ETV Bharat / state

ଯୁକ୍ତ ଦୁଇ ପରୀକ୍ଷା ବାତିଲ ଦାବିରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା - ଯୁକ୍ତ ଦୁଇ ପରୀକ୍ଷା ବାତିଲ ଦାବିରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

କରୋନା ମହାମାରୀରେ ପରୀକ୍ଷା ବାତିଲ ଦାବିରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କରିଛନ୍ତି ଶତାଧିକ ଛାତ୍ର । ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ଯୁକ୍ତ ଦୁଇ ମହାବିଦ୍ୟାଳୟରୁ ଛାତ୍ରମାନେ ଏକାଠି ହୋଇ ଏହି ବିକ୍ଷୋଭରେ ସାମିଲ ହୋଇଥିଲେ । ଅଧିକ ପଢନ୍ତୁ

ଯୁକ୍ତ ଦୁଇ ପରୀକ୍ଷା ବାତିଲ ଦାବିରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

author img

By

Published : Jan 27, 2022, 4:00 PM IST

ଖୋର୍ଦ୍ଧା: କରୋନା ମହାମାରୀରେ ପରୀକ୍ଷା ବାତିଲ ଦାବିରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କରିଛନ୍ତି ଶତାଧିକ ଛାତ୍ର । ଯୁକ୍ତ ଦୁଇ ପରୀକ୍ଷା ବାତିଲ ଦାବିରେ ଶତାଧିକ ଛାତ୍ର ସ୍ଥାନୀୟ ନୂଆ ବସଷ୍ଟାଣ୍ଡ ଠାରୁ ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବସି ଏହାର ପ୍ରତିବାଦ କରିଥିଲେ । ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ଯୁକ୍ତ ଦୁଇ ମହାବିଦ୍ୟାଳୟରୁ ଛାତ୍ରମାନେ ଏକାଠି ହୋଇ ଏହି ବିକ୍ଷୋଭରେ ସାମିଲ ହୋଇଥିଲେ ।

ଯୁକ୍ତ ଦୁଇ ପରୀକ୍ଷା ବାତିଲ ଦାବିରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଏହାପରେ ଛାତ୍ରଙ୍କ ମଧ୍ୟରୁ ଏକ ପ୍ରତିନିଧି ଦଳ ଜିଲ୍ଲାପାଳଙ୍କୁ ସାକ୍ଷାତ କରି ଏକ ଦାବିପତ୍ର ପ୍ରଦାନ କରିଥିଲେ । ସେମାନଙ୍କ ଦାବି କରୋନା ସମୟରେ ମହାବିଦ୍ୟାଳୟରେ ପାଠପଢା ଠିକଭାବେ ହୋଇପାରିନାହିଁ, ସଠିକ ରୂପେ ଅନଲାଇନ କ୍ଲାସ ବି ହୋଇପାରିନାହିଁ । ତେଣୁ ରାଜ୍ୟ ସରକାର ତୁରନ୍ତ ଯୁକ୍ତ ଦୁଇ ପରୀକ୍ଷା ବାତିଲ କରିବା ନେଇ ଘୋଷଣା କରନ୍ତୁ । ସୂଚନା ଥାଉ କି ଆଜି(ଗୁରୁବାର) ଯୁକ୍ତ ଦୁଇ ପରୀକ୍ଷା ବାତିଲ ଦାବିରେ ଛାତ୍ରଛାତ୍ରୀ ଓଡ଼ିଶାର ସମସ୍ତ ଜିଲ୍ଲାରେ ଆନ୍ଦୋଳନ ଜାରି ରଖିଛନ୍ତି ।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.