ETV Bharat / state

ଦୟା ଜଳ ବିଶୁଦ୍ଧ ରଖିବାକୁ ପଦକ୍ଷେପ: ଗଙ୍ଗୁଆ ଓ ଦୟାର ସଂଯୋଗ ସ୍ଥାନରେ ହେବ ଟ୍ରିଟମେଣ୍ଟ ପ୍ଲାଣ୍ଟ

author img

By ETV Bharat Odisha Team

Published : Dec 7, 2023, 5:09 PM IST

ଦୟା ନଦୀ ପାଣିକୁ ପ୍ରଦୂଷଣ ମୁକ୍ତ ରଖାଯିବା ଉପରେ ଗୁରୁତ୍ୱ । ଏନେଇ ଆଜି 5T ତଥା ନବୀନ ଓଡିଶାର ଅଧ୍ୟକ୍ଷ ଭି.କେ ପାଣ୍ଡିଆନଙ୍କ ଅଧ୍ୟକ୍ଷତାରେ ବସିଛି ଗୁରୁତ୍ୱପୂର୍ଣ୍ଣ ବୈଠକ । ଆଗକୁ ପଢ଼ନ୍ତୁ

ସ୍ବଚ୍ଛ ହେବ  ଦୟା ନଦୀ
ସ୍ବଚ୍ଛ ହେବ ଦୟା ନଦୀ

ଭୁବନେଶ୍ବର: ଦୟା ନଦୀ ପାଣିକୁ ପ୍ରଦୂଷଣ ମୁକ୍ତ ରଖାଯିବା ଉପରେ ଗୁରୁତ୍ୱ । ଏନେଇ ଆଜି 5T ତଥା ନବୀନ ଓଡିଶାର ଅଧ୍ୟକ୍ଷ ଭି.କେ ପାଣ୍ଡିଆନଙ୍କ ଅଧ୍ୟକ୍ଷତାରେ ବସିଛି ଗୁରୁତ୍ୱପୂର୍ଣ୍ଣ ବୈଠକ । ଦୟା ନଦୀ ପାଣିକୁ ପ୍ରଦୂଷଣ ମୁକ୍ତ ରଖିବା ସମ୍ପର୍କରେ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ । ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ନଗର ଉନ୍ନୟନ ବିଭାଗ ଏବଂ ଭୁବନେଶ୍ୱର ମହାନଗର ନିଗମକୁ ପାଣ୍ଡିଆନଙ୍କ ନିର୍ଦ୍ଦେଶ ।

ଦୟା ନଦୀର ଜଳକୁ ବିଶୁଦ୍ଧ ରଖିବା ସଂକ୍ରାନ୍ତରେ ଆଜି 5T ତଥା ନବୀନ ଓଡିଶାର ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଥିବା ବିଭିନ୍ନ ପ୍ରତିଷ୍ଠାନର ଦୂଷିତ ଜଳକୁ ସ୍ୱେରେଜ ଲାଇନ ସହିତ ସଂଯୋଗ କରିବା ପାଇଁ ବ୍ୟଧ୍ୟତାମୂଳକ କରାଯାଇଛି । ଏହା ସହିତ ବିଏମସିର ସବୁ ଘର ଯେପରି ସ୍ୱେରେଜ ଲାଇନ ସହିତ ଶୀଘ୍ର ସଂଯୁକ୍ତ ହୋଇପାରିବ ସେ ଦିଗରେ ମଧ୍ୟ ସଚେତନତା ସୃଷ୍ଟି କରିବା ପାଇଁ ସେ ନିର୍ଦ୍ଦେଶ ଦିଆଯାଇଛି । ଭୁବନେଶ୍ୱରରେ ୱାଟକୋ ପକ୍ଷରୁ ବିଭିନ୍ନ ଅଞ୍ଚଳରେ ସ୍ୱେରେଜ କାମ ଚାଲିଛି । ବିଭିନ୍ନ ଏଜେନ୍ସି ସହ ସମନ୍ୱୟ ରକ୍ଷା କରି କାମ କଲେ ଜନସାଧାରଣଙ୍କ ବିଶେଷ ଅସୁବିଧା ହେବ ନାହିଁ । ଏହା ସହିତ ସ୍ୱେରେଜ କାମ ତ୍ୱରାନ୍ୱିତ କରି ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ବସ୍ତି ସମେତ ସହରର ସବୁ ଅଞ୍ଚଳ ଯେପରି ସ୍ୱେରେଜ ବ୍ୟବସ୍ଥା ସହିତ ସଂଯୁକ୍ତ ହେବ ସେଦିଗରେ ପଦକ୍ଷେପ ନେବା ପାଇଁ ସେ ୱାଟକୋକୁ ନିର୍ଦ୍ଦେଶ ଦେଇଛନ୍ତି ।

ଏହା ମଧ୍ୟ ପଢ଼ନ୍ତୁ....‘ଗାଡକଣର ଅଳିଆ ପାହାଡକୁ ଲୁଚେଇବାକୁ ଟେକ୍ନୋଲୋଜିର ଗୋଲାପୀ ଗପ କହୁଛି ବିଏମସି’

ଦୟା ନଦୀର ଜଳକୁ ବିଶୁଦ୍ଧ କରିବା ପାଇଁ ଦୟା ଓ ଗଙ୍ଗୁଆର ସଂଯୋଗ ସ୍ଥଳରେ ୱାଟକୋ ପକ୍ଷରୁ ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ ଯୁକ୍ତ ଏକ ବିଶୋଧନ ପ୍ଲାଣ୍ଟ ନିର୍ମାଣ କରିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଛି । ଭୁବନେଶ୍ୱର ସହରରେ ବିଭିନ୍ନ ଶିଳ୍ପାନୁଷ୍ଠାନ ମଧ୍ୟ ରହିଛି । ସେମାନଙ୍କର ବର୍ଜ୍ୟବସ୍ତୁ ଓ ଜଳର କିପରି ଉପଯୁକ୍ତ ବିଶୋଧନ କରାଯାଇ ପାରିବ ସେଥିପାଇଁ ଇଡିକୋ, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଓ ବିଏମସି ପକ୍ଷରୁ ନିୟମିତ ଯାଞ୍ଚ କରାଯିବ । ଭୁବନେଶ୍ୱର ସହରର ବିଭିନ୍ନ ନର୍ଦ୍ଦମା ଜଳ ବିଶୋଧନ ପ୍ଲାଣ୍ଟରେ ପହଞ୍ଚିବା ପୂର୍ବରୁ ସେଗୁଡିକର ୱାଟକୋ ଓ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ନିୟମିତ ବୈଷୟିକ ଯାଞ୍ଚ ପାଇଁ ବୈଠକରେ ନିଷ୍ପତ୍ତି ହୋଇଛି ।

ଦୟା ନଦୀର ଜଳକୁ ବିଶୁଦ୍ଧ ରଖିବା ପାଇଁ, ବିଏମସି ଅଞ୍ଚଳର ବର୍ଜ୍ୟବସ୍ତୁ ସୃଷ୍ଟିକାରୀ ଶିଳ୍ପ ତଥା ଅନ୍ୟ ପ୍ରତିଷ୍ଠାନଗୁଡିକ ଉପରେ ତୀକ୍ଷ୍ଣ ନଜର ରଖି ଏହାର ନିୟନ୍ତ୍ରଣ ପାଇଁ ପଦକ୍ଷେପ ନେବାକୁ ବିଏମସିକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ବିଡ଼ିଏର ଉପାଧ୍ୟକ୍ଷ ବଲୱନ୍ତ ସିଂଙ୍କ ଅଧ୍ୟକ୍ଷତାରେ ଗଠିତ ହୋଇଛି ଦୟା ଟାସ୍କଫୋର୍ସ । ଦୟା ନଦୀ ପାଣିକୁ ବିଶୁଦ୍ଧ ରଖିବା ପାଇଁ ବିଭିନ୍ନ ସଂସ୍ଥା ସହିତ ସମନ୍ଵୟ ରଖି ପଦକ୍ଷେପ ନେଇଛି ଦୟା ଟାସ୍କଫୋର୍ସ । ବୈଠକରେ ବଲୱନ୍ତ ସିଂହ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଏକ ପ୍ରେଜେଣ୍ଟସେନ ଉପସ୍ଥାପନ କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.