଼ିଶା ଗସ୍ତ ନେଇ ପ୍ରସ୍ତୁତି ବୈଠକ

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୨ ଦିନିଆ ଗସ୍ତକୁ ନେଇ ପ୍ରଶାସନିକସ୍ତରରେ ପ୍ରସ୍ତୁତି ପ୍ରକ୍ରିୟା ଆରମ୍ଭ ହୋଇଛି । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏ ସଂପର୍କିତ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ସଚିବାଳୟ ସମ୍ମିଳନୀ କକ୍ଷରେ ଏହି ବୈଠକ ଅନୁଷ୍ଠିତ ହୋଇଛି । ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ସମସ୍ତ ଆନୁସଙ୍ଗିକ ପ୍ରସ୍ତୁତି ଶେଷ କରିବାକୁ ସିଏସ୍‌ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ପ୍ରସ୍ତୁତି ତଦାରଖ ପାଇଁ ବରିଷ୍ଠ ଅଧିକାରୀମାନଙ୍କୁ ଦାୟିତ୍ବ ଦେଇଛନ୍ତି । ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମକୁ ତୃଟିଶୂନ୍ୟ କରିବା ଉପରେ ମୁଖ୍ୟ ଶାସନ ସଚିବ ଗୁରୁତ୍ବାରୋପ କରିଛନ୍ତି ।

ଏହି ବୈଠକରେ ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ସଂପର୍କରେ ସୂଚନା ଦେଇଛନ୍ତି ଗୃହ ବିଭାଗ ସ୍ବତନ୍ତ୍ର ସଚିବ ସନ୍ତୋଷ ବାଲା । ଏ ପର୍ଯ୍ୟନ୍ତ ରାଷ୍ଟ୍ରପତିଙ୍କ ତିନୋଟି ସାଧାରଣ କାର୍ଯ୍ୟକ୍ରମ ସଂପର୍କିତ ଗସ୍ତ ସୂଚନା ମିଳିଛି । ରାଷ୍ଟ୍ରପତି ଆସନ୍ତା ୧୦ ତାରିଖରେ ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରେ ପହଞ୍ଚିବେ । ପରେ ଉତ୍କଳ ମଣ୍ଡପରେ ଜ୍ଞାନପ୍ରଭା ମିଶନ ପକ୍ଷରୁ ଆୟୋଜିତ ପ୍ରତିଷ୍ଠା ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟସୂଚୀ ରହିଛି । ମଧ୍ୟାନ୍ନ ବିରତି ପରେ ରମାଦେବୀ ମହିଳା ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ମଧ୍ୟ ଯୋଗଦେବେ । ଏହା ପରେ ରାଷ୍ଟ୍ରପତି ରାଜଭବନରେ ରାତ୍ରି ଯାପନ କରିବେ ।

ସେହିଭଳି ଏହା ପରଦିନ ଅର୍ଥାତ୍ ୧୧ ତାରିଖ ସକାଳ ସମୟରେ ଲିଙ୍ଗରାଜ ମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି । ଏହାପରେ କଟକ ଗସ୍ତକରି ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଦ୍ବିତୀୟ ଭାରତୀୟ ଧାନ କଂଗ୍ରେସକୁ ଉଦଘାଟନ କରିବେ । ଏହାପରେ ସେହିଦିନ ଭୁବନେଶ୍ବର ବିମାନ ବନ୍ଦରୁ ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ । ରାଷ୍ଟ୍ରପତିଙ୍କ ଏହି ଗସ୍ତ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ସୁରକ୍ଷା, ଆତିଥେୟତା, ଯାନବାହାନ ଓ ବାରକେଡ ବ୍ୟବସ୍ଥା, ଅଗ୍ନିଶମ, ସ୍ବାସ୍ଥ୍ୟ, ନିରବଚ୍ଛିନ୍ନ ଜଳ ଓ ବିଦ୍ୟୁତ ଯୋଗାଣ, ଯୋଗାଯୋଗ, ଗଣମାଧ୍ୟମ ଆଦି ପରିଚାଳନା ସଂପର୍କରେ ବୈଠକରେ ଆଲୋଚନା ହୋଇଛି ।

ସମସ୍ତ ପ୍ରସ୍ତୁତି ଉପରେ ନଜର ରଖିବା ସହ ଆବଶ୍ୟକସ୍ଥଳେ ମଞ୍ଚ ସାଜସଜ୍ଜା ଓ ବୈଠକରେ ଯୋଗ ଦେଉଥିବା ବ୍ୟକ୍ତି ବିଶେଷଙ୍କ ଆସନ ଗ୍ରହଣ ବ୍ୟବସ୍ଥା ସଂପର୍କରେ ଗୃହ ଓ ବରିଷ୍ଠ ପୋଲିସ ଅଧିକାରୀମାନଙ୍କ ସହ ନିରନ୍ତର ଯୋଗସୂତ୍ର ରକ୍ଷା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ଦାୟିତ୍ବରେ ନିୟୋଜିତ ଅଧିକାରୀ, ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଉଥିବା ଅତିଥି ଏବଂ ସାକ୍ଷାତ କରିବାକୁ ଥିବା ବ୍ୟକ୍ତି ବିଶେଷଜ୍ଞ ୭୨ ଘଣ୍ଟା ପୂର୍ବରୁ RT-PCR ପରୀକ୍ଷା ସହ ମାସ୍କ ପରିଧାନକୁ ବାଧ୍ୟତାମୂଳକ କରାଯାଇଛି । ବୈଠକରେ ଅତିରିକ୍ତ ଶାସନ ସଚିବ ଦେଓରଞ୍ଜନ କୁମାର ସିଂଙ୍କ ସମେତ ପ୍ରମୁଖ ଶାସନ ସଚିବ, ସଚିବ, ଗୃହ, ପୋଲିସ, ଗୋଇନ୍ଦା ଏବଂ ଅନ୍ୟାନ୍ୟ ବିଭାଗର ବିଭାଗୀୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.