ETV Bharat / state

ପାଇକ ବିଦ୍ରୋହ ସ୍ମାରକୀର ଶିଳାନ୍ୟାସ କଲେ ରାଷ୍ଟ୍ରପତି - ରାମନାଥ କୋବିନ୍ଦ

ଆଜି ଖୋର୍ଦ୍ଧା ମାଟିରେ ପହଞ୍ଚି ପାଇକ ବିଦ୍ରୋହ ସ୍ମାରକୀର ଶିଳାନ୍ୟାସ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ସୁରକ୍ଷାକୁ ଦୃଷ୍ଟିରେ ରଖି ବ୍ୟାପକ ପୋଲିସ ବ୍ୟବସ୍ଥା ମଧ୍ଯ କରାଯାଇଛି ।

president visit, barunei
ପାଇକ ବିଦ୍ରୋହ ସ୍ମାରକୀର ଶିଳାନ୍ୟାସ କଲେ ରାଷ୍ଟ୍ରପତି
author img

By

Published : Dec 8, 2019, 8:09 AM IST

Updated : Dec 8, 2019, 12:10 PM IST

ଖୋର୍ଦ୍ଧା: ଖୋର୍ଦ୍ଧା ବରୁଣେଇରେ ପହଞ୍ଚି ପାଇକ ବିଦ୍ରୋହ ସ୍ମାରକୀର ଶିଳାନ୍ୟାସ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ।

ପାଇକ ବିଦ୍ରୋହ ସ୍ମାରକୀର ଶିଳାନ୍ୟାସ କଲେ ରାଷ୍ଟ୍ରପତି

ଏହାସହ କାର୍ଯ୍ୟକ୍ରମରେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ ମଧ୍ୟ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମର ସ୍ବାଗତ ଭାଷଣ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କୌଣସି ଜାତି ଦୟାରେ ନୁହେଁ, ଲଢ଼େଇ କରି ସ୍ବୀକୃତି ପାଏ, ସ୍ମାରକୀ ଶତାବ୍ଦୀ ଶତାବ୍ଦୀ ଧରି ଲୋକଙ୍କୁ ଅନୁପ୍ରାଣିତ କରିବ କହିଲେ ଧର୍ମେନ୍ଦ୍ର ।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା,ଇଟିଭି ଭାରତ

Intro:ରାଷ୍ଟ୍ରପତିଙ୍କ ଅପେକ୍ଷାରେ ବରୁଣେଇ

Body:ଖୋର୍ଦ୍ଧା : ଆଜି ବୀର ଖୋର୍ଦ୍ଧା ମାଟିରେ ପହଞ୍ଚିବେ ମହାମହିମ ରାଷ୍ଟ୍ରପତି । ତେଣୁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ସଭାମଞ୍ଚ ସହ ପୁରା ସଭା ସ୍ଥଳ ସୁସଜିତ ହୋଇ କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ରହିଛି । ଆଜି ଦିନ 10ଟା10 ମିନିଟ ସମୟରେ ଗୋଶାଳା ପଡ଼ିଆରେ ପହଂଚିବାପରେ ସେଠାରୁ କାରକେଡ ମାଧ୍ୟମରେ ସଭାସ୍ଥଳରେ ପହଞ୍ଚି ପାଇକ ସ୍ମାରକ ଭୂମି ପୂଜନ କରିବାର କାର୍ଯ୍ୟକ୍ରମ ରହିଛି । ଏହି ସଭାରେ ବିଭିନ୍ନ ପାଇକ ସଙ୍ଗଠନର କର୍ମକର୍ତାଙ୍କ ସହ ପ୍ରାୟ ପାଞ୍ଚ ହଜାର ଲୋକଙ୍କ ସମାଗମ ହେବ । ସେହିପରି ରାଷ୍ଟ୍ରପତିଙ୍କ ଏହି କାର୍ଯ୍ୟକ୍ରମରେ ଓଡିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ,ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ,ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ,କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଚନ୍ଦ୍ର ଷଡଙ୍ଗୀ,କେନ୍ଦ୍ର ସରକାରଙ୍କ ପର୍ଯ୍ୟଟନ ଓ ସଂସ୍କୃତି ରାଷ୍ଟ୍ର ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲ ଏବଂ ଓଡିଶା ସରକାରଙ୍କ ପର୍ଯ୍ୟଟନ ଏବଂ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ।

Conclusion:ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଈଟିଭି ଭାରତ
Last Updated : Dec 8, 2019, 12:10 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.