ETV Bharat / state

Weather Update: ଆଜି ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା, କାଲିଠୁ ପ୍ରବଳ ବର୍ଷିବ - ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଆଜି ୧୯ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା । କାଲିଠୁ ରାଜ୍ୟରେ ପ୍ରବଳ ବର୍ଷା । ଅଧିକ ପଢନ୍ତୁ

Weather Update
ପାଣିପାଗ ସୂଚନା
author img

By ETV Bharat Odisha Team

Published : Sep 11, 2023, 7:36 AM IST

ଭୁବନେଶ୍ବର: ଆସନ୍ତାକାଲି(ମଙ୍ଗଳବାର) ବଙ୍ଗୋପସାଗରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟରେ ପୁଣି ବଡ଼ ବର୍ଷା ହେବ । ଆଜି ରାଜ୍ୟର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲା ଗୁଡିକ ହେଲେ ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, ନୟାଗଡ, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ ବାଲେଶ୍ବର । ଏହିସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଘୂର୍ଣ୍ଣିବଳୟ ପ୍ରଭାବରେ ୧୨ ତାରିଖ (ମଙ୍ଗଳବାର) ଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ । ୧୨ ଓ ୧୩ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ସୂଚନା ମୁତାବକ, ୧୨ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ତେଣୁ ମଙ୍ଗଳବାର ଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ । ୧୩ ତାରିଖରେ ଲଘୁଚାପ ସୃଷ୍ଟି ହେବ । ଏହାର ପ୍ରଭାବରେ ୧୨ ଓ ୧୩ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ନବରଙ୍ଗପୁର, କଳାହାଣ୍ଡି, ଗଞ୍ଜାମ, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, ପୁରୀ, ବୌଦ୍ଧ, ଅନୁଗୋଳ, ଜଗତସିଂହପୁର, କଟକ, ଢେଙ୍କାନାଳ, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଏହିସବୁ ଜିଲ୍ଲା ଗୁଡିକ ପାଇଁ ସତର୍କ ସୂଚନା ଜାରି କରାଯାଇଛି ।

ଏହାମଧ୍ୟ ପଢନ୍ତୁ; ୧୨ରେ ଘୂର୍ଣ୍ଣିବଳୟ, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ସେପ୍ଟେମ୍ବର ୧୬ରୁ ରାଜ୍ୟରେ ବର୍ଷାର ପରିମାଣ ହ୍ରାସ ପାଇବ । ତେବେ ମୋସୁମୀ ସ୍ଥିତି ମୁତାବକ ରାଜ୍ୟରେ ସମୁଦାୟ ୮୯୦ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ଏହା ସ୍ବାଭାବିକ ଠାରୁ ୧୨ ପ୍ରତିଶତ କମ୍ ରହିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇଛି । କେନ୍ଦ୍ରାପଡା ଜିଲ୍ଲା ରାଜନଗରରେ ସର୍ବାଧିକ ୭୦ ମିମି ବର୍ଷା ରେକର୍ଡ କରାଯାଇଛି । ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟରେ ବର୍ଷାର ବିସ୍ତୃତି ଓ ପରିମାଣ ବଢିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

ଏହାମଧ୍ୟ ପଢନ୍ତୁ: ପ୍ରଦୂଷିତ ନବାବ ନଗରୀ, ଅସରାଏ ବର୍ଷାରେ ରାସ୍ତା ଉପରେ ଲହଡ଼ି ଭାଙ୍ଗିଲା ଫେଣଯୁକ୍ତ ପାଣି

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.