ETV Bharat / state

ବିପଦରେ ଗଜରାଜ, ସୁରକ୍ଷା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି - ହାତୀ ସୁରକ୍ଷା ନେଇ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

ରାଜ୍ୟରେ ହାତୀ ସୁରକ୍ଷା ଓ ସଂରକ୍ଷଣ ପାଇଁ ସମୟୋଚିତ ପଦକ୍ଷେପ ନିଆଯାଉ ବୋଲି ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଜଙ୍ଗଲ ମନ୍ତ୍ରୀଙ୍କୁ ପୃଥକ ପୃଥକ ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅଧିକ ପଢନ୍ତୁ

ହାତୀ ସୁରକ୍ଷା ନେଇ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି
dharmendra pradhan letter on Elephants death
author img

By

Published : Mar 23, 2023, 1:05 PM IST

ହାତୀ ସୁରକ୍ଷା ନେଇ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି
ହାତୀ ସୁରକ୍ଷା ନେଇ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ହାତୀ ମୃତ୍ୟୁ ସଂଖ୍ୟା ବଢିବାକୁ ଲାଗିଛି । ବିପଦରେ ପଡିଛି ଗଜରାଜଙ୍କ ଜୀବନ । ହାତୀଙ୍କ ସୁରକ୍ଷା ଓ ସଂରକ୍ଷଣ ପାଇଁ ସମୟୋଚିତ ପଦକ୍ଷେପ ନିଆଯାଉ ବୋଲି କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ପରିବେଶ ଓ କେନ୍ଦ୍ର ଜଙ୍ଗଲ ମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ।

ଚିଠିରେ ଧର୍ମେନ୍ଦ୍ର ପ୍ରଧାନ ଲେଖିଛନ୍ତି, ରାଜ୍ୟରେ ହାତୀଙ୍କ ସୁରକ୍ଷା ଓ ସଂରକ୍ଷଣ ପାଇଁ ସମୟୋଚିତ ପଦକ୍ଷେପ ନିଆଯାଉ । ଓଡିଶାରେ ହାତୀ ମୃତ୍ୟୁ ତଥା ହାତୀ-ମଣିଷ ସଂଘର୍ଷ ସବୁଠାରୁ ବଡ଼ ଆହ୍ବାନ ହୋଇଛି । ହାତୀ ହେଉଛି ପରିବେଶ ସନ୍ତୁଳନ, ସାଂସ୍କୃତିକ ଐତିହ୍ୟ ଏବଂ ଓଡିଶାର ପରିଚୟ । ଗତ ଦଶନ୍ଧି ମଧ୍ୟରେ ରାଜ୍ୟରେ ୭୮୪ଟି ହାତୀ ପ୍ରାଣ ହରାଇବା ଦୁର୍ଭାଗ୍ୟର ବିଷୟ ।'' ରାଜ୍ୟରେ ହାତୀ ଓ ବନ୍ୟପ୍ରାଣୀଙ୍କ ମୃତ୍ୟୁକୁ ନେଇ ଚିନ୍ତାପ୍ରକଟ କରିବା ସହ ସେମାନଙ୍କର ସୁରକ୍ଷା ଓ ସଂରକ୍ଷଣ ପାଇଁ ସମୟୋଚିତ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଭୂପେନ୍ଦର ଯାଦବଙ୍କୁ ପୃଥକ ପୃଥକ ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଚିଠିରେ ଆହୁରି ଉଲ୍ଲେଖ କରିଛନ୍ତି ଯେ, ରାଜ୍ୟରେ ଦିନକୁ ଦିନ ହାତୀ ମୃତ୍ୟୁ ତଥା ହାତୀ-ମଣିଷ ସଂଘର୍ଷ ବଢିବାକୁ ଲାଗିଛି । ଏହା ଆମ ପାଇଁ ସବୁଠାରୁ ବଡ଼ ଆହ୍ବାନ ପାଲଟିଛି । ଏକ ଦଶନ୍ଧି ମଧ୍ୟରେ ଓଡ଼ିଶାରେ ୭୮୪ଟି ହାତୀ ପ୍ରାଣ ହରାଇବା ଦୁର୍ଭାଗ୍ୟର ବିଷୟ । ଏ ମଧ୍ୟରୁ କେବଳ ଗତ ତିନି ବର୍ଷ ଭିତରେ ୨୪୫ଟି ହାତୀଙ୍କର ମୃତ୍ୟୁ ଘଟିଛି । ପ୍ରତିବର୍ଷ ହାରାହାରି ୮୦ଟି ହାତୀଙ୍କର ମୃତ୍ୟୁ ହୋଇଛି । ଚଳିତ ବର୍ଷ କେବଳ ମାର୍ଚ୍ଚ ମାସରେ 7ଟି ହାତୀଙ୍କର ମୃତ୍ୟୁ ହୋଇଥିଲା । ଯାହା ଗତ ତିନି ବର୍ଷ ମଧ୍ୟରେ ସର୍ବାଧିକ । ଅଧିକାଂଶ ହାତୀ ବିଦ୍ୟୁତ୍ ଆଘାତ, ଟ୍ରେନ ଦୁର୍ଘଟଣାର ଶିକାର ହେବା ପରିତାପର ବିଷୟ ହୋଇଛି । ହାତୀ ଓ ହଜାର ହଜାର ବନ୍ୟପ୍ରାଣୀଙ୍କର ମଧ୍ୟ ଏହିଭଳି ଅଭାବନୀୟ ମୃତ୍ୟୁ ଘଟୁଛି । ୨୦୧୭ -୧୮ରୁ ୨୦୨୧-୨୨ ଗତ ୫ ବର୍ଷ ମଧ୍ୟରେ ଓଡ଼ିଶାରେ ୪୧୬ଟି ହାତୀଙ୍କୁ ମିଶାଇ ସମୁଦାୟ ୨,୭୭୬ଟି ବନ୍ୟଜନ୍ତୁଙ୍କର ମୃତ୍ୟୁ ଘଟିଥିବା ଚିଠିରେ ଉଲ୍ଲେଖ ରହିଛି ।

ଏହା ବି ପଢନ୍ତୁ...Budget Session: ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ଆରମ୍ଭରୁ ହଟ୍ଟଗୋଳ, ୪ଟା ଯାଏଁ ଗୃହ ମୁଲତବୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦର୍ଶୀ ନେତୃତ୍ବରେ ଭାରତ ସରକାର ବନ୍ୟପ୍ରାଣୀ ସଂରକ୍ଷଣ ଦିଗରେ ନିଜର ଦୃଢ଼ ପ୍ରତିବଦ୍ଧତା ଦେଖାଇ ଆସୁଛନ୍ତି । ପ୍ରଧାନମନ୍ତ୍ରୀ ମୋଦି 'ମନ୍ କି ବାତ୍'ରେ ହାତୀଙ୍କ ଗୁରୁତ୍ବ ଓ ସେମାନଙ୍କ ସଂରକ୍ଷଣ ଉପରେ ବାରମ୍ବାର ଆଲୋକପାତ କରି ଆସୁଛନ୍ତି । ହାତୀମାନଙ୍କ ପାଇଁ ଉଦ୍ଦିଷ୍ଟ ସଂରକ୍ଷିତ ଅଞ୍ଚଳ ନେଟୱର୍କର ସମ୍ପ୍ରସାରଣ ଏବଂ ପ୍ରୋଜେକ୍ଟ ଏଲିଫେଣ୍ଟ ଆରମ୍ଭ କରିବା ଦିଗରେ କେନ୍ଦ୍ର ସରକାରଙ୍କ ପ୍ରୟାସ ହିଁ ଗଜରାଜଙ୍କ ସୁରକ୍ଷାର ଏକ ଶକ୍ତ ମୂଳଦୁଆ ପକାଇଛି । ତେଣୁ କେନ୍ଦ୍ର ସରକାରଙ୍କ ପରି ଓଡିଶାରେ ହାତୀର ସୁରକ୍ଷିତ ତଥା ଅବାଧ ବିଚରଣକୁ ସୁନିଶ୍ଚିତ କରିବା ରାଜ୍ୟ ସରକାରଙ୍କ ସମୟୋଚିତ ହସ୍ତକ୍ଷେପ ଗ୍ରହଣ କରିବାକୁ ଚିଠି ଲେଖିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।

ଇଟିଭି ଭାରତ, ଭୁବେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.