ETV Bharat / state

ରାଜ୍ୟସ୍ତରୀୟ ଶିଶୁ ଦିବସ ଉଦଯାପନୀ ସମାରୋହ, ୧୦୦ କୋଟିର ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ - ରାଜ୍ୟସ୍ତରୀୟ ଶିଶୁ ଦିବସ

ଭୁବନେଶ୍ବରରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଶିଶୁ ଦିବସ ସମାରୋହ ଶେଷ ହୋଇଛି । ଏଥିରେ ଯୋଗ ଦେଇ ଶିକ୍ଷାରେ ଉତ୍କର୍ଷତା ପାଇଁ ୧୦୦ କୋଟିର ପୁରସ୍କାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ

ରାଜ୍ୟସ୍ତରୀୟ ଶିଶୁ ଦିବସ ଉଦଯାପନୀ ସମାରୋହ, ୧୦୦ କୋଟିର ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ

author img

By

Published : Nov 17, 2022, 7:52 AM IST

ଭୁବନନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିକ୍ଷାରେ ଉତ୍କର୍ଷତା ପାଇଁ 5T ରୂପାନ୍ତରିତ ସ୍କୁଲ(5T transformed schools) ତଥା ଅନ୍ୟ ସ୍କୁଲମାନଙ୍କ ପାଇଁ ୧୦୦ କୋଟି ଟଙ୍କାର ପୁରସ୍କାର ଘୋଷଣା କରିଛନ୍ତି । ବର୍ଷକୁ ୫୦ ହଜାର ଛାତ୍ରଛାତ୍ରୀ ଏହି ପୁରସ୍କାର ପାଇବେ । ସରପଞ୍ଚ, ଶିକ୍ଷକ, ପୁରାତନ ଛାତ୍ରଛାତ୍ରୀ ସ୍କୁଲ କମିଟି ମଧ୍ୟ ପୁରସ୍କୃତ ହେବେ । ଏହାସହ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଓ ମାଧ୍ୟମିକ ଶିକ୍ଷା ପରିଷଦ ପାଇଁ ଡିଜି ଲକର ବ୍ୟବସ୍ଥାର ଶୁଭାରମ୍ଭ ହୋଇଛି । ଏହି ପରିପ୍ରେକ୍ଷୀରେ ସମୟର ଆହ୍ବାନକୁ ସାମ୍ନା କରିବା ସହିତ କଠିନ ପରିଶ୍ରମ ବା ଅଧୟନ କରି ସଫଳ ହେବା ପାଇଁ ପିଲାଙ୍କୁ ଉଦବୋଧନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏଥିପାଇଁ ଆଗାମୀ ପିଲାଙ୍କୁ ପ୍ରସ୍ତୁତ କରିବା ହେଉଛି ୫ଟି ରୂପାନ୍ତଣର ମୁଖ୍ୟ ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି ।

ରାଜ୍ୟସ୍ତରୀୟ ଶିଶୁ ଦିବସ ଉଦଯାପନୀ ସମାରୋହ, ୧୦୦ କୋଟିର ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଏହି କାର୍ଯ୍ୟକ୍ରମରେ ଶିକ୍ଷାର ଉତ୍କର୍ଷ ଲାଭ କରୁଥିବା ସ୍କୁଲ ଛାତ୍ରଛାତ୍ରୀ, ଶିକ୍ଷାନୁଷ୍ଠାନ ଓ ପ୍ରଧାନ ଶିକ୍ଷକ, ଶିକ୍ଷକ ଶିକ୍ଷୟିତ୍ରୀ, ସରପଞ୍ଚ ସ୍କୁଲ ପରିଚାଳନା କମିଟି ତଥା ପୁରାତନ ଛାତ୍ରମାନଙ୍କୁ ସେମାନଙ୍କ ଅବଦାନ ପାଇଁ ବର୍ଷକୁ ୧୦୦ କୋଟି ଟଙ୍କାର ପୁରସ୍କାର ଘୋଷଣା କରିଛନ୍ତି । ବ୍ଲକ୍‌, ଜିଲ୍ଲା ଓ ରାଜ୍ୟସ୍ତରରେ ଏହି ପୁରସ୍କାର ପ୍ରଦାନ କରାଯିବ । ୫୦ ହଜାର ଛାତ୍ରଛାତ୍ରୀ, ୧୫୦୦ ପ୍ରଧାନ ଶିକ୍ଷକ ଓ ଶିକ୍ଷକ-ଶିକ୍ଷୟିତ୍ରୀ, ସ୍କୁଲ ପରିଚାଳନା କମିଟି ସରପଞ୍ଚ, ପୁରାତନ ଛାତ୍ରମାନଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ । ବୁଧବାର ସ୍ଥାନୀୟ ୟୁନିଟ-୯ ସ୍ଥିତ ସରକାରୀ ହାଇସ୍କୁଲରେ ରାଜ୍ୟସ୍ତରୀୟ ଶିଶୁ ଦିବସ 'ସୁରଭି ୨୦୨୨' କାର୍ଯ୍ୟକ୍ରମର ଉଦ୍‌ଯାପନୀ ସମାରୋହରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ଏହି ପୁରସ୍କାର ଘୋଷଣା କରିଛନ୍ତି ।

କାର୍ଯ୍ୟକ୍ରମରେ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ୩ଟି ଗୁରୁତ୍ବପୂର୍ଣ୍ଣ ବିଷୟରେ ପରାମର୍ଶ ଦେଇଛନ୍ତି । ପ୍ରଥମଟି ହେଉଛି ସମୟର ଆହ୍ବାନ । ସେ କହିଥିଲେ ଯେ, ''ଛାତ୍ରଛାତ୍ରୀଙ୍କ ପାଇଁ ସମୟ ହେଉଛି ଗୁରୁତ୍ବପୂର୍ଣ୍ଣ । ଠିକ୍‌ ସମୟରେ ଠିକ୍‌ କାମ କଲେ ପିଲାମାନେ ଆଗରେ ରହିପାରିବେ । ବର୍ତ୍ତମାନ ହେଉଛି ପିଲାମାନଙ୍କର ଜ୍ଞାନ ଅର୍ଜନ କରିବାର ସମୟ । ପାଠ ସହିତ ଖେଳକୁଦ, ନାଚଗୀତ ସବୁ କ୍ଷେତ୍ରରେ ଉତ୍କର୍ଷତା ହାସଲ କରି ନିଜ ପାଇଁ ପରିଚୟ ସୃଷ୍ଟି କରିବାକୁ ହେବ ।'' ସେହିପରି “ପରିବର୍ତ୍ତନ ଅବଶ୍ୟମ୍ଭାବୀ” ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ''ସମୟ ସହ ତାଳ ଦେଇ ଆଗକୁ ବଢିବାକୁ ପଡିବ ଓ ପରିବର୍ତ୍ତନକୁ ଗ୍ରହଣ କରିବାକୁ ହେବ । ଆମର 5T ରୂପାନ୍ତରର ମୁଖ୍ୟ ଲକ୍ଷ୍ୟ ହେଉଛି, ସମୟର ଆହ୍ବାନର ମୁକାବିଲା ପାଇଁ ପିଲାମାନଙ୍କୁ ପ୍ରସ୍ତୁତ କରିବା ।'' ନିଜ ଭିତରେ ବୈଜ୍ଞାନିକ ମନୋବୃତ୍ତିର ବିକାଶ ପାଇଁ ନବୀନ ପଟ୍ଟନାୟକ ପରାମର୍ଶ ଦେଇଛନ୍ତି ।

ଏହାମଧ୍ୟ ପଢନ୍ତୁ: ନିର୍ବାହୀ ଅଧିକାରୀଙ୍କ ଉପରକୁ ପୌରାଧ୍ୟକ୍ଷାଙ୍କ ଫାଇଲ ଫିଙ୍ଗିବା ଘଟଣା, ପ୍ରତିକ୍ରିୟା ରଖିଲେ ନିର୍ବାହୀ ଅଧିକାରୀ

ସେହିପରି ତୃତୀୟରେ ପିଲାମାନଙ୍କୁ ଦାୟିତ୍ବବୋଧତା ସଂପର୍କରେ ବୁଝାଇ କହିଥିଲେ ଯେ, ତୁମମାନଙ୍କ ଜୀବନ ଗଢି ତୋଳିବାରେ ଯେଉଁମାନଙ୍କ ଅବଦାନ ରହିଛି ଯଥା ଶିକ୍ଷକ, ପରିବାର, ଗୁରୁ, ନିଜ ଗାଁ ଓ ସ୍କୁଲ, ସେମାନଙ୍କ ପ୍ରତି ନିଜର ଦାୟିତ୍ବ ଓ ସମ୍ମାନକୁ କେବେ ହେଲେ ଭୁଲ ନାହିଁ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ କ୍ଷେତ୍ରରେ କୃତିତ୍ବ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରିବା ସହିତ ଏକ କଫି ଟେବୁଲ ପୁସ୍ତକ, ମାଗାଜିନ ଓ ମୋ ସ୍କୁଲ ନ୍ୟୁଜ ଲେଟର ଉନ୍ମୋଚନ କରିଥିଲେ ।

ଏହି ଅବସରରେ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ପଣ୍ଡା ଓ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ନିଜ ନିଜର ଅଭିଭାଷଣ ରଖି ଶିକ୍ଷା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବ ଓ ଦୂରଦୃଷ୍ଟିର ଉଚ୍ଚପ୍ରଶଂସା କରିଥିଲେ । ସ୍କୁଲଗୁଡିକର ରୂପାନ୍ତର, ମୋ ସ୍କୁଲ କାର୍ଯ୍ୟକ୍ରମ ଆଦି ରାଜ୍ୟର ଶିକ୍ଷା କ୍ଷେତ୍ରରେ ଏକ ବୈପ୍ଲବିକ ପରିବର୍ତ୍ତନ ଆଣିବ ବୋଲି ସେମାନେ ମତବ୍ୟକ୍ତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଭୁବନେଶ୍ବର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ସ୍କୁଲ ଓ ଗଣଶିକ୍ଷା ବିଭାଗର କମିଶନର ତଥା ସଚିବ ଅଶ୍ବଥି ଏସ୍‌ ସ୍ବାଗତ ଓ ଓସେପାର ପ୍ରକଳ୍ପ ନିର୍ଦ୍ଦେଶକ ପ୍ରମୁଖ ଉପସ୍ଥିତ ରହିଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

For All Latest Updates

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.