ETV Bharat / state

ଭତ୍ତା ଟଙ୍କା ନଗଦ ଅର୍ଥ ଦେବା ନିଷ୍ପତ୍ତିର ପୁନର୍ବିଚାର କରାଯାଉ: ଧର୍ମେନ୍ଦ୍ର - ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ପ୍ରଧାନମନ୍ତ୍ରୀଙ୍କ ନେତୃତ୍ବରେ ଭାରତ ସରକାରଙ୍କ ଯୋଜନା ଗୁଡିକ ବିନା କୌଣସି ମଧ୍ୟସ୍ଥିରେ ପ୍ରତ୍ୟେକ ନାଗରିକଙ୍କ ପାଖରେ ପହଞ୍ଚୁଛି । ଅଧିକ ପଢନ୍ତୁ

ସାମାଜିକ ସୁରକ୍ଷା ଭତ୍ତାକୁ ନଗଦ ଅର୍ଥ ଦେବା ନିଷ୍ପତିର ପୁନର୍ବିଚାର କରାଯାଉ: ଧର୍ମେନ୍ଦ୍ର ପ୍ରଧାନ

author img

By

Published : May 24, 2023, 10:16 PM IST

ଭୁବନେଶ୍ବର: ଓଡିଶା ସରକାରଙ୍କ ଦ୍ବାରା ବାର୍ଦ୍ଧକ୍ୟ ଭତ୍ତା ଓ ଦିବ୍ୟାଙ୍ଗ ମାନଙ୍କ ସାମାଜିକ ସୁରକ୍ଷା ଭତ୍ତାକୁ ଡିବିଟି ବଦଳରେ ନଗଦ ଅର୍ଥ ଆକାରରେ ଦିଆନଯାଉ । ଏହି ନିର୍ଣ୍ଣୟ ଦୁର୍ନୀତିମୁକ୍ତ ଶାସନ ଦିଗରେ ପଛଘୁଞ୍ଚା ଦେବ ତଥା ଜନକଲ୍ୟାଣ ସେବା ପ୍ରଦାନ କରିବାର ବୀପରିତ ଦିଗକୁ ଦର୍ଶାଉଛି । ତେଣୁ ସ୍ବଚ୍ଛତା ବଜାୟ ରଖିବା ତଥା ଭ୍ରଷ୍ଟାଚାରକୁ ଦୂର କରିବାର ପ୍ରତିବଦ୍ଧତାକୁ ଧ୍ୟାନରେ ରଖି ଏହି ନିଷ୍ପତ୍ତିର ପୁନର୍ବିଚାର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ଦାବି କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

କେନ୍ଦ୍ରମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ନଗଦ ଅର୍ଥ ପ୍ରଦାନ ଜରିଆରେ ମଧ୍ୟସ୍ଥିଙ୍କ ଦ୍ବାରା ଦୁର୍ନୀତି, ହେରଫେର କାରଣରୁ ହିତାଧିକାରୀମାନେ ଅତୀତରେ ଶୋଷଣ ହେବାର ଅନେକ ନଜିର ରହିଛି । ଓଡିଶା ସରକାରଙ୍କ ଦ୍ବାରା ହିତାଧିକାରୀଙ୍କୁ ନଗଦ ଅର୍ଥ ପ୍ରଦାନ କରିବାର ନିଷ୍ପତ୍ତି ପୁଣି ଥରେ ଦୁର୍ନୀତି ଓ ଭ୍ରଷ୍ଟାଚାରକୁ ପ୍ରୋତ୍ସାହନ ଦେବ । ତେଣୁ ଡିବିଟି ପ୍ରକ୍ରିୟା ରେ ବରିଷ୍ଠ ନାଗରିକ, ବିଧବା ଏବଂ ଦିବ୍ୟାଙ୍ଗଙ୍କୁ ଭତ୍ତା ସହାୟତା ପ୍ରଦାନ କରାଯାଉ ।

ଧର୍ମେନ୍ଦ୍ର କହିଛନ୍ତି ପ୍ରଧାନମନ୍ତ୍ରୀଙ୍କ ନେତୃତ୍ବରେ ଭାରତ ସରକାରଙ୍କ ଯୋଜନା ଗୁଡିକ ବିନା କୌଣସି ମଧ୍ୟସ୍ଥିରେ ପ୍ରତ୍ୟେକ ନାଗରିକଙ୍କ ପାଖରେ ପହଞ୍ଚୁଛି । ଜନଧନ ଯୋଜନାର ଏହାର ଏକ ଉଦାହରଣ । ଓଡିଶାରେ ମଧ୍ୟ ଏହି ଯୋଜନାରେ ୨୦ ଲକ୍ଷ ୯୫ ହଜାର ୬୯୫ ହିତାଧିକାରୀଙ୍କୁ ଡିବିଟି ମାଧ୍ୟମରେ ସହାୟତା ପ୍ରଦାନ କରାଯାଉଛି । ଏହି ହିତାଧିକାରୀ କୌଣସି ଭ୍ରଷ୍ଟାଚାର ବିନା ସିଧାସଳଖ ନିଜ ବ୍ୟାଙ୍କ ଖାତାରେ ସହାୟତ ରାଶି ପାଉଛନ୍ତି । ଡିବିଟି ବ୍ୟବସ୍ଥା କାରଣରୁ ରାଜକୋଷକୁ ସହାୟକ ହେବା ସହ ନକଲି କିମ୍ବା ଭୁତ ହିତାଧିକାରୀ ବାଦ ପଡିଛନ୍ତି ଏବଂ ମଧ୍ୟସ୍ଥିଙ୍କ ଆବଶ୍ୟକତା ମଧ୍ୟ ହ୍ରାସ ପାଇଛି ଏବଂ ଭ୍ରଷ୍ଟାଚାର ମୁକ୍ତ ଓ ସ୍ବଚ୍ଛ ରହିଛି ।

ଓଡିଶା ମଧ୍ୟ କେନ୍ଦ୍ରୀୟ ଏବଂ ରାଜ୍ୟ ଯୋଜନାରେ ଡିବିଟି ବ୍ୟବସ୍ଥା ଆପଣାଇଛି । ଓଡିଶା ୨୦୨୨-୨୩ ଆର୍ଥିକ ବର୍ଷରେ କେନ୍ଦ୍ର ଓ ରାଜ୍ୟ ଯୋଜନା ଅନ୍ତର୍ଗତ ୮,୧୩୫.୧୮ କୋଟି ଟଙ୍କା ହସ୍ତାନ୍ତର କରିଛି। ଏହିବର୍ଷ ୧.୯୫ ହିତାଧିକାରୀଙ୍କୁ ଅନ୍ତର୍ଭୃକ୍ତ କରାଯାଇଛି । ଡିବିଟି ବ୍ୟବସ୍ଥା ଆପଣାଇବା ଦ୍ବାରା ଭୂତ ଓ ନକଲି ହିତାଧିକାରୀ ବାଦ ପଡିଥିଲେ । ଏହି କାରଣରୁ ୨୦୨୧-୨୨ ଆର୍ଥକ ବର୍ଷରେ ରାଜ୍ୟ ସରକାରଙ୍କ ୪୫୯.୯୬ କୋଟି ଟଙ୍କା ସଞ୍ଚୟ ହୋଇଛି । ଭାରତ ସରକାର ମଧ୍ୟ ଡିବିଟି ଆପଣାଇବା ଫଳରେ ୨୦୨୧-୨୨ ୨.୭୩ ଲକ୍ଷ କୋଟି ଟଙ୍କା ସଞ୍ଚୟ କରିପାରିଛନ୍ତି ।

ଆହୁରି ମଧ୍ୟ ଉଲ୍ଲେଖ କରିଛନ୍ତି ଯେ ଜାନୁଆରୀ ୨୦୨୩ ସୁଦ୍ଧା ଓଡ଼ିଶାର ବିଭିନ୍ନ ବ୍ୟାଙ୍କରେ ୮୨ ହଜାର ୨୬୧ ସକ୍ରିୟ ବ୍ୟାଙ୍କ ମିତ୍ର ମହଜୁଦ ଅଛନ୍ତି । ଏହାବ୍ୟତିତ ଓଡ଼ିଶାରେ ୮ ହଜାର ୪୯୧ଟି ପୋଷ୍ଟ ଅଫିସ ରହିଛି ଏବଂ ଏଥିରେ ଦୁର୍ଗମ ଏବଂ ଗ୍ରାମୀଣ ଅଞ୍ଚଳରେ ଆର୍ଥିକ ସେବା ପ୍ରଦାନ କରିବା ପାଇଁ ପ୍ରଶିକ୍ଷିତ କର୍ମଚାରୀ ଅଛନ୍ତି । ଭାରତୀୟ ଡାକର ଉପସ୍ଥିତି ଓ ଏହାର ବ୍ୟାପକ ନେଟୱାର୍କକୁ ଡିବିଟି ସହ ଉପଯୋଗ କରିବାର ଆବଶ୍ୟକତା ରହିଛି । ଓଡିଶାରେ ୬ ହଜାର ୭୭୨ ଗ୍ରାମ ପଞ୍ଚାୟତକୁ ୨୨ ହଜାର ଜନସେବା କେନ୍ଦ୍ର ସେବା ପ୍ରଦାନ କରୁଛନ୍ତି । ଏହାର ଉପସ୍ଥିତି ଦ୍ବାରା ଭାରତ ସରକାରଙ୍କ ଅନେକ ସାମାଜିକ ସୁରକ୍ଷା, ଆର୍ଥିକ ସେବା, କୃଷି ଏବଂ କୃଷକ କଲ୍ୟାଣକାରୀ ଯୋଜନା ସଫଳ ରୂପେ କାର୍ଯ୍ୟକାରୀ ହୋଇପାରିଛି । ଡିବିଟି ଆକାର ସହିତ ବରିଷ୍ଠ ନାଗରିକ ଭତ୍ତା, ସାମାଜିକ ସୁରକ୍ଷା ଯୋଜନା ଏବଂ ଅନ୍ୟାନ୍ୟ ଆର୍ଥିକ ଯୋଜନାର ଅର୍ଥ ପ୍ରଦାନକୁ ବର୍ତ୍ତମାନ ଉପଲବ୍ଧ ବ୍ୟାଙ୍କ ମିତ୍ର, ଭାରତୀୟ ଡାକର ବ୍ୟାପକ ନେଟୱାର୍କ ଓ ଜନସେବା କେନ୍ଦ୍ର ବ୍ୟବହାର କରାଯିବା ଦରକାର ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.