ଖୋର୍ଦ୍ଧା: ଖୋର୍ଦ୍ଧା ଡିଆରଡିଏ ସମ୍ମିଳନୀ କକ୍ଷରେ ଜିଲ୍ଲା ପରିଷଦର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ 2022-23 ପାଇଁ ବାର୍ଷିକ କାର୍ଯ୍ୟ ଖସଡ଼ା ହେବା ସହିତ ୱାର୍କିଂ ଲେବର ବଜେଟ ଉପରେ ଗୁରୁତ୍ବପୂର୍ଣ୍ଣ ଆଲୋଚନା ହୋଇଥିଲା । ସେହିଭଳି ଗ୍ରାମାଞ୍ଚଳର ବିକାଶ ପାଇଁ ସ୍ବାସ୍ଥ୍ୟ, କୃଷି, ଶିକ୍ଷା, ଜଳସେଚନ, ରାସ୍ତା ଓ ଗୃହ ନିର୍ମାଣ ସମ୍ପର୍କରେ ଆଲୋଚନା କରାଯାଇଛି ।
ଆଜିର ଏହି ବୈଠକରେ ମନ୍ତ୍ରୀ ଅଶୋକ ପଣ୍ଡା, ଜିଲ୍ଲା ଯୋଜନା ବୋର୍ଡ଼ ଅଧକ୍ଷ ରାଜେନ୍ଦ୍ର ସାହୁ, ଜିଲ୍ଲା ପରିଷଦ ଅଧକ୍ଷା ରୂପଶ୍ରୀ ରାଣୀ ଗୁମାନସିଂ, ବିଧାୟକ ଜ୍ୟୋତିନ୍ଦ୍ର ନାଥ ମିତ୍ର, ଜିଲ୍ଲାପାଳ ଓ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକଙ୍କ ସମେତ ବିଭିନ୍ନ ଜୋନର ଜିଲ୍ଲା ପରିଷଦ ସଭ୍ୟମାନେ ଉପସ୍ଥିତ ଥିଲେ ।
ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ