ଖୋର୍ଦ୍ଧା: ଆବାସ ଯୋଜନା ଚୟନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗରିବ ଲୋକଙ୍କ ପାଇଁ କେନ୍ଦ୍ର ଓ ରାଜ୍ୟସରକାର ପକ୍କା ଘର ଯୋଗାଇ ଦେବାକୁ ଅନେକ ଯୋଜନା କରୁଛନ୍ତି । ହେଲେ ଖୋର୍ଦ୍ଧା ଜିଲ୍ଲା କେରଙ୍ଗ ପଞ୍ଚାୟତରେ ଏହି ଯୋଜନାରେ ହିତାଧିକାରୀ ଚୟନରେ ଅନିୟମିତତା ହେଉଥିବା ଅଭିଯୋଗ ହୋଇଛି । ଏଠାରେ ଯୋଗ୍ୟ ହିତାଧିକାରୀ ଆବାସ ଯୋଜନାରୁ ବଞ୍ଚିତ ହୋଇଥିବା ବେଳେ ଅଯୋଗ୍ୟ ହିତାଧିକାରୀ ପକ୍କାଘର ପାଉଥିବା ବୁଧବାର ଖୋର୍ଦ୍ଧା ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି ଗ୍ରାମବାସୀ।
ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ