ଭୁବନେଶ୍ବର: ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବିଶେଷ କରି ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ଗଞ୍ଜାମ, ସୁନ୍ଦରଗଡ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ବଲାଙ୍ଗୀର ଆଦି ଜିଲ୍ଲାମାନଙ୍କରେ ବର୍ଷା ସହ ଘଡଘଡିର ଆଶଙ୍କା ଦେଖାଯାଉଛି ବୋଲି ଭୁବନେଶ୍ବର ପାଣିପାଗ ବିଭାଗ ସୂଚନା ଦେଇଛି ।
ଏହାସହ ଘଣ୍ଟାପ୍ରତି 40 ରୁ 50 କିଲୋମିଟର ବେଗରେ ପବନ ବୋହିବା ମଧ୍ୟ ପୁର୍ବାନୁମାନ କରିଛି ପଣିପାଗ ବିଭାଗ । ଅନ୍ୟପଟେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଗ୍ରୀଷ୍ମ ଲହରୀ ଜାରି ରହୁଥିବା ବେଳେ ଆସନ୍ତା 24 ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡିଶା ସହ ଆଭ୍ୟନ୍ତରୀଣ ଓଡିଶାରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି। ଟିଟିଲାଗଡ଼ରେ ସର୍ବାଧିକ ତାପମାତ୍ର 41 ଡିଗ୍ରୀ ରେକର୍ଡ କରାଯାଇଛି ।
ଭୁବନେଶ୍ବରରୁ ଶତରୂପା ସାମନ୍ତରାୟ, ଇଟିଭି ଭାରତ