ETV Bharat / state

୪୨୯ ରାସ୍ତା ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ: ଖର୍ଚ୍ଚ ହେବ ୩୯ କୋଟି, ୩ ମାସରେ ସରିବ କାମ

author img

By ETV Bharat Odisha Team

Published : Oct 4, 2023, 1:00 PM IST

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ୱାରା ଜନ ଅଭିଯୋଗର ସମାଧାନ ହୋଇଛି । ୪୨୯ ରାସ୍ତା ପ୍ରକଳ୍ପ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ

road projects worth 39 crore approved
୪୨୯ ରାସ୍ତା ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ୱାରା ଜନ ଅଭିଯୋଗର ସମାଧାନ ହୋଇଛି । ଭୁବନେଶ୍ୱର, ବାଲିଅନ୍ତା ଓ ଜଟଣୀ ବ୍ଲକର ଆବାସିକ କଲୋନୀ ପାଇଁ ୪୨୯ଟି ରାସ୍ତା ପ୍ରକଳ୍ପର ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ପ୍ରକଳ୍ପ ପାଇଁ ଖର୍ଚ୍ଚ ହେବ ୩୯ କୋଟି ୨୫ ଲକ୍ଷ ଟଙ୍କା । ୩ ମାସରେ କାମ ସାରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହି ସବୁ ପ୍ରକଳ୍ପ ମାଧ୍ୟମରେ ୩ ଲକ୍ଷରୁ ଅଧିକ ଜନସାଧାରଣ ଉପକୃତ ହେବେ । ପ୍ରକଳ୍ପ କାର୍ଯ୍ୟ ୩ ମାସ ମଧ୍ୟରେ ସମ୍ପୂର୍ଣ୍ଣ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଗତ ଅଗଷ୍ଟ ମାସ ୨୩ ତାରିଖରେ 5ଟି ସଚିବ ଭିକେ ପାଣ୍ଡିଆନ ଖୋର୍ଦ୍ଧା ଜିଲ୍ଲା ଗସ୍ତ କରିଥିଲେ । ସେ ସମୟରେ ସମ୍ପୃକ୍ତ ଅଞ୍ଚଳବାସୀ ତାଙ୍କୁ ଭେଟିଥିଲେ । ଆବାସିକ କଲୋନୀଗୁଡ଼ିକର ରାସ୍ତା ଓ ବିଦ୍ୟୁତ ବ୍ୟବସ୍ଥା ପ୍ରତି ଦୃଷ୍ଟି ଆକର୍ଷଣ କରିବାକୁ ସେମାନେ ଅନୁରୋଧ କରିଥିଲେ । ଏହା ସହିତ ଏସବୁ ସମସ୍ୟାର ସମାଧାନ ପାଇଁ ସେମାନଙ୍କର ଅଭିଯୋଗ ପତ୍ର ପ୍ରଦାନ କରିଥିଲେ । ଏ ସମ୍ପର୍କରେ 5ଟି ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଏକ ବୈଷୟିକ ଟିମ୍ ଗଠନ କରାଯାଇ ସେସବୁ ଅଞ୍ଚଳକୁ ଅନୁଧ୍ୟାନ ପାଇଁ ପଠାଯାଇଥିଲା । ବୈଷୟିକ ଟିମ୍ ସେସବୁ ଅଞ୍ଚଳରେ ୮୨ କିଲୋମିଟରରୁ ଉର୍ଦ୍ଧ୍ୱ ଅଞ୍ଚଳ ପରିମିତ ୪୨୯ଟି ରାସ୍ତାକୁ ଚିହ୍ନଟ କରି ଉନ୍ନତିକରଣ ଓ ବିଦ୍ୟୁତୀକରଣ ପାଇଁ ରିପୋର୍ଟ ପ୍ରଦାନ କରିଥିଲେ ।

ଏହା ବି ପଢନ୍ତୁ...5Tରେ ହେବ ୮୦ରୁ ଅଧିକ କଲେଜର ରୂପାନ୍ତରୀକରଣ , ମୁଖ୍ୟମନ୍ତ୍ରୀଙ୍କୁ ଛାତ୍ରଛାତ୍ରୀଙ୍କ ଧନ୍ୟବାଦ

ରିପୋର୍ଟ ପାଇବା ପରେ 5ଟି ସଚିବ ସମ୍ପୃକ୍ତ ଆବାସିକ କଲୋନୀଗୁଡ଼ିକର ବାସିନ୍ଦାଙ୍କ ସହ ଗତ ସେପ୍ଟମ୍ବର ୨୭ ତାରିଖରେ ଉନ୍ନତିକରଣ ପାଇଁ ଆଲୋଚନା କରିଥିଲେ । ଏହାପରେ ମୁଖ୍ୟମନ୍ତ୍ରୀ ଏହି ୪୨୯ଟି ରାସ୍ତା ପ୍ରକଳ୍ପ ନିର୍ମାଣ ପାଇଁ ମଞ୍ଜୁରୀ ଦେଇଛନ୍ତି । ସ୍ମାର୍ଟ ସିଟି ଭୁବନେଶ୍ୱର ପରିବ୍ୟାପ୍ତ ହେବା ଫଳରେ ଜଟଣୀ ଓ ବାଲିଅନ୍ତା ଅଞ୍ଚଳକୁ ପରିବ୍ୟାପ୍ତ ହୋଇଛି । ସେସବୁ ଅଞ୍ଚଳରେ ବହୁ ଆବାସିକ କଲୋନୀ ଗଢି ଉଠିଛି । ଆବାସିକ କଲୋନୀଗୁଡିକରେ ଆଭ୍ୟନ୍ତରୀଣ ରାସ୍ତା ଓ ବିଦ୍ୟୁତୀକରଣ ସମସ୍ୟା ଦୀର୍ଘ ଦିନର ଦାବି ଥିଲା । ୪୨୯ଟି ରାସ୍ତା ପ୍ରକଳ୍ପ ମଧ୍ୟରେ ଭୁବନେଶ୍ୱର ବ୍ଲକରେ ୧୪୦ଟି, ଜଟଣୀ ବ୍ଲକରେ ୨୪୬ଟି ଓ ବାଲିଅନ୍ତା ବ୍ଲକର ୪୩ଟି ପ୍ରକଳ୍ପ ରହିଛି । ଏସବୁ ଅଞ୍ଚଳରେ ରାସ୍ତା ନିର୍ମାଣ, ଉନ୍ନତିକରଣ ଓ ବିଦ୍ୟୁତୀକରଣ କାର୍ଯ୍ୟ କରାଯିବ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.