ETV Bharat / state

G20 CWC Meet: ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ, ସାମିଲ ହେଲେ କେନ୍ଦ୍ର ସଂସ୍କୃତି ରାଷ୍ଟ୍ରମନ୍ତ୍ରୀ

author img

By

Published : May 16, 2023, 10:51 PM IST

ଜି୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ଦ୍ବିତୀୟ ବୈଠକ ଅଧିବେଶନ ଆଜି ଶେଷ ହୋଇଥିବା ବେଳେ ବିଦେଶାଗତ ଅତିଥିଙ୍କ ଲାଗି ଆୟୋଜିତ ହୋଇଛି ସାଂସ୍କୃତିକ କାର୍ଯ୍ୟକ୍ରମ । ଏଥିରେ କେନ୍ଦ୍ର ସଂସ୍କୃତି ରାଷ୍ଟ୍ରମନ୍ତ୍ରୀ ସାମିଲ ହୋଇ ଭାରତର ଐତିହ୍ୟ, ସଂସ୍କୃତି ସମ୍ପର୍କରେ ଆଲୋଚନା କରିଛନ୍ତି । ଅଧିକ ପଢନ୍ତୁ

Etv Bharat
Etv Bharat

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଆୟୋଜିତ ଜି୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ଦ୍ବିତୀୟ ବୈଠକ ଅଧିବେଶନ ଆଜି ଶେଷ ହୋଇଛି । ଏଥିରେ ଅଂଶଗ୍ରହଣ କରିଥିବା ପ୍ରତିନିଧିମାନେ ସଂସ୍କୃତି କାର୍ଯ୍ୟଗୋଷ୍ଠୀ ଦ୍ୱାରା ନିର୍ଦ୍ଧାରଣ କରାଯାଇଥିବା ତୃତୀୟ ଏବଂ ଚତୁର୍ଥ ପ୍ରାଥମିକତା: ‘ସାଂସ୍କୃତିକ ଓ ସୃଜନଶୀଳ ଶିଳ୍ପର ପ୍ରୋତ୍ସାହନ ଏବଂ ସୃଜନଶୀଳ ଅର୍ଥବ୍ୟବସ୍ଥା’ ଏବଂ ‘ସଂସ୍କୃତିର ସୁରକ୍ଷା ଏବଂ ପ୍ରଚାରପ୍ରସାର ପାଇଁ ଡିଜିଟାଲ ପ୍ରଯୁକ୍ତିର ଉପଯୋଗ’ ବିଷୟବସ୍ତୁ ଉପରେ ଆଲୋଚନା କରାଯାଇଛି । ଏହି ଅବସରରେ ବିଦେଶାଗତ ଅତିଥିଙ୍କ ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିବା ବେଳେ କେନ୍ଦ୍ର ସଂସ୍କୃତି ରାଷ୍ଟ୍ରମନ୍ତ୍ରୀ ମୀନାକ୍ଷୀ ଲେଖୀ ମଧ୍ୟ ସାମିଲ ହୋଇଛନ୍ତି ।

G20 CWC Meet
ଜି୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ଦ୍ବିତୀୟ ବୈଠକ ଅଧିବେଶନ ଅନୁଷ୍ଠିତ

ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସଂସ୍କୃତି ଏବଂ ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ମୀନାକ୍ଷୀ ଲେଖୀ ଗଣମାଧ୍ୟମକୁ ସମ୍ବୋଧିତ କରି କହିଛନ୍ତି, "ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ବରେ ଭାରତକୁ ଜି-୨୦ ଅଧ୍ୟକ୍ଷତା ଦାୟିତ୍ବ ମିଳିଛି । ଭାରତର ବିଶେଷତ୍ବ ବିଶ୍ବ ଆଗରେ ପ୍ରଦର୍ଶନ କରିବା ଲାଗି ଆମ ପାଖରେ ଏକ ସୁଯୋଗ ରହିଛି । ଭାରତର ଐତିହ୍ୟ, ସଂସ୍କୃତି, ପ୍ରାଚୀନ ଜୀବନଶୈଳୀ ସମ୍ପର୍କରେ ଅଧିକରୁ ଅଧିକ ପ୍ରଚାରପ୍ରସାର କରିବା ଲାଗି ଲକ୍ଷ୍ୟ ରଖାଯାଇଛି । ସ୍ବାଧୀନତାର ଅମୃତକାଳରେ ଭାରତ ନୂଆ ଶିଖର ଛୁଇଁବା ଦିଗରେ ଅଗ୍ରସର ହେଉଛି । ପ୍ରାଚୀନ କାଳରୁ ଭାରତରେ ବିଜ୍ଞାନ ଓ ଧର୍ମର ଅଦ୍ଭୂତ ସମନ୍ବୟ ରହିଆସିଛି । କୋଣାର୍କ ମନ୍ଦିର ଏହାର ଏକ ପ୍ରତୀକ । ଜି୨୦ ବୈଠକରେ ଯୋଗ ଦେବାକୁ ଆସିଥିବା ବିଦେଶୀ ଅତିଥିମାନେ ଏହି ତଥ୍ୟ ବିଷୟରେ ଅବଗତ ହୋଇପାରିଛନ୍ତି ।"

ଏହା ବି ପଢନ୍ତୁ- ବାପା ମେକାନିକ, ପୁଅ ମାଟ୍ରିକ ପରୀକ୍ଷାରେ ଆଣିଲେ ୯୯ ପ୍ରତିଶତ ମାର୍କ

ଆଲୋଚନା ଅଧିବେଶନ ପରେ ଜି-୨୦ ସଦସ୍ୟ ରାଷ୍ଟ୍ର, ନିମନ୍ତ୍ରିତ ରାଷ୍ଟ୍ର ଏବଂ ବିଭିନ୍ନ ଅନ୍ତର୍ଜାତୀୟ ସଂଗଠନର ପ୍ରତିନିଧିମାନେ ୟୁନେସ୍କୋ ବିଶ୍ବ ଐତିହ୍ୟସ୍ଥଳୀ କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିଥିଲେ । କୋଣାର୍କ ମନ୍ଦିର ନିକଟରେ ଥିବା ଇଣ୍ଡିଆନ୍‌ ଅଏଲ କର୍ପୋରେସନର ସଂଗ୍ରହାଳୟ ଏବଂ ବ୍ୟାଖ୍ୟାନ କେନ୍ଦ୍ରକୁ ମଧ୍ୟ ବିଦେଶୀ ଅତିଥିମାନେ ବୁଲି ଦେଖିଥିଲେ । କୋଣାର୍କ ମନ୍ଦିରର ସ୍ଥାପତ୍ୟ କଳା ସେମାନଙ୍କୁ ପ୍ରଭାବିତ କରିଥିଲା । ବିଦେଶାଗତ ଅତିଥିଙ୍କ ପାଇଁ ଏହି ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ସେମାନେ କଳାକାରମାନଙ୍କ ଦ୍ବାରା ପରିବେଷିତ ‘ଗୋଟିପୁଅ’ ନୃତ୍ୟ ଦେଖି ଅଭିଭୂତ ହୋଇଥିଲେ । କେନ୍ଦ୍ରମନ୍ତ୍ରୀ ମୀନାକ୍ଷୀ ଲେଖୀ ନୃତ୍ୟ ପରିବେଷଣ କରିଥିବା କଳାକାରମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।

G20 CWC Meet
ଜି୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ଦ୍ବିତୀୟ ବୈଠକ ଅଧିବେଶନରେ ସାମିଲ ହେଲେ କେନ୍ଦ୍ର ସଂସ୍କୃତି ରାଷ୍ଟ୍ରମନ୍ତ୍ରୀ

ସେହିପରି ଆସନ୍ତାକାଲି ଜି୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀ ଦ୍ବିତୀୟ ବୈଠକ ବିଧିବଦ୍ଧ ଭାବେ ଶେଷ ହେବ । ବିଦେଶାଗତ ଅତିଥିମାନେ ଭୁବନେଶ୍ବର ଛାଡ଼ିବା ପୂର୍ବରୁ ସକାଳେ ଉଦୟଗିରି ଗୁମ୍ଫା ବୁଲି ଦେଖିବେ । ସଂସ୍କୃତି କ୍ଷେତ୍ରରେ ରହିଥିବା ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ଏବଂ ଦୀର୍ଘସ୍ଥାୟୀ ବିକାଶରେ ଏହାର ଗୁରୁତ୍ବପୂର୍ଣ୍ଣ ଭୂମିକା ସମ୍ପର୍କରେ ଆଲୋଚନା କରିବା ଲାଗି ସଂସ୍କୃତି କାର୍ଯ୍ୟଗୋଷ୍ଠୀ ବୈଠକ ଏକ ସମାବେଶୀ ଏବଂ ସହଭାଗୀ ମଞ୍ଚ ଯୋଗାଇ ଦେଇଛି । ସାଂସ୍କୃତିକ ବିବିଧତା କ୍ଷେତ୍ରରେ ବୈଶ୍ବିକ ସହଭାଗିତା ଏବଂ ସମାବେଶିତା ଓ ଦୀର୍ଘସ୍ଥାୟିତ୍ବ କ୍ଷେତ୍ରରେ ଏହାର ଭୂମିକାକୁ ପ୍ରୋତ୍ସାହନ ଦେବା ଏହି ବୈଠକର ଉଦ୍ଦେଶ୍ୟ ରହିଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.