ଖୋର୍ଦ୍ଧା: ରାଜ୍ୟରେ ମାଡିଆସିଛି ଅଦିନିଆ ବର୍ଷା । ଦୁଇଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷାରେ ବେହାଲ ଖୋର୍ଦ୍ଧା ଜିଲ୍ଲା । ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଆସନ୍ତା 24 ଘଣ୍ଟା ଆହୁରି ବର୍ଷିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।
![ଆସନ୍ତାକାଲି ଜିଲ୍ଲାର ସମସ୍ତ ସ୍କୁଲ ଛୁଟି: ଖୋର୍ଦ୍ଧା ଜିଲାପାଳ](https://etvbharatimages.akamaized.net/etvbharat/prod-images/od-kud-school-od10017_24102019165605_2410f_1571916365_335.jpg)
ଏହାକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାପାଳ ଗୁରୁବାର ପାଇଁ ଜିଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ରକୁ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।
ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ