ETV Bharat / state

ଧୁମଧାମରେ ପାଳନ ହେବ ସାଧାରଣତନ୍ତ୍ର ଦିବସ, ଛାତ୍ରଛାତ୍ରୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା - ସାଧାରଣତନ୍ତ୍ର ଦିବସ

Republic day 2024: ଚଳିତ ବର୍ଷ ଧୁମଧାମରେ ପାଳନ ହେବ ସାଧାରଣତନ୍ତ୍ର ଦିବସ । ଛାତ୍ରଛାତ୍ରୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା । ଅଧିକ ପଢନ୍ତୁ

Republic day 2024
Republic day 2024
author img

By ETV Bharat Odisha Team

Published : Jan 6, 2024, 7:36 PM IST

ଭୁବନେଶ୍ବର: ୭୫ତମ ସାଧାରଣତନ୍ତ୍ର ଦିବସରେ ରାଜ୍ୟପାଳ ରଘୁବର ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ରାଷ୍ଟ୍ରୀୟ ସମାରୋହରେ ଉପସ୍ଥିତ ରହିବେ । ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାଧାରଣତନ୍ତ୍ର ଦିବସ-୨୦୨୪ ପାଳନର ରୂପରଖେ ସମ୍ପର୍କରେ ଆଜି (ଶନିବାର) ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ବିଭାଗୀୟ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଛି । ତେବେ ଚଳିତ ବର୍ଷ ସ୍କୁଲ ଛାତ୍ରଛାତ୍ରୀଙ୍କ ଲାଗି ଦର୍ଶକ ଗ୍ୟାଲେରୀରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ ବୋଲି ସୂଚନା ମିଳିଛି ।

ପ୍ରତିଟି ଭାରତୀୟଙ୍କ ପାଇଁ ବେଶ ଗୁରୁତ୍ବପୂର୍ଣ୍ଣ ସାଧାରଣତନ୍ତ୍ର ଦିବସ । ଏହି ମହାନ ଦିବସ ସହ ସମସ୍ତଙ୍କ ଭାବାବେଗ ଜଡ଼ିତ ହୋଇ ରହିଛି । ତେଣୁ ଉତ୍ସବ ଆୟୋଜନ ସମୟରେ ସମସ୍ତ ବିଷୟକୁ ଟିକିନିଖି ଭାବେ ଗୁରୁତ୍ବ ଦେବାକୁ ପ୍ରମୁଖ ଶାସନ ସଚିବ ବୈଠକରେ ଗୁରୁତ୍ବ ଦେଇଛନ୍ତି । ଚଳିତ ବର୍ଷ ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ କରାଯିବ । ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ବାରା ପ୍ୟାରେଡ ଓ ପତାକା ଉତ୍ତୋଳନ ସ୍ଥାନରେ ଆନୁଷଙ୍ଗିକ ବ୍ୟବସ୍ଥା ଗ୍ରହଣ କରାଯିବ । ପ୍ରଭାତରେ ଡାକବାଜି ଯନ୍ତ୍ର ସାହାଯ୍ୟରେ ରାମଧୁନ ପରିବେଷଣ, ସାଧାରଣତନ୍ତ୍ର ଦିବସ ସମ୍ପର୍କିତ ଟିଭି ଓ ସାମାଜିକ ଗଣମାଧ୍ୟମ ଯୋଗେ ସିଧାପ୍ରସାରଣ, ଗଣମାଧ୍ୟମକୁ ସୂଚନା ପ୍ରଦାନ, ଉତ୍ସବସ୍ଥଳର ସାଜସଜ୍ଜା, ନିମନ୍ତ୍ରିତ ଅତିଥି ଏବଂ ବିଶିଷ୍ଟ ଅତିଥିମାନଙ୍କ ଉପବେଶନ ବ୍ୟବସ୍ଥା ସଂପର୍କରେ ବୈଠକରେ ଆଲୋଚନା ହୋଇଛି ।

ଏହା ବି ପଢନ୍ତୁ- ଦିଲ୍ଲୀ ଗଲେ ଏନ୍‌ସିସି କ୍ୟାଡେଟ୍‌, ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ଦେବେ ଯୋଗ

ଚଳିତ ବର୍ଷ ସ୍କୁଲ ଛାତ୍ରଛାତ୍ରୀଙ୍କ ଲାଗି ଦର୍ଶକ ଗ୍ୟାଲେରୀରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ । ରାଜଭବନରୁ ଉତ୍ସବ ସ୍ଥଳ ପର୍ଯ୍ୟନ୍ତ ରାସ୍ତାକୁ ତ୍ରିରଙ୍ଗା ଦ୍ବାରା ସାଜସଜ୍ଜା ହେବ । ଉତ୍ସବସ୍ଥଳକୁ ଆକର୍ଷଣୀୟ ସାଜସଜ୍ଜା କରିବା ପାଇଁ ପ୍ରମୁଖ ଶାସନ ସଚିବ ପରାମର୍ଶ ଦେଇଛନ୍ତି । ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଉତ୍ସବ ସ୍ଥଳର ସାନିଟାଇଜେସନ ଓ ପିଇବା ପାଣି ବ୍ୟବସ୍ଥା କରାଯିବ । ସେହିପରି ସୁରକ୍ଷା ବ୍ୟବସ୍ଥା ତଥା ଟ୍ରାଫିକ ନିୟନ୍ତ୍ରଣକୁ କମିଶନରେଟ ପୋଲିସ ପକ୍ଷରୁ ପରିଚାଳନା କରାଯିବ । ପୂର୍ବବର୍ଷ ପରି କୋଲକାତାରେ ବିଭାଗ ପକ୍ଷରୁ ଉତ୍ସବ ପାଳନ କରାଯିବ ।

ବୈଠକରେ ବିଭାଗୀୟ ନିର୍ଦ୍ଦେଶକ ସରୋଜ ସାମଲ, ନିର୍ଦ୍ଦେଶକ(ବୈଷୟିକ) ସୁରେନ୍ଦ୍ର ନାଥ ପରିଡ଼ା, ଅତିରିକ୍ତ ଶାସନ ସଚିବ ବିଷ୍ଣୁପ୍ରିୟା ସାହୁ, ଅତିରିକ୍ତ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସ, ଯୁଗ୍ମ ନିର୍ଦ୍ଦେଶକ ଗୁରବୀର ସିଂହ ଓ ବିଶ୍ବଜିତ ଦାଶ, ଉପନିର୍ଦ୍ଦେଶକ ଡ. ଜ୍ୟୋତିର୍ମତୀ ସାମନ୍ତରାୟ ଏବଂ ଦୀପ୍ତିମୟୀ ମହାପାତ୍ର, ସହକାରୀ ନିର୍ଦ୍ଦେଶକ(କ୍ଷେତ୍ର) ସୁଚେତା ପ୍ରିୟଦର୍ଶିନୀଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.