ETV Bharat / state

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜେଜେ ମା’ ନାତୁଣୀ ମୃତ

author img

By

Published : May 22, 2022, 7:48 AM IST

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜେଜେ ମା' ନାତୁଣୀ ମୃତ । ନଦୀକୁ ଶୌଚ ହେବାପାଇଁ ଯାଇଥିବାବେଳେ ଅଘଟଣ । ଅଧିକ ପଢ଼ନ୍ତୁ

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୨ ମୃତ !
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୨ ମୃତ !

ଖୋର୍ଦ୍ଧା: ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜେଜେ ମା' ଏବଂ ନାତୁଣୀଙ୍କର ମୃତ୍ୟୁ ଘଟିଛି । ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । ବାଣପୁର ସାଳିଆ ନଦୀକୁ ଶୌଚ ହେବାପାଇଁ ଯାଇଥିବାବେଳେ ଏଭଳି ଅଘଟଣ ଘଟିଛି । ହଠାତ ନଦୀ କୂଳରେ ଦୁଇଜଣ ଅଚେତ ଅବସ୍ଥାରେ ପଡ଼ି ରହିଥିବା ଦେଖି ସ୍ଥାନୀୟ ଲୋକେ ଉଦ୍ଧାର କରି ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥଲେ, କିନ୍ତୁ ଡାକ୍ତର ସେଠାରେ ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି ।

ମୃତକ ଦୁଇଜଣ ହେଉଛନ୍ତି ଖୋର୍ଦ୍ଧା ଜିଲ୍ଲା ବାଣପୁର ଏନ.ଏ.ସି ଅନ୍ତର୍ଗତ ଶ୍ରୀନିବାସପୁର ଗ୍ରାମର କମା ନାୟକ ଏବଂ ତାଙ୍କ ନାତୁଣୀ ବେବି ନାୟକ । ତେବେ ବନ୍ଧ କଡ଼ରେ ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଉଭୟଙ୍କ ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି ।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.