ETV Bharat / state

ଭୁବନେଶ୍ବରରେ ପ୍ରତିଷ୍ଠା ହେବ ୩ ନୂଆ ଅଗ୍ନିଶମ ସେବା କେନ୍ଦ୍ର, ନିୟୋଜିତ ହେବେ ୪୫ କର୍ମଚାରୀ

author img

By

Published : Apr 18, 2023, 3:24 PM IST

ରାଜଧାନୀରେ ଆଉ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର ପ୍ରତିଷ୍ଠା ହେବାକୁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ । ନିୟୋଜିତ ହେବେ ୪୫ଟି କର୍ମଚାରୀ । ଅଧିକ ପଢନ୍ତୁ

Etv Bharat
Etv Bharat

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ପ୍ରତିଷ୍ଠା ହେବ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର (Fire Station) । ଅଗ୍ନିଶମ କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଭୁବନେଶ୍ବରର ପରିସର ଓ ଜନସଂଖ୍ୟା ବୃଦ୍ଧି ପାଉଥିବାରୁ ଧନଜୀବନକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ଗୁରୁତ୍ତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ।

କ୍ରମବର୍ଦ୍ଧିଷ୍ଣୁ ପରିସର ଓ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଅଗ୍ନିଶମ ବ୍ୟବସ୍ଥାକୁ ସୁଦୃଢ କରିବାର ଆବଶ୍ୟକତା ରହିଛି । ଧନଜୀବନକୁ ସୁରକ୍ଷା ଯୋଗାଇ ଦେବା ଜରୁରୀ ହୋଇପଡ଼ିଛି । ଏଥିପାଇଁ ମୁଖ୍ୟମନ୍ତ୍ରୀ ୩ଟି ନୂଆ ଅଗ୍ନିଶମ କେନ୍ଦ୍ର ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି । ଏହି ୩ଟି ଅଗ୍ନିଶମ ସେବା କେନ୍ଦ୍ର ତମାଣ୍ଡୋ, ମଞ୍ଚେଶ୍ବର ଓ ପାହାଳରେ ପ୍ରତିଷ୍ଠା କରାଯିବ । ଏଥିପାଇଁ ୪୫ଟି ପଦବୀ ମଧ୍ୟ ଅନୁମୋଦନ କରାଯାଇଛି । ପ୍ରତ୍ୟେକ କେନ୍ଦ୍ରରେ ୧୫ ଜଣ ଲେଖାଏ କର୍ମଚାରୀ ରହିବେ । ଏଥିରେ ଜଣେ ଷ୍ଟେସନ ଅଫିସର, ଦୁଇ ଜଣ ଲିଡିଂ ଫାୟାରମ୍ୟାନ, ଜଣେ ଡ୍ରାଇଭର ହାବିଲଦାର, ଜଣେ ଫାୟାରମ୍ୟାନ ଡ୍ରାଇଭର ଓ ୧୦ ଜଣ ଫାୟାରମ୍ୟାନ ଅଛନ୍ତି ।

ଏହା ବି ପଢନ୍ତୁ- ରାଜ୍ୟର ଟପ୍ ୧୦ ସ୍ବଂୟଶାସିତ କଲେଜ ତାଲିକା ପ୍ରକାଶ, ପ୍ରଥମ ସ୍ଥାନରେ ଶୈଳବାଳା କଲେଜ

ସେହିପରି ଅଗ୍ନି ଦୁର୍ଘଟଣା ସମୟରେ ଲୋକଙ୍କ ଉଦ୍ଧାର କାର୍ଯ୍ୟ ତ୍ବରାନ୍ବିତ କରିବା ଲାଗି ଷ୍ଟ୍ରାଇକିଂ ଫାୟାର ଫୋର୍ସ ଗଠନ ନିଷ୍ପତ୍ତିକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଥିଲେ । ୧୪୪ ସଦସ୍ୟ ବିଶିଷ୍ଟ ଏକ ଷ୍ଟ୍ରାଇକିଂ ଫାୟାର ଫୋର୍ସ ଗଠନ କରିବାକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି । କଟକ, ସମ୍ବଲପୁର ଓ ବ୍ରହ୍ମପୁରରେ ଥିବା ୩ଟି ଜୋନରେ ଏହି ଷ୍ଟ୍ରାଇକିଂ ଫାୟାର ଫୋର୍ସର ୩ଟି ରେଞ୍ଜ ହେଡକ୍ବାର୍ଟର ରହିବ । ପ୍ରତ୍ୟେକ ରେଞ୍ଜ ହେଡକ୍ବାର୍ଟର ପାଇଁ ୪୮ଟି ପଦବୀ ସୃଷ୍ଟି କରାଯିବ । ସମୁଦାୟ ୧୪୪ଟି ପଦବୀ ସୃଷ୍ଟି ହେବ ।

ଏଥିରେ ଆସିଷ୍ଟାଣ୍ଟ ଫାୟାର ଅଫିସର, ଷ୍ଟେସନ ଅଫିସର, ଆସିଷ୍ଟାଣ୍ଟ ଷ୍ଟେସନ ଅଫିସର, ହାବିଲଦାର ମେଜର, ଡ୍ରାଇଭର ହାବିଲଦାର, ହାବିଲଦାର ମେକାନିକ୍, ଲିଡିଂ ଫାୟାରମ୍ୟାନ, ଫାୟାରମ୍ୟାନ ଡ୍ରାଇଭର ଓ ଫାୟାରମ୍ୟାନ ଆଦି ପଦବୀ ରହିବ । ସମସ୍ତ ପ୍ରକାର ପ୍ରାକୃତିକ ବିପର୍ଯ୍ୟୟ କିମ୍ବା ମନୁଷ୍ୟକୃତ ବିପର୍ଯ୍ୟୟ ବା ଦୁର୍ଘଟଣା ସମୟରେ ଓଡିଶା ଅଗ୍ନିଶମ ସେବା ଫାଷ୍ଟ ରେସପଣ୍ଡର୍‌ ଭାବରେ କାର୍ଯ୍ୟ କରୁଛି । ପ୍ରାକୃତିକ ବିପର୍ଯ୍ୟୟ ସମୟରେ ରିଲିଫ ଓ ଉଦ୍ଧାର କାର୍ଯ୍ୟରେ ମଧ୍ୟ ଏହାର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି ।

ଏପରିକି ରାଜ୍ୟ ବାହାରେ ମଧ୍ୟ ବିଭିନ୍ନ ବିପର୍ଯ୍ୟୟ ସମୟରେ ଅଗ୍ନଶମ ବାହିନୀ ପକ୍ଷରୁ ଉଲ୍ଲେଖନୀୟ ସେବା ଯୋଗାଇ ଦିଆଯାଉଛି । ତେଣୁ ଅଗ୍ନିଶମ ବାହିନୀକୁ ତୁରନ୍ତ କୌଣସି ବିପର୍ଯ୍ୟୟ ପ୍ରଶମନ କାର୍ଯ୍ୟରେ ନିୟୋଜିତ କରିବା ପାଇଁ ଆବଶ୍ୟକ ଆଧୁନିକ ଦକ୍ଷତା ଥିବା ଏକ ସ୍ବତନ୍ତ୍ର ଫୋର୍ସର ଆବଶ୍ୟକତା ରହିଥିଲା । ଏହି ବାହିନୀକୁ ସମସ୍ତ ପ୍ରକାର ଆଧୁନିକ ଯନ୍ତ୍ର ଓ ଅନ୍ୟାନ୍ୟ ସୁବିଧା (Modern Gadgets) ଯୋଗାଇ ଦେଇ ଏକ ଦକ୍ଷ କୌଶଳ ସଂପନ୍ନ ଷ୍ଟ୍ରାଇକିଂ ଫୋର୍ସ ଭାବରେ ବିକଶିତ କରାଯିବ ବୋଲି ନିଷ୍ପତ୍ତି ହୋଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.