ETV Bharat / state

President Visit Odisha: ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ - ଓଡିଶାରେ ମହାମହିମ

ଭୁବନେଶ୍ବର ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ହେବାର ପରେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ । ଅଧିକ ପଢନ୍ତୁ

President Visit Odisha: ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

author img

By

Published : Nov 10, 2022, 10:56 AM IST

Updated : Nov 10, 2022, 12:20 PM IST

ଭୁବନେଶ୍ବର: ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦିନ ୧୦ଟା ୫୦ ମିନିଟ୍ ସମୟରେ ମହାମହିମ ରାଷ୍ଟ୍ରପତି ମୁର୍ମୁ ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେଁ ଭୁବନେଶ୍ବର ପହଞ୍ଚିଛନ୍ତି(President Draupadi Murmu arrives in Bhubaneswar) । ବିମାନ ବନ୍ଦରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ରାଜ୍ୟପାଳ, ମୁଖ୍ୟ ଶାସନ ସଚିବ, ପୋଲିସ ଡିଜି ରାଷ୍ଟ୍ରପତିଙ୍କୁ ସ୍ବାଗତ କରିଛନ୍ତି । ଏହାସହିତ ବିମାନ ବନ୍ଦରରେ ରାଷ୍ଟ୍ରପତି ମୁର୍ମୁଙ୍କୁ ଗାର୍ଡ ଅଫ ଅନର ଦିଆଯାଇଛି । ତେବେ ଦେଶର ସର୍ବୋଚ୍ଚ ଆସନ ଅଳଙ୍କୃତ କରିବା ପରେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ ।

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିମାନ ବନ୍ଦରରୁ ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ସିଧା ପୁରୀ ଅଭିମୁଖେ ଯାତ୍ରା କରିଛନ୍ତି । ସେଠାରେ ସେ ଶ୍ରୀମନ୍ଦିରରେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ । ଏହାପରେ ରାଷ୍ଟ୍ରପତି ସିଂହ ଦ୍ବାରରେ ଥିବା ଉତ୍କଳମଣି ଗୋପବନ୍ଧ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି । ସେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ଓ ମହାପ୍ରସାଦ ସେବନ କରି ୩ଟା ୫୦ ମିନିଟ ସମୟରେ ଭୁବନେଶ୍ବର ଫେରିବେ ।

ଏହାମଧ୍ୟ ପଢନ୍ତୁ: ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି, ପୁରୀରେ କଡା ସୁରକ୍ଷା

ଏଥିପାଇଁ ତାଳବଣିଆ ହେଲିପ୍ୟାଡ଼ରୁ ଶ୍ରୀମନ୍ଦିର ପର୍ଯ୍ୟନ୍ତ ରାସ୍ତାକୁ ଦୁଇଟି ଜୋନରେ ବିଭକ୍ତ କରାଯାଇଛି । ଏଗୁଡ଼ିକୁ ଏକାଧିକ ସେକ୍ଟରରେ ମଧ୍ୟ ଭାଗ କରାଯାଇଛି । ବିଭିନ୍ନ ସେକ୍ଟରରେ ବରିଷ୍ଠ ପୋଲିସ ଅଧିକାରୀମାନଙ୍କୁ ଦାୟିତ୍ବ ଦିଆଯାଇଛି । ଟ୍ରାଫିକ ପାଇଁ ମଧ୍ୟ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ । ସୁରକ୍ଷାକୁ ଦୃଷ୍ଟିରେ ରଖି ପୂର୍ବାହ୍ନ ୧୦ ଟା ୩୦ରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । କିନ୍ତୁ ରାଷ୍ଟ୍ରପତି ଶ୍ରୀମନ୍ଦିରରୁ ବାହାରିଯିବା ପରେ ତୁରନ୍ତ ଦର୍ଶନ ସ୍ବାଭାବିକ କରାଯିବ ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Nov 10, 2022, 12:20 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.