ETV Bharat / state

ଶିଶୁଙ୍କ ଅନ୍ତର୍ନିହିତ ଗୁଣାବଳୀର ବିକାଶ କରିବ ସୁରଭି କହିଲେ ଗଣଶିକ୍ଷା ମନ୍ତ୍ରୀ

author img

By

Published : Nov 14, 2022, 10:11 PM IST

ଶିଶୁ ଦିବସ ଅବସରରେ ଭୁବନେଶ୍ବରରେ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୨’ ଉଦଘାଟିତ । ଶିଶୁମାନଙ୍କ ଅନ୍ତର୍ନିହିତ ଗୁଣାବଳୀର ପରିପ୍ରକାଶ ପାଇଁ ଏହା ଏକ ସୁନ୍ଦର ପ୍ରୟାସ ବୋଲି କହିଲେ ଗଣଶିକ୍ଷା ମନ୍ତ୍ରୀ । ଅଧିକ ପଢନ୍ତୁ

ଗଣଶିକ୍ଷା ମନ୍ତ୍ରୀ
ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର: ଆଜି ଶିଶୁ ଦିବସ । ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁଙ୍କ ଜୟନ୍ତୀକୁ ଶିଶୁ ଦିବସ ଭାବେ ପାଳନ କରାଯାଏ । ଏହି ଅବସରରେ ଆଜି ଭୁବନେଶ୍ବରରେ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୨’ ଉଦଘାଟିତ ହୋଇଯାଇଛି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଆନୁକୂଲ୍ୟରେ ଭୁବନେଶ୍ୱର ସ୍ଥିତ ସରକାରୀ ବାଳକ ଉଚ୍ଚବିଦ୍ୟାଳୟ ୟୁନିଟ୍‌-୯ ପରିସରରେ ଏହା ଆରମ୍ଭ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ମହୋତ୍ସବକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରି ଶିଶୁମାନଙ୍କ ଅନ୍ତର୍ନିହିତ ଗୁଣାବଳୀର ପରିପ୍ରକାଶ ପାଇଁ ଏହା ଏକ ସୁନ୍ଦର ପ୍ରୟାସ ବୋଲି ମତ ରଖିଥିଲେ ।

ଗଣଶିକ୍ଷା ମନ୍ତ୍ରୀ

ସେ ଆହୁରି ମଧ୍ୟ କହିଥିଲେ, ''ଏଭଳି କାର୍ଯ୍ୟକ୍ରମ ରାଜ୍ୟର ଶିଶୁମାନଙ୍କ ମଧ୍ୟରେ ଥିବା ଲୁକାୟିତ ପ୍ରତିଭାକୁ ବାହରକୁ ଆଣିବା ନିମନ୍ତେ ଏକ ପ୍ରକୃଷ୍ଟ ମଞ୍ଚ ପ୍ରଦାନ କରିବ । ଶିଶୁମାନଙ୍କୁ ଉତ୍ତମ ନାଗରିକ ଭାବେ ଗଢ଼ି ତୋଳିଲେ ଦେଶ ପ୍ରଗତି କରିପାରିବ ବୋଲି କହିଥିଲେ ମନ୍ତ୍ରୀ ସମୀର ରଞ୍ଜନ ଦାଶ ।''

ବିଭାଗୀୟ କମିଶନର ତଥା ଶାସନ ସଚିବ ଅଶ୍ୱଥୀ. ଏସ୍‌ କହିଛନ୍ତି, ''ପିଲାମାନଙ୍କୁ ଏକ ଆନନ୍ଦମୟ ପରିବେଶରେ ଶିକ୍ଷାଦାନ କରିବା ଦ୍ୱାରା ସେମାନଙ୍କର ଶିକ୍ଷା ଦୀର୍ଘସ୍ଥାୟୀ ହୋଇଥାଏ । ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ପ୍ରତ୍ୟେକ ଶିକ୍ଷାନୁଷ୍ଠାନ ମୂଳଲକ୍ଷ୍ୟ । ଏହାକୁ ସଫଳ କରିବାକୁ ହେଲେ ଆମ ସମସ୍ତଙ୍କୁ ଏକାଠି ହୋଇ ସହଯୋଗ ଓ ସହମତି ଭିତ୍ତିରେ କାର୍ଯ୍ୟ କରିବାକୁ ପଡ଼ିବ । ଶିକ୍ଷା ଭିତ୍ତିଭୂମିର ରୂପାନ୍ତରୀକରଣ ଆଜି ପିଲାମାନଙ୍କ ପାଇଁ ଏକ ସୁନ୍ଦର ପରିବେଶ ଆଣିଦେଇଛି ବୋଲି ବୋଲି କହିଥିଲେ ଶାସନ ସଚିବ ।''

ଏହି କାର୍ଯ୍ୟକ୍ରମରେ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀ, ବର୍ଜ୍ୟବସ୍ତୁରୁ ସୃଜନୀ କଳା, ମନର ଚିତ୍ରକୁ ମାଟିରେ ରୂପଦେବା, ଚିତ୍ରକଳା, ଧନ୍ଦାମୂଳକ ଶିକ୍ଷା ଇତ୍ୟାଦି ଉପରେ କର୍ମଶାଳା କରାଯାଇଛି । ଏତଦବ୍ୟତୀତ ଏହି ପ୍ରଦର୍ଶନୀରେ ଶିକ୍ଷା ସଂପର୍କିତ ୨୪ଟି ପ୍ରଦର୍ଶନୀ କେନ୍ଦ୍ର ମଧ୍ୟ ପିଲାମାନଙ୍କ ପାଇଁ ପ୍ରଦର୍ଶିତ ହୋଇଛି । ଏଥିରେ ରାଜ୍ୟର ୩୦ଟି ଜିଲ୍ଲାରୁ ପ୍ରତି ବିଭାଗ ପାଇଁ ଜିଲ୍ଲାସ୍ତରରେ ଜଣେ ଲେଖାଏଁ ଛାତ୍ରଛାତ୍ରୀ ମନୋନୀତ ହୋଇ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଛନ୍ତି ।

ଏହି ତିନିଦିନିଆ ରାଜ୍ୟସ୍ତରୀୟ ଉତ୍ସବରେ ଜିଲ୍ଲାରୁ ଆସିଥିବା ସାଂସ୍କୃତିକ ଦଳମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ, ବିଦ୍ୟାଳୟ ଗଣଶିକ୍ଷା ବିଭାଗ ଅଧିନସ୍ଥ ବିଭିନ୍ନ ନିର୍ଦ୍ଦେଶାଳୟର ପଦାଧିକାରୀ ଓ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଅନ୍ୟାନ୍ୟ ନିର୍ଦ୍ଦେଶାଳୟ ଓ ବିଭିନ୍ନ ସହଯୋଗୀ ଅନୁଷ୍ଠାନମାନଙ୍କର ସହଯୋଗରେ ଆୟୋଜିତ ହୋଇଛି । ଏହି ଅବସରରେ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ସୃଜନଶୀଳ ଲିଖନ ପାଇଁ ୭ ଜଣ, ଚିତ୍ରାଙ୍କନ ନିମନ୍ତେ ୭ ଜଣ ଓ ଶ୍ରୁତଲିଖନ ଏବଂ ହସ୍ତାକ୍ଷର ପାଇଁ ୩ ଜଣ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା ।

ତେବେ ଏହି କାର୍ଯ୍ୟକ୍ରମରେ 2200 ଛାତ୍ରଛାତ୍ରୀ 500 ଶିକ୍ଷକ ଶିକ୍ଷୟତ୍ରୀ ମାନେ ଅଂଶଗ୍ରହଣ କରିଥିବା ବେଳେ 3 ହଜାରରୁ ଉର୍ଦ୍ଧ୍ବ ଶିକ୍ଷକ ଅଧିକାରୀମାନେ ଅଂଶଗ୍ରହଣ କରିଥିଲେ। 16 ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସୁରଭି ଅବସରରେ ଯୋଗଦାନ କରି ପିଲାଙ୍କୁ ନୂଆ ବାର୍ତ୍ତା ଦେବାର କାର୍ଯ୍ୟକ୍ରମ ରହିଛି।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.