ETV Bharat / state

ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ ପାଇଁ ପ୍ରଶାସନିକ ପ୍ରସ୍ତୁତି, ତ୍ରୁଟିଶୂନ୍ୟ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ

author img

By

Published : Nov 2, 2022, 11:01 PM IST

ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ପୂର୍ବରୁ ବ୍ୟାପକ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି । ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରସ୍ତୁତି କମିଟି ବୈଠକ ଅନୁଷ୍ଠିତ ହୋଇଛି । ଅଧିକ ପଢ଼ନ୍ତୁ

preparatory meeting held in lok seva Bhawan ahead of president visit to Odisha
ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ପାଇଁ ପ୍ରଶାସନିକ ପ୍ରସ୍ତୁତି, ତ୍ରୁଟିଶୂନ୍ୟ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ପୂର୍ବରୁ ବ୍ୟାପକ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି । ଏଥିପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରସ୍ତୁତି କମିଟି ବୈଠକ ଅନୁଷ୍ଠିତ ହୋଇଛି । ଲୋକସେବା ଭବନରେ ଅନୁଷ୍ଠିତ ଏହି ବୈଠକରେ ଗୃହ ବିଭାଗ ସ୍ବତନ୍ତ୍ର ଶାସନ ସଚିବ ସନ୍ତୋଷ ବାଳା ରାଷ୍ଟ୍ରପତିଙ୍କ ଗସ୍ତ ସମ୍ବନ୍ଧିତ ପ୍ରାଥମିକ ସୂଚନା ଉପସ୍ଥାପନ କରିଛନ୍ତି ।

ରାଷ୍ଟ୍ରପତି ଭବନରୁ ପ୍ରାପ୍ତ ପ୍ରାରମ୍ଭିକ ସୂଚନା ଭିତ୍ତିରେ ଗସ୍ତ କରିବାକୁ ଥିବା ସମସ୍ତ ସ୍ଥାନରେ ନିର୍ଦ୍ଧାରିତ ପ୍ରୋଟୋକଲ୍ ଏବଂ କାର୍ଯ୍ୟକ୍ରମ ପାଇଁ ଆବଶ୍ୟକ ସମସ୍ତ ବ୍ୟବସ୍ଥା ତୃଟି ଶୂନ୍ୟ କରିବା ପାଇଁ ମୁଖ୍ୟ ଶାସନ ସଚିବ ପୋଲିସ ବିଭାଗ, ପୁରୀ ଜିଲ୍ଲା ପ୍ରଶାସନ, ଖୋର୍ଦ୍ଧା ଜିଲ୍ଲା ପ୍ରଶାସନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ବୈଠକରେ ମୁଖ୍ୟତଃ ରାଷ୍ଟ୍ରପତିଙ୍କ ଗସ୍ତ, ରହଣୀ ଓ ସଭା ଆଦି ସମୟରେ ଗାର୍ଡ ଅଫ୍ ଅନର, ଜାତୀୟ ସଂଗୀତ, ବାରିକେଡ୍, ନିରାପତ୍ତା, ସ୍ବାସ୍ଥ୍ୟସେବା, ଅଗ୍ନିଶମ ସେବା, ଇଣ୍ଟରନେଟ୍ ଓ ଟେଲି ଯୋଗାଯୋଗ, ବୈଷୟିକ ଉପକରଣ, ଟ୍ରାଫିକ୍ ପରିଚାଳନା, ସାଧାରଣ ଆଇନ୍ ଶୃଙ୍ଖଳା, ଗଣମାଧ୍ୟମ ପାଇଁ ଅନୁମତି ଆଦି ବିଷୟରେ ଆଲୋଚନା ହୋଇଛି ।

ରାଷ୍ଟ୍ରପତି ଗସ୍ତ କରିବାକୁ ଥିବା ପ୍ରତି ସ୍ଥାନରେ ପୋଲିସ୍ ଏବଂ ସଂପୃକ୍ତ ବିଭାଗର ନୋଡାଲ୍ ଅଫିସର ନିୟୋଜିତ କରି ସମସ୍ତ ବ୍ୟବସ୍ଥା ସୁନିଶ୍ଚିତ କରିବେ । ଏଥିପାଇଁ ମୁଖ୍ୟ ଶାସନ ସଚିବ କଡ଼ା ନିର୍ଦ୍ଦେଶ ଦେଇଛନ୍ତି । ରାଷ୍ଟ୍ରପତିଙ୍କ ନିକଟକୁ ଯିବାକୁ ଥିବା ଏବଂ ତାଙ୍କ ସହ ସିଧାସଳଖ ଯୋଗାଯୋଗ କରୁଥିବା ସମସ୍ତ ବ୍ୟକ୍ତିଙ୍କର RTPCR କୋଭିଡ୍‌ ପରୀକ୍ଷା ଏବଂ N-95 ମାସ୍କ ପରିଧାନ ନିଶ୍ଚିତ କରିବା ପାଇଁ ମଧ୍ୟ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି ।

ଚଳିତ ମାସ ୧୦ ଏବଂ ୧୧ ତାରିଖ ଦୁଇଦିନ ଧରି ରାଷ୍ଟ୍ରପତି ଓଡ଼ିଶାରେ ରହିବେ । ୧୦ ତାରିଖ ପୂର୍ବାହ୍ନରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚି ସେଠାରୁ ଶ୍ରୀକ୍ଷେତ୍ର ପୁରୀ ଅଭିମୁଖେ ଯାତ୍ରା କରିବେ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସାରି ସିଂହଦ୍ବାର ନିକଟସ୍ଥ ଉତ୍କଳମଣି ପଣ୍ଡିତ୍ ଗୋପବନ୍ଧୁ ଦାସଙ୍କ ପ୍ରତିମୁର୍ତ୍ତିରେ ପୁଷ୍ପ ଅର୍ପଣ କରିବେ । ତାପରେ ପୁରୀ ରାଜଭବନକୁ ଯିବେ । ଅପରାହ୍ନରେ ଭୁବନେଶ୍ବର ଆସି ସହରର ବିଭିନ୍ନ ସ୍ଥାନରେ ପ୍ରତିଷ୍ଠିତ ଉତ୍କଳର ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିମାନଙ୍କରେ ପୁଷ୍ପମାଲ୍ୟ ଓ ଶ୍ରଦ୍ଧାସୁମନ ଅର୍ପଣ କରିବେ । ପରେ ରାଷ୍ଟ୍ରପତି ରାଜଭବନ ଗସ୍ତ କରିବେ । ୧୦ ତାରିଖ କାର୍ଯ୍ୟକ୍ରମ ପରେ ରାଷ୍ଟ୍ରପତି ରାଜଭବନରେ ବିଶ୍ରାମ ନେବେ ।

ଗସ୍ତର ଦ୍ବିତୀୟ ଦିନରେ(୧୧ ନଭେମ୍ବର) ରାଷ୍ଟ୍ରପତି ଖଣ୍ଡଗିରି ସ୍ଥିତ ତପୋବନ ହାଇସ୍କୁଲ, ୟୁନିଟ-୨ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଓ କୁନ୍ତଳା କୁମାରୀ ସାବତ ଆଦିବାସୀ ଛାତ୍ରୀ ନିବାସ ପରିଦର୍ଶନ କରିବାର ସମ୍ଭାବନା ଅଛି । ପରେ ରାଷ୍ଟ୍ରପତି ଜୟଦେବ ଭବନରେ ସର୍ବଭାରତୀୟ ବୈଷୟିକ ଶିକ୍ଷା ପରିଷଦଙ୍କ ଦ୍ବାରା ପ୍ରସ୍ତୁତ ଓଡ଼ିଆ ଭାଷାରେ ଇଞ୍ଜିନିୟରିଂ ପୁସ୍ତକ ସମୂହ, ବିଜ୍ଞାନ ଓ ବୈଷୟିକ ଜ୍ଞାନ ଭାଷାକୋଷ କମିଶନଙ୍କ ଦ୍ବାରା ପ୍ରସ୍ତୁତ ଓଡ଼ିଆ ବୈଷୟିକ ଭାଷାକୋଷ ଏବଂ ବିବିଧ ଭାରତୀୟ ଭାଷାରେ ଜ୍ଞାନ ପୋର୍ଟାଲ୍ “ଇ-କୁମ୍ଭ” ଉନ୍ମୋଚନ କରିବେ । ଦ୍ବିତୀୟ ଦିନ ଅପରାହ୍ନରେ ରାଷ୍ଟ୍ରପତି ଭୁବନେଶ୍ବର ବିମାନ ବନ୍ଦରରୁ ଦିଲ୍ଲୀ ପାଲାମ ବିମାନ ବନ୍ଦର ଅଭିମୁଖେ ପତ୍ୟାବର୍ତ୍ତନ ଯାତ୍ରା କରିବେ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.