ETV Bharat / state

weather Update: ୧୫ରୁ ପୁଣି ସକ୍ରିୟ ହେବ ପଶ୍ଚିମା ଝଡ଼, ୧୬ ଓ ୧୭ରେ ବିଜୁଳି ଘଡଘଡି ସହ ବର୍ଷା ! - ୧୬ ଓ ୧୭ ତାରିଖରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା

୧୫ ରୁ ପୁଣି ସକ୍ରିୟ ହେବ ଆଉ ଏକ ପଶ୍ଚିମା ଝଡ଼ । ୧୬ ଓ ୧୭ ତାରିଖରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା । ୧୬ ତାରିଖରେ ୧୩ ଓ ୧୭ ତାରିଖରେ ୧୨ ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଅଧିକ ପଢ଼ନ୍ତୁ

ରାଜ୍ୟବାସୀଙ୍କୁ ମିଳିବ ଖରାରୁ ସାମାନ୍ୟ ଆଶ୍ବସ୍ତି

author img

By

Published : Mar 13, 2023, 10:57 PM IST

ରାଜ୍ୟବାସୀଙ୍କୁ ମିଳିବ ଖରାରୁ ସାମାନ୍ୟ ଆଶ୍ବସ୍ତି

ଭୁବନେଶ୍ବର: ରାଜ୍ୟବାସୀଙ୍କୁ ମିଳିବ ଖରାରୁ ସାମାନ୍ୟ ଆଶ୍ବସ୍ତି । ଗତ କିଛି ଦିନ ଦେବ ରାଜ୍ୟରେ ୨ ରୁ ୩ ଡିଗ୍ରୀ ତାପମାତ୍ର ବୃଦ୍ଧି ପାଇଥିବା ବେଳେ ତତଲା କଡେଇରେ ସିଝିଥିଲା ରାଜ୍ୟ । ତେବେ ୧୫ରୁ ପୁଣି ଆଉ ଏକ ପଶ୍ଚିମା ଝଡ଼ ସକ୍ରିୟ ହେବାକୁ ଥିବା ବେଳେ ରାଜ୍ୟବସୀଙ୍କୁ ରୁଦ୍ର ତାପରୁ ମିଳିପାରେ ସାମାନ୍ୟ ଆଶ୍ବସ୍ତି । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଗରେ ବିଶେଷ ପରିବର୍ତ୍ତନ ନଥିବା ବେଳେ, ଆସୁଛି ଆଉ ଏକ ପଶ୍ଚିମା ଝଡ଼ । ଆସନ୍ତା ୧୫ ତାରିଖରୁ ପଶ୍ଚିମାଝଡ଼ର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି ।

ପଶ୍ଚିମା ଝଡର ପ୍ରଭାବରେ ୧୫ ତାରିଖରେ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଢେଙ୍କାନାଳ, କେନ୍ଦ୍ରାପଡା, କୋରାପୁଟ, ରାୟଗଡା, ଗଜପତିରେ ଘଡଘଡି ସହ ବର୍ଷା ହେବା ସମ୍ଭାବନା ରହିଛି । ତେବେ ୧୬ ତାରିଖରେ ୧୩ ଜିଲ୍ଲାରେ ପାଇଁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ୧୬ ତାରିଖରେ ଉତ୍ତର-ଉପକୂଳ ଜିଲ୍ଲାଗୁଡ଼ିକରେ ୪୦ ରୁ ୫୦ କି.ମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।

ସେହିପରି ,୧୭ ତାରିଖରେ 12ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଥିବା ଚେତାବନୀ ଦେଇଛି ପାଣିପାଗ କେନ୍ଦ୍ର । ବିଶେଷ ଭାବେ ଦକ୍ଷିଣ ଓଡିଶା ଓ ତାର ପାଶ୍ବବର୍ତ୍ତୀ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ । ସେପଟେ ବିଜୁଳି ଘଡଘଡି ସହ ବର୍ଷା ନେଇ ୧୩ ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ । ସେହିସବୁ ଜିଲ୍ଲାଗୁଡ଼ିକ ହେଲା, ମାଲକାନାଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ଵର, ମୟୂରଭଞ୍ଜ ।

ସେହିପରି ୧୭ ତାରିଖରେ ଦକ୍ଷିଣ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୧୨ ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ । ସେହିସବୁ ଜିଲ୍ଲାଗୁଡ଼ିକ ହେଲା, ମାଲକାନାଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ଗଞ୍ଜାମ, ଗଜପତି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ । ଆଜି ଭୁବନେଶ୍ଵରରେ ପାଗ ଶୁଖିଲା ରହିବା ସହ ଦିନ ତାପମାତ୍ରା ୩୯ ଡିଗ୍ରୀ ରେକର୍ଡ କରାଯାଇଛି ।

ଅନ୍ୟପଟେ ଗତ ୨୪ ଘଣ୍ଟାରେ ରାଜ୍ୟର ସମସ୍ତ ଜିଲ୍ଲାରେ ଶୁଖିଲା ପାଗ ରହିଥିଲା । ମାଲକାନଗିରି ଓ ବୌଦ୍ଧରେ ସର୍ବାଧିକ ତାପମାତ୍ରା ୩୮ ଡିଗ୍ରୀ ରେକର୍ଡ଼ କରାଯାଇଛି । ଆଗାମୀ ୫ ଦିନର ପାଣିପାଗ ନିୟାମକକୁ ନେଇ ୧୩ ଓ ୧୪ ରେ ରାଜ୍ୟର ସମସ୍ତ ଜିଲ୍ଲାରେ ପାଗ ଶୁଖିଲା ରହିବାର ସମ୍ଭାବନ ଥିବା ଆକଳନ କରିଛି ପାଣିପାଗ ବିଭାଗ । ୧୫ ରୁ ଗୋଟିଏ କିମ୍ବା ଦୁଇଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.