ETV Bharat / state

ଶ୍ରମିକଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ନେଇଛନ୍ତି ଅନେକ ପଦକ୍ଷେପ: ଶ୍ରମମନ୍ତ୍ରୀ

ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ଶ୍ରମିକ କଲ୍ୟାଣ ବୋର୍ଡର ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ସମ୍ମାନିତ ଅତିଥି ଭାବେ ଯୋଗ ଦେଇ କହିଥିଲେ ଯେ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ତରଫରୁ ପଞ୍ଜିକୃତ ନିର୍ମାଣ ଶ୍ରମିକ ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କ ପାଇଁ ବିଭିନ୍ନ କଲ୍ୟାଣକାରୀ ଯୋଜନା କାର୍ଯ୍ୟକାରୀ ହୋଇଛି । ଅଧିକ ପଢନ୍ତୁ

author img

By

Published : May 1, 2023, 10:42 PM IST

ଶ୍ରମିକଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ନେଇଛନ୍ତି ଅନେକ ପଦକ୍ଷେପ : ଶ୍ରମମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ପକ୍ଷରୁ ଆନ୍ତର୍ଜାତିକ ଶ୍ରମ ଦିବସ ଜୟଦେବ ଭବନରେ ପାଳନ କରାଯାଇଛି । ସମାରୋହରେ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି । ଆମ ରାଜ୍ୟ ତଥା ଦେଶର କ୍ରମାଗତ ପ୍ରଗତିରେ ଶ୍ରମିକମାନେ ନିରବଚ୍ଛିନ୍ନ ଭାବେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଆସୁଛନ୍ତି । ରାଜ୍ୟ ସରକାର ଶ୍ରମିକମାନଙ୍କର ସାମାଜିକ ତଥା ଅର୍ଥନୈତିକ ବିକାଶ ନିମନ୍ତେ ଗୁରୁତ୍ବ ପ୍ରଦାନ କରିବା ସଙ୍ଗେ ସଙ୍ଗେ ବିଭିନ୍ନ କଲ୍ୟାଣକାରୀ ଯୋଜନା ହାତକୁ ନେଇଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି ।

ମନ୍ତ୍ରୀ କହିଛନ୍ତି ଯେ, ନିର୍ମାଣ, ପ୍ରବାସୀ, ମହିଳା ଶ୍ରମିକ, ଶିଳ୍ପସଂସ୍ଥାରେ କାର୍ଯ୍ୟରତ ଶ୍ରମିକ ଏବଂ ଅସଂଗଠିତ କ୍ଷେତ୍ରରେ କାର୍ଯ୍ୟରତ ଶ୍ରମିକମାନଙ୍କର ସ୍ୱାର୍ଥରକ୍ଷା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ବିଭିନ୍ନ କଲ୍ୟାଣମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି । ଓଡ଼ିଶାର ଅଣ ସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ ମାଧ୍ୟମରେ ଯୋଗ୍ୟ ଅଣ ସଂଗଠିତ ଶ୍ରମିକମାନଙ୍କର ପଞ୍ଜିକରଣ, ବିଭାଗର ପରିଶ୍ରମ ପୋର୍ଟାଲ ଅଧୀନରେ ୫୨ଟି ଅନଲାଇନ ସେବା ସହିତ ନୂତନ ଭାବେ ଅତିରିକ୍ତ ୧୫ ଟି ସେବା ଏବଂ ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ନିର୍ମାଣ ଶ୍ରମିକ ପୋର୍ଟାଲ ମାଧ୍ୟମରେ ଅନଲାଇନ ସେସ ଆଦାୟ ମଡ୍ୟୁଲର ଲୋକାର୍ପଣ କରାଯାଇଛି । ଫଳରେ ଶ୍ରମିକମାନଙ୍କ ନିମନ୍ତେ ବିଭିନ୍ନ ସହାୟତା ଓ ସେବା ସହଜରେ ଉପଲବ୍ଧ ହେବ ।

ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ଶ୍ରମିକ କଲ୍ୟାଣ ବୋର୍ଡର ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ସମ୍ମାନିତ ଅତିଥି ଭାବେ ଯୋଗ ଦେଇଛନ୍ତି । ସେ କହିଛନ୍ତି ଯେ, ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ତରଫରୁ ପଞ୍ଜିକୃତ ନିର୍ମାଣ ଶ୍ରମିକ ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କ ପାଇଁ ବିଭିନ୍ନ କଲ୍ୟାଣକାରୀ ଯୋଜନା କାର୍ଯ୍ୟକାରୀ ହୋଇଛି । ଅଦ୍ୟାବଧି ୩୮ ଲକ୍ଷରୁ ଅଧିକ ନିର୍ମାଣ ଶ୍ରମିକ ଉକ୍ତ ବୋର୍ଡ ଅଧୀନରେ ପଞ୍ଜିକୃତ ହୋଇଛନ୍ତି । ସେମାନଙ୍କ କଲ୍ୟାଣ ପାଇଁ ୨୯୩୫ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି । ଏହା ସେମାନଙ୍କ ଆର୍ଥିକ ଓ ସାମାଜିକ ମାନଦଣ୍ଡ ବୃଦ୍ଧିରେ ବହୁଳ ମାତ୍ରାରେ ସହାୟକ ହୋଇପାରିଛି ।

ରାଜ୍ୟର ଶ୍ରମିକମାନଙ୍କ ବିକାଶରେ ଉଲ୍ଲେଖନୀୟ ଅବଦାନ କରିଥିବା ବିଭିନ୍ନ ଶ୍ରମିକ ସଂଗଠନର ୫ ଜଣ ନେତା ଲକ୍ଷ୍ମୀଧର ସାହୁ, ସୌଭାଗ୍ୟ ପ୍ରଧାନ, ଗୌରାଙ୍ଗ ଚରଣ ପାଣିଗ୍ରାହୀ, କୃଷ୍ଣ ଚନ୍ଦ୍ର ମିଶ୍ର ଓ ବୀରେନ୍ଦ୍ର ପ୍ରସାଦ ଦାସଙ୍କୁ ବିଜୁ ଶ୍ରମିକ ବନ୍ଧୁ ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଛି । ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗର ଶାସନ ସଚିବ ଆର.ଏସ ଗୋପାଳନ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଶ୍ରମ କମିଶନର ଡ. ଏନ. ଥିରୁମାଲା ନାୟକ ଧନ୍ୟବାଦ ଅର୍ପଣ କରିଛନ୍ତି । କାର୍ଯ୍ୟକ୍ରମରେ ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ବିଭାଗର ବରିଷ୍ଠ ପଦାଧିକାରୀ, ବିଭିନ୍ନ ଶ୍ରମିକ ସଂଗଠନର ନେତୃବୃନ୍ଦ ତଥା ବହୁ ସଂଖ୍ୟାରେ ଶ୍ରମିକମାନେ ଯୋଗ ଦେଇଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.