ETV Bharat / state

ବରିଷ୍ଠ ନେତା ସମୀର ମହାନ୍ତିଙ୍କ ମୁହଁରେ ମିଛ କୁହାଉଛି ବିଜେପି: ବିଜେଡି - ସମୀର ମହାନ୍ତିଙ୍କ ମୁହଁରେ ମିଛ କୁହାଉଛି ବିଜେପି

ବିଜେଡି ମୁଖପାତ୍ର ଡ.ଲେନିନ ମହାନ୍ତି କହିଛନ୍ତି ଯେ, ବହୁତ ଦିନ ପରେ ବିଜେପିର ବରିଷ୍ଠ ନେତା ସମୀର ମହାନ୍ତି ପଦାକୁ ବାହାରିଲେ । ଦେଖିକି ଖୁସି ଲାଗୁଛି । ଗଣମାଧ୍ୟମ ଆଗରେ ବିବୃତି ଦେଇଛନ୍ତି । ତେବେ ତାଙ୍କ କଥା ଶୁଣି ଲାଗିଲା ଯେ, ସେ ଗଣମାଧ୍ୟମରେ ଯାହା କହିଲେ, ତାହା ତାଙ୍କର ନିଜସ୍ୱ ମତାମତ ନୁହେଁ । ଅଧିକ ପଢନ୍ତୁ

Etv Bharat
Etv Bharat
author img

By

Published : Apr 25, 2023, 9:49 PM IST

ଭୁବନେଶ୍ବର: ଶାନ୍ତି ପ୍ରିୟ ସମ୍ବଲପୁରବାସୀଙ୍କ ଆନ୍ତରିକ ପ୍ରଚେଷ୍ଟା ଏବଂ ପ୍ରଶାସନର ଦୃଢ଼ କାର୍ଯ୍ୟାନୁଷ୍ଠାନ ଯୋଗୁଁ ସମ୍ବଲପୁରରେ ଶାନ୍ତି ଫେରି ଆସିଛି । କିନ୍ତୁ ସମ୍ବେଦନଶୀଳ ମାମଲାର ରାଜନୀତିକରଣ କରି ଫାଇଦା ହାସଲ କରିବାକୁ ଚାହୁଁଥିବା ବିଜେପି ଏହା ସହି ପାରୁନାହିଁ । ସେଥିପାଇଁ ଓଡ଼ିଶା ବିଜେପି ନେତାମାନେ ବାଉଳିଚାଉଳି ହୋଇ ବିବୃତି ଦେଉଛନ୍ତି । ବିଜୁ ଜନତା ଦଳ ପକ୍ଷରୁ ଏହା କୁହାଯାଇଛି ।

ବିଜେଡି ମୁଖପାତ୍ର ଡ.ଲେନିନ ମହାନ୍ତି କହିଛନ୍ତି ଯେ, ବହୁତ ଦିନ ପରେ ବିଜେପିର ବରିଷ୍ଠ ନେତା ସମୀର ମହାନ୍ତି ପଦାକୁ ବାହାରିଲେ । ଦେଖିକି ଖୁସି ଲାଗୁଛି । ଗଣମାଧ୍ୟମ ଆଗରେ ବିବୃତି ଦେଇଛନ୍ତି । ତେବେ ତାଙ୍କ କଥା ଶୁଣି ଲାଗିଲା ଯେ, ସେ ଗଣମାଧ୍ୟମରେ ଯାହା କହିଲେ, ତାହା ତାଙ୍କର ନିଜସ୍ୱ ମତାମତ ନୁହେଁ । ଅନ୍ୟ କାହାର ବାଧ୍ୟବାଧକତାରେ ସମୀର ଏଭଳି ବିବୃତି ଦେଇଛନ୍ତି । ତେବେ ଓଡ଼ିଶାର ଆଇନଶୃଙ୍ଖଳା ସ୍ଥିତି ନେଇ ସମୀର ବାବୁଙ୍କ ମୁହଁରେ ଆଜି ଯାହା କୁହାଗଲା, ତାହା ଶୁଣି ଆମକୁ ଆଶ୍ଚର୍ଯ୍ୟ ଲାଗୁଛି । କାରଣ ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର ଓ କର୍ଣ୍ଣାଟକ ଭଳି ବିଜେପି ଶାସିତ ରାଜ୍ୟରେ ଅପରାଧ, ହିଂସା ଓ ଦଙ୍ଗାର ତାଲିକା ଦେଖିଲେ, ଓଡ଼ିଶା ଢେର ତଳେ ଅଛି ।

ଡ. ଲେନିନ ମହାନ୍ତି ଆହୁରି ମଧ୍ୟ କହିଛନ୍ତି ଯେ, ଓଡ଼ିଶା ଏକ ଶାନ୍ତିପ୍ରିୟ ରାଜ୍ୟ । ଏହା ସମସ୍ତେ ଜାଣନ୍ତି । ମାତ୍ର ବିଡ଼ମ୍ବନା ହେଲା ଓଡ଼ିଶା ବିଜେପିର ନେତାମାନେ କ୍ରମାଗତ ଭାବରେ ଓଡ଼ିଶାବାସୀଙ୍କୁ ଅରାଜକ ଆଖ୍ୟା ଦେଇ ଅପମାନିତ କରି ଚାଲିଛନ୍ତି । ବାସ୍ତବରେ ଓଡ଼ିଶା ବିଜେପିର ନେତାମାନେ ହିଁ ଓଡ଼ିଶାରେ ଅରାଜକତା ସୃଷ୍ଟି କରିବାକୁ ଉଦ୍ୟମ କରୁଛନ୍ତି । ଶାନ୍ତିପ୍ରିୟ ସମ୍ବଲପୁରବାସୀଙ୍କ ଆନ୍ତରିକ ପ୍ରଚେଷ୍ଟା ଏବଂ ପ୍ରଶାସନର ଦୃଢ଼ କାର୍ଯ୍ୟାନୁଷ୍ଠାନ ଯୋଗୁଁ ସମ୍ବଲପୁରରେ ଶାନ୍ତି ଫେରି ଆସିଛି । ସମୀର ବାବୁଙ୍କ ମୁହଁରେ ଏଭଳି କୁହାଉଥିବା ଓଡ଼ିଶା ବିଜେପି ନେତାମାନେ ଏହା ସହିପାରୁ ନାହାନ୍ତି ।

ସମ୍ବେଦନଶୀଳ ମାମଲାର ରାଜନୀତିକରଣ କରି ଫାଇଦା ହାସଲ କରିବାକୁ ବିଜେପି ନେତାଙ୍କର ଯେଉଁ ମନ୍ଦ ଉଦ୍ଦେଶ୍ୟ ରହିଛି, ତାହା ସାଧିତ ହୋଇ ପାରୁନାହିଁ । ତେଣୁ ସେମାନେ ପ୍ରତିଦିନ ବାଉଳିଚାଉଳି ହୋଇ ଗଣମାଧ୍ୟମରେ ଏଭଳି ବୟାନବାଜି କରୁଛନ୍ତି । ଏଭଳି ହୀନ ରାଜନୀନୈତିକ ଷଡ଼ଯନ୍ତ୍ର କରି ବିଜେପି ସାଢେ ଚାରି କୋଟି ଓଡ଼ିଆ ଏବଂ ଓଡ଼ିଶାକୁ ବଦନାମ କରୁଛି । ଶାନ୍ତି ଓ ଭାଇଚାରାରେ ବିଶ୍ୱାସ କରନ୍ତି ସମ୍ବଲପୁରବାସୀ । ଆଗାମୀ ଦିନରେ ବିଜେପି ନେତାମାନଙ୍କ ଏଭଳି ହୀନ ରାଜନୀତିର ଉଚିତ ଜବାବ ଦେବେ ବୋଲି ଲେନିନ ଚେତାଇ ଦେଇଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.