ETV Bharat / state

Weather Update: ତାତିରୁ ତ୍ରାହି, କେତେକ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା - ୟେଲୋ ୱାର୍ଣ୍ଣିଂ

ରାଜ୍ୟରେ ଜାରି ରହିଛି ତାତି । ତେବେ ଆଗାମୀ ୨୪ ଘଣ୍ଟାରେ ବିଜୁଳି ଘଡ଼ଘଡ଼ି ବର୍ଷା ନେଇ ୨୧ ଜିଲ୍ଲାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅଧିକ ପଢନ୍ତୁ

Weather update
Weather update
author img

By

Published : Jun 5, 2023, 7:46 PM IST

Weather update

ଭୁବନେଶ୍ବର: ରାଜ୍ୟରେ ଗୁଳୁଗୁଳି ସହ ଲାଗି ରହିଛି ଗରମ । ଅସହ୍ୟ ତାତିରେ ସିଝୁଛି ଓଡ଼ିଶା । ବର୍ତ୍ତମାନ ପାଗରେ କୌଣସି ପରିବର୍ତ୍ତନ ନଥିବା ବେଳେ ରାଜ୍ୟର ଅନେକ ସହରରେ ୪୦ ଡିଗ୍ରୀ ଉପରେ ରହୁଛି ତାପମାତ୍ରା । ଦିନର ବର୍ଦ୍ଧିତ ତାପମାତ୍ରା ଓ ଗରମ ପରେ କାଳବୈଶାଖୀ ବର୍ଷା ଅପରାହ୍ନରେ କିଛି ଅଞ୍ଚଳରେ ଦେଖିବାକୁ ମିଳୁଛି । ତେବେ ଆସନ୍ତାକାଲି(ମଙ୍ଗଳବାର) ରାଜ୍ୟର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ତେବେ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ୪୦ରୁ ୫୦ କିମି ରହିବ । ଏହାସହ ଅଧିକ ବର୍ଷାକୁ ନେଇ ୨୧ ଜିଲ୍ଲା ଯେପରିକି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ବୌଦ୍ଧ, କନ୍ଧମାଳ, ଅନୁଗୋଳ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼ ଓ ନବରଙ୍ଗପୁରକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଏହା ବି ପଢନ୍ତୁ- ୧୯୯୯ ପରେ ରାଜ୍ୟ ବଡ଼ ବିପତ୍ତିକୁ ସାମ୍ନା କଲା: ମୁଖ୍ୟ ଶାସନ ସଚିବ

ଆସନ୍ତାକାଲି(ମଙ୍ଗଳବାର) ମଧ୍ୟ ରାଜ୍ୟର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ୪୦ରୁ ୫୦ କିମି ବହିବାର ସମ୍ଭାବନା ରହିଛି । କାଳବୈଶାଖୀ ବର୍ଷା ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଗତ ୨୪ ଘଣ୍ଟାରେ ରାଜ୍ୟର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଛି । ଅନୁଗୋଳର ବଅଁରପାଳରେ ସର୍ବାଧିକ ୬୨ ମିମି ବର୍ଷା ରେକର୍ଡ କରାଯାଇଛି ।

ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ୪୦ ଡିଗ୍ରୀ ଉପରେ ରହିଛି ଦିନର ତାପମାତ୍ରା । ସେହିପରି ରାଜ୍ୟରେ ଗରମ ପ୍ରବଳ ଅନୁଭୂତ ହେଉଥିବା ବେଳେ ସମ୍ବଲପୁରରେ ସର୍ବାଧିକ ୪୪.o ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ପଶ୍ଚିମ ଓଡ଼ିଶାରେ ଆଗାମୀ ୨ରୁ ୩ ଦିନ କିଛି ସ୍ଥାନରେ ୪୨ ଡିଗ୍ରୀରୁ ଅଧିକ ତାପମାତ୍ରା ରହିବାକୁ ଥିବା ବେଳେ ପୂର୍ବ ଓଡ଼ିଶାରେ ସମାନ ତାପମାତ୍ରା ରହିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.