ETV Bharat / state

Weather Update: ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, 3ଦିନ ପ୍ରବଳ ବର୍ଷିବ

author img

By

Published : Aug 16, 2023, 9:01 PM IST

ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହି ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବ । ପ୍ରଭାବରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ଆକଳନ କଲା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅଧିକ ପଢ଼ନ୍ତୁ

Weather Update
Weather Update

Weather Update

ଭୁବନେଶ୍ବର: ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ବର୍ତ୍ତମାନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟଟି କେନ୍ଦ୍ରୀଭୁତ ହୋଇଛି । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହି ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବ । ପ୍ରଭାବରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଆକଳନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୧୭ରୁ ୧୯ ତାରିଖ ଯାଏଁ ପଡି଼ବ ସର୍ବାଧିକ ପ୍ରଭାବ ।

  • ୧୮ବେଳକୁ #ଲଘୁଚାପ ସମ୍ଭାବନା !!
    ଉତର-ପୂର୍ବ ତତ-ସଂଲଗ୍ନ ପୁର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳର ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ୪.୫ ରୁ ୭.୬କିମି ଉଚ୍ଚତା ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି | ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳର #୧୮ତାରିଖ ବେଳକୁ ଏକ #ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି | pic.twitter.com/A6gxVzzyXE

    — Meteorological Centre, Bhubaneswar (@mcbbsr) August 16, 2023 " class="align-text-top noRightClick twitterSection" data=" ">

ତେବେ ଆଜି ପ୍ରବଳ ବର୍ଷା ନେଇ ୯ଟି ଜିଲ୍ଲାକୁ ସତର୍କତା ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ୧୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । କାଲିଠାରୁ ବଢି଼ବ ବର୍ଷାର ପରିମାଣ ଏବଂ ବିସ୍ତୃତି । ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ । ପୁରୀ, ଖୋର୍ଦ୍ଧା, କଟକ, ଅନୁଗୁଳ ଏବଂ ସମ୍ବଲପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ରୁ ୨୦୦ ମିମି ବର୍ଷିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିଭଳି ପ୍ରବଳ ବର୍ଷା ନେଇ ୧୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଅନ୍ୟପଟେ ୧୮ ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ । କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୂଆପଡା, ନବରଙ୍ଗପୁର, ମାଲକାନଗିରି ଏବଂ କୋରାପୁଟକୁ ୧୮ ତାରିଖ ପାଇଁ ସତର୍କତା ଜାରି ହୋଇଛି । ଏହାସହ ସଂରଚନା ସ୍ଥାନ ଠାରୁ ଦୂରେଇ ରହିବା ସହ ପାଣି ଜମୁଥିବା ସ୍ଥାନରୁ ଦୂରେଇ ରହିବା ପାଇଁ ପରାମର୍ଶ ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ଆର ବିଶ୍ବାସ ।

ଏହା ମଧ୍ୟ ପଢ଼ନ୍ତୁ...Weather Update: ୧୮ ବେଳକୁ ଲଘୁଚାପ ସମ୍ଭାବନା

ସେହିପରି ଏହାର ପ୍ରଭାବରେ ଆକସ୍ମିକ ବନ୍ୟା ମଧ୍ୟ ସୃଷ୍ଟି ହୋଇପାରେ । ସେ କହିଛନ୍ତି, "ଏହା ପ୍ରଭାବରେ କମିବ ଦୃଶ୍ୟମାନ କ୍ଷମତା, ସୃଷ୍ଟି ହେବ ଟ୍ରାଫିକ ସମସ୍ୟା । ସହରାଞ୍ଚଳରେ ଜାମ୍‌ ହୋଇପାରେ ନାଳ ନର୍ଦ୍ଦମା । ସେପଟେ ଏବେ ବି ରାଜ୍ୟରେ ଦୁର୍ବଳ ରହିଛି ମୌସୁମୀ ନିମ୍ନ ଚାପରେଖା । ସ୍ବାଭାବିକ ଅବସ୍ଥାନରୁ ଉତ୍ତରରେ ହିମାଳୟ ପାଦଦେଶରେ ରହିଛି ମୌସୁମୀ ।" ଲଘୁଚାପଟି ସାମାନ୍ୟ ନିଅଣ୍ଟିଆ ଭରଣା କରିବାରେ ସକ୍ଷମ ହୋଇପାରେ ବୋଲି ପୂର୍ବାନୁମାନ କରିଛି ବିଭାଗ । ଅନ୍ୟପଟେ ଜୁନ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ୧୦ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ବୌଦ୍ଧରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଛି । ୧୮ ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି । ଅନ୍ୟ ୧୧ ଜିଲ୍ଲାରେ ସ୍ବାଭାବିକ ଠାରୁ ୨୦ରୁ ୫୯ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ସବୁଠାରୁ ଅଧିକ ପ୍ରଭାବିତ ଦକ୍ଷିଣ ଏବଂ ଉପକୂଳ ଓଡ଼ିଶା ହୋଇଥିବା ସୂଚନା ଦେଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.