ETV Bharat / state

କୋରୋନା ସଂକ୍ରମଣ: ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସ୍ବତନ୍ତ୍ର ବ୍ୟବସ୍ଥା - କାର୍ଯ୍ୟାଳୟରେ ସ୍ବତନ୍ତ୍ର ବ୍ୟବସ୍ଥା

ଖୋର୍ଦ୍ଧାରେ କୋରୋନା ସଂକ୍ରମଣ ବଢୁଥିବାରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ଅଧିକ ପଢନ୍ତୁ...

କୋରୋନା ସଂକ୍ରମଣ: ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସ୍ବତନ୍ତ୍ର ବ୍ୟବସ୍ଥା

author img

By

Published : Apr 27, 2021, 2:31 PM IST

ଖୋର୍ଦ୍ଧା: ଜିଲ୍ଲାରେ କୋରୋନା ଗ୍ରାଫ ଦିନକୁ ଦିନ ବଢୁଥିବା ଦେଖିବାକୁ ମିଳୁଛି । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ତେବେ କର୍ମଚାରୀମାନେ ପ୍ରବେଶ ପୂର୍ବରୁ ଥର୍ମାଲ ସ୍କ୍ରିନିଂ ସହିତ ସାନିଟାଇଜ ହେଉଥିବା ଦେଖିବାକୁ ମିଳିଛି ।

କୋରୋନା ସଂକ୍ରମଣ: ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସ୍ବତନ୍ତ୍ର ବ୍ୟବସ୍ଥା

ସୋମବାରର ତଥ୍ୟ ଅନୁଯାୟୀ ଖୋର୍ଦ୍ଧା ଉପଖଣ୍ଡର ମୋଟ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା 340 ରହିଥିବା ବେଳେ ସେଥି ମଧ୍ୟରୁ 76ଜଣ ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି । ସେହିଭଳି ମଙ୍ଗଳବାର ସୁଦ୍ଧା 264 ଜଣ ସକ୍ରିୟ ରହିଛନ୍ତି । ସେମାନଙ୍କ ମଧ୍ୟରୁ ଗୃହ ସଂଗରୋଧରେ 254 ଜଣ ଥିବା ବେଳ 10 ଜଣ ମେଡିକାଲରେ ଚିକିତ୍ସିତ ହେଉଛନ୍ତି ।

ସେପଟେ ଏହି ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଜିଲ୍ଲାପାଳଙ୍କ କାର୍ଯ୍ୟଳୟକୁ ବାହାର ଲୋକଙ୍କ ପ୍ରବେଶ ଉପରେ କଟକଣା ଲାଗିଛି । ଅଭିଯୋଗକାରୀଙ୍କ ଅଭିଯୋଗକୁ ଜିଲ୍ଲାପାଳଙ୍କ ଅଭିଯୋଗ କକ୍ଷରେ ଦେବାକୁ କୁହାଯାଇଛି । ସେହିଭଳି ଜିଲ୍ଲାପାଳଙ୍କ କାର୍ଯ୍ୟଳୟରେ କର୍ମଚାରୀଙ୍କ ପ୍ରବେଶ ପୂର୍ବରୁ ଥର୍ମାଲ ସ୍କ୍ରିନିଂ ଓ ସାନିଟାଇଜ କରାଯାଉଥିବା ଦେଖିବାକୁ ମିଳିଛି ।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.