ETV Bharat / state

ରାଜ୍ୟସ୍ତରୀୟ ଲୋକକଳା ଦିବସ ଓ ରଜ ମହୋତ୍ସବ ଉଦଘାଟିତ

author img

By

Published : Jun 15, 2023, 9:10 AM IST

ରାଜଧାନୀରେ ଦୁଇଦିନିଆ ରାଜ୍ୟସ୍ତରୀୟ ଲୋକକଳା ଦିବସ ଓ ରଜ ମହୋତ୍ସବ ଉଦଘାଟିତ ହୋଇଛି । ଅଧିକ ପଢନ୍ତୁ

ରଜ ମହୋତ୍ସବ ଉଦଘାଟିତ
Raja Mahotsav
Raja Mahotsav

ଭୁବନେଶ୍ବର: ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଲୋକକଳା ଦିବସ ଓ ରଜ ମହୋତ୍ସବ ଉଦଘାଟିତ ହୋଇଛି । ଭଞ୍ଜକଳା ମଣ୍ତପ ଠାରେ ଏହି ଦୁଇଦିନିଆ ରାଜ୍ୟସ୍ତରୀୟ ଲୋକକଳା ଦିବସ ଓ ରଜ ମହୋତ୍ସବ ଆରମ୍ଭ ହୋଇଛି । ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି, ପର୍ଯ୍ୟଟନ ଓ ଅବକାରୀ ମନ୍ତ୍ରୀ ଅଶ୍ବିନୀ କୁମାର ପାତ୍ର ଏହାକୁ ଉଦଘାଟନ କରିବା ସହ ଲୋକକଳାର ପରମ୍ପରା ଏବେ ମଧ୍ୟ ଅକ୍ଷୁର୍ଣ୍ଣ ରହିଛି ବୋଲି କହିଥିଲେ । ଓଡିଶାର ଭାଷା, ସାହିତ୍ୟ ସଂସ୍କୃତି ଓ ପରମ୍ପରା ସହ ରାଜ୍ୟର ଲୋକକଳା ଓତଃପ୍ରୋତ ଭାବେ ଜଡିତ । ଏହାର ଲୋକପ୍ରିୟତା ବଜାୟ ରଖିବାର ସମୟ ଆସିଛି । ସେହିଭଳି ଗଣପର୍ବ ରଜ ମଧ୍ୟ ମୌଳିକତା ହରେଇ ନାହିଁ ଏହି ପର୍ବରେ ଆଧୁନିକତା ପ୍ରବେଶ ନକରୁ ବୋଲି କହିଛନ୍ତି ମନ୍ତ୍ରୀ ଅଶୋକ ପାତ୍ର ।

ଲୁପ୍ତପ୍ରାୟ ଲୋକକଳାକୁ ପୁନଃ ଉଜ୍ବୀବିତ କରିବା ସହ ସଂପୃକ୍ତ କଳାକାର ମାନଙ୍କୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ୨୦୧୯ ମସିହାରୁ ଜୁନ 14କୁ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଲୋକକଳା ଦିବସ ଭାବେ ପାଳନ କରାଯାଉଛି । ଏହି ଅବସରରେ ଯୋଗ ଦେଇ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା କହିଛନ୍ତି ଯେ, '' ଆଧୁନିକତାର ଚାକଚକ୍ୟରେ ଲୋକକଳା ଏହାର ମୌଳିକତା ଅକ୍ଷୁର୍ଣ୍ଣ ରଖିବାରେ ସଫଳ ହୋଇଛି । ଲୋକକଳାର ସୁରକ୍ଷା ଓ ଏହାକୁ ଲୋକାଭିମୁଖୀ କରିବା ପାଇଁ ଭବିଷ୍ୟତ ପିଢି ପ୍ରୟାସୀ ହେବା ଆବଶ୍ୟକତା ରହିଛି । କଳାକାର ମାନଙ୍କ ପ୍ରତିଭା ଚିହ୍ନଟ କରି ସେମାନଙ୍କୁ ଉପଯୁକ୍ତ ସମ୍ମାନ ପ୍ରଦାନ କରିବା ନିମନ୍ତେ ରାଜ୍ୟ ସରକାର ସମସ୍ତ ପଦକ୍ଷେପ ଗ୍ରହଣ କରିଛନ୍ତି । ଗ୍ରାମାଞ୍ଚଳ ଓ ବ୍ଲକ ସ୍ତରରୁ ଆରମ୍ଭ କରି ରାଜ୍ୟସ୍ତରରେ ଲୋକକଳା ଦିବସ ପାଳନ ନିମନ୍ତେ ପ୍ରୋତ୍ସାହିତ କରିବାରେ ସଂସ୍କୃତି ବିଭାଗର ଭୂମିକା ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ।''

ଅନ୍ୟପଟେ ସଂସ୍କୃତି ଭବନ ପରିସରରେ ବିଭିନ୍ନ କାର୍ଯ୍ୟକ୍ରମର ମଧ୍ୟ ଆୟୋଜନ କରାଯାଇଛି । ରଜ ଉପଲକ୍ଷେ ବିଭିନ୍ନ ପାରମ୍ପରିକ ଓଡିଆ ଖାଦ୍ୟ ସାମଗ୍ରୀ ଓ ବିଭିନ୍ନ ହସ୍ତତନ୍ତ ସାମଗ୍ରୀ ଗ୍ରାହକ ମାନଙ୍କ ନିମନ୍ତେ ଉପଲବ୍ଧ ରହିଛି । କାର୍ଯ୍ୟକ୍ରମ ଶେଷରେ ସମ୍ବଲପୁରର ଲହରୀ ଅନୁଷ୍ଠାନ ପକ୍ଷରୁ ସମ୍ବଲପୁରୀ ଲୋକନୃତ୍ୟ, କଟକର ପଦ୍ମଶ୍ରୀ ଉତ୍ସବ ଚରଣ ଦାସଙ୍କ ଦ୍ବାରା ଘୋଡାନାଚ ପରିବେଷଣ କରାଯାଇଥିଲା ।

ସେହିଭଳି ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅତିରିକ୍ତ ଶାସନ ସଚିବ ସତ୍ୟବ୍ରତ ସାହୁ ବିଭାଗର ବିଭିନ୍ନ କାର୍ଯ୍ୟଶୈଳୀ ଉପରେ ଆଲୋକପାତ କରିଥିଲେ । କଳାକାର ମାନଙ୍କ ସ୍ବାର୍ଥ ରକ୍ଷାକରିବା ନିମନ୍ତେ ବିଭାଗ କାର୍ଯ୍ୟ କରୁଥିବା ସେ ମତବ୍ୟକ୍ତ କରିଥିଲେ । ଓଡିଶା ପର୍ଯ୍ୟଟନ ଉନ୍ନୟନ ନିଗମ ଅଧ୍ୟକ୍ଷ ଲେନିନ ମହାନ୍ତି ନିଜର ମତାମତ ପ୍ରଦାନ କରିଥିଲେ । ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ଦିଲୀପ ରାଉତରାଏ ବିଭାଗୀୟ ଉପ ନିର୍ଦ୍ଦେଶିକା ସୁଚିସ୍ମିତା ମନ୍ତ୍ରୀ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.