ETV Bharat / state

ଧର୍ମେନ୍ଦ୍ରଙ୍କ ଚିଠି ପରେ ପଦକ୍ଷେପ; ଓଡ଼ିଶାରୁ ଉଠିବ ଅଧିକ ୧୦ ଲକ୍ଷ ମେଟ୍ରିକ ଟନ ଉଷୁନା ଚାଉଳ

Dharmendra Pradhan letter: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧକୁ ରଖିଲା କେନ୍ଦ୍ର । ଓଡିଶାରୁ ଉଠିବ ଅଧିକ ୧୦ ଲକ୍ଷ ମେଟ୍ରିକ ଟନ ଉଷୁନା ଚାଉଳ । ଏହି ପଦକ୍ଷେପ ଦ୍ବାରା ଓଡ଼ିଶାର ଲକ୍ଷାଧିକ ଚାଷୀ ଉପକୃତ ହେବେ । ଅଧିକ ପଢନ୍ତୁ

ଧର୍ମେନ୍ଦ୍ରଙ୍କ ଚିଠି ପରେ ପଦକ୍ଷେପ
ଧର୍ମେନ୍ଦ୍ରଙ୍କ ଚିଠି ପରେ ପଦକ୍ଷେପ
author img

By ETV Bharat Odisha Team

Published : Jan 19, 2024, 12:47 PM IST

ଭୁବନେଶ୍ୱର: ଓଡ଼ିଶାରୁ ଉଠିବ ୧୦ ଲକ୍ଷ ମେଟ୍ରିକ ଟନ ଉଷୁନା ଚାଉଳ । ୧୦ ଲକ୍ଷ ମେଟ୍ରିକ ଟନ ଉଷୁନା ଚାଉଳ ସଂଗ୍ରହ କରିବା ପାଇଁ କେନ୍ଦ୍ର ସରକାର ମଞ୍ଜୁରୀ ଦେଇଛନ୍ତି । କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ମଞ୍ଜୁରୀ ଦିଆଯାଇଛି । ରାଜ୍ୟରୁ ଉଷୁନା ଚାଉଳ ଉଠାଇବା ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲେଖିଥିବା ଚିଠିର ଉତ୍ତରରେ ଏନେଇ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋୟଲ । ଅନୁରୋଧ ରକ୍ଷା କରି ତ୍ବରିତ ପଦକ୍ଷେପ ନେଇଥିବାରୁ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋୟଲଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଗତ ୧୬ ତାରିଖରେ ପିୟୁଷଙ୍କୁ ଚିଠି ଲେଖିଥିଲେ ଧର୍ମେନ୍ଦ୍ର ।

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଚିଠି ଲେଖିବା ପରେ ତ୍ବରିତ ପଦକ୍ଷେପ ସ୍ବରୂପ ଚଳିତ ଖରିଫ ବିପଣନ ଋତୁରେ ଓଡ଼ିଶାରୁ ଅଧିକ ୧୦ ଲକ୍ଷ ମେଟ୍ରିକ ଟନ ଉଷୁନା ଚାଉଳ ସଂଗ୍ରହ କରିବ କେନ୍ଦ୍ର । କେନ୍ଦ୍ର ସରକାର ଏନେଇ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଭାରତୀୟ ଖାଦ୍ୟ ନିଗମ (ଏଫସିଆଇ) ଦ୍ବାରା ଓଡ଼ିଶାରୁ ଅଧିକ ୧୦ ଲକ୍ଷ ମେଟ୍ରିକ ଟନ ଉଷୁନା ଚାଉଳ ସଂଗ୍ରହ କରିବା ପାଇଁ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରଣାଳୟ ମଞ୍ଜୁରୀ ପ୍ରଦାନ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠିର ଉତ୍ତରରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ପିୟୂଷ ଗୋୟଲ । ଅନୁରୋଧକୁ ରକ୍ଷା କରି ତ୍ବରିତ ପଦକ୍ଷେପ ନେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋୟଲଙ୍କୁ ଧର୍ମେନ୍ଦ୍ର ଧନ୍ୟବାଦ ଜଣାଇଛନ୍ତି । ଏହି ପଦକ୍ଷେପ ଦ୍ବାରା ଓଡ଼ିଶାର ଲକ୍ଷାଧିକ ଚାଷୀ ଉପକୃତ ହେବେ ବୋଲି ସେ କହିଛନ୍ତି ।

ଏହାମଧ୍ୟ ପଢନ୍ତୁ.. ଭଦ୍ରକରେ ଧାନ ମଣ୍ଡି ସମସ୍ୟା: କଟନୀକୁ ନେଇ ଚାଷୀ ଅସନ୍ତୋଷ, ଘାରିଲାଣି ଅଭାବୀ ବିକ୍ରି ଭୟ

ଗତ ଜାନୁଆରୀ ୧୬ ତାରିଖରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଭାଗୀୟ ମନ୍ତ୍ରୀ ପିୟୁଷ ଗୋୟଲଙ୍କୁ ଚିଠି ଲେଖି ଏ ସମ୍ପର୍କରେ ଅବଗତ କରାଇଥିଲେ । ଚଳିତ ଥର ଓଡ଼ିଶାରେ ଧାନ ଅମଳ ଭଲ ହୋଇଥିବା କାରଣରୁ ରାଜ୍ୟରୁ ମୋଟ ପ୍ରାୟ ୭୯ ଲକ୍ଷ ମେଟ୍ରିକ ଟନ ଖରିଫ ଚାଉଳ ସଂଗ୍ରହ କରାଯିବା ନେଇ ଆକଳନ କରାଯାଇଛି । ପ୍ରାରମ୍ଭିକ ଆବଣ୍ଟନରେ କେନ୍ଦ୍ର ସରକାର ୨୦୨୩-୨୪ ଖରିଫ ବିପଣନ ଋତୁରେ ୪୪.୨୮ ଲକ୍ଷ ମେଟ୍ରିନ ଟନ୍ ଚାଉଳ କିଣିବା ନେଇ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି ।

ତେବେ ଏସଏଫଏସଏ ଏବଂ ଅନ୍ୟାନ୍ୟ କଲ୍ୟାଣମୂଳକ ଯୋଜନା ପାଇଁ ଓଡ଼ିଶା ସରକାରଙ୍କ ନିଜସ୍ବ ଚାଉଳର ଆବଶ୍ୟକତା ପୂରଣ କରିବା ବ୍ୟତୀତ ପର୍ଯ୍ୟାପ୍ତ ପରିମାଣର ଉଷୁନା ଚାଉଳ ବଳକା ରହିଯାଇପାରେ । ଏହି ବଳକା ଚାଉଳ ଏଫସିଆଇ ଦ୍ବାରା ଉଠାଣ ହେବାର ଆବଶ୍ୟକତା ରହିଛି ବୋଲି ଧର୍ମେନ୍ଦ୍ର ପ୍ରଧାନ ଚିଠି ଲେଖିଥିଲେ । ଓଡ଼ିଶାର ଚାଷୀଙ୍କ ଜୀବନଜୀବିକାକୁ ସୁରକ୍ଷିତ ରଖିବା ପାଇଁ ଏହି ପଦକ୍ଷେପ ବିଶେଷ ସହାୟକ ହେବ । ଯେଉଁମାନେ ଧାନ ଚାଷରେ ନିର୍ଭରଶୀଳ, ଏହା ଦ୍ବାରା ସେମାନେ ଉପକୃତ ହୋଇପାରିବେ ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।

ଇଟିଭି ଭାରତ, ଭୁବନେଶ୍ୱର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.