ETV Bharat / state

ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ପ୍ରଭାବ ଜାରି, ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ - କାଳବୈଶାଖୀ ଜନିତ ବର୍ଷା

ରାଜ୍ୟରେ ଜାରି ରହିଛି କାଳବୈଶାଖୀ ଜନିତ ବର୍ଷା । ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ନେଇ ୨୩ ଜିଲ୍ଲାକୁ ୱାର୍ଣ୍ଣିଂ ।

Weather update
ପାଣିପାଗ ସୂଚନା
author img

By

Published : Jun 4, 2023, 9:15 PM IST

ପାଣିପାଗ ସୂଚନା

ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଅସହ୍ୟ ତାତି ସାଙ୍ଗକୁ କଲବଲ କରୁଛି ଗୁଳୁଗୁଳି । ବର୍ତ୍ତମାନ ପାଗରେ କୌଣସି ପରିବର୍ତ୍ତନ ନଥିବା ବେଳେ ୧୧ ଜୁନ ପରେ ପାଣିପାଗ ମିଜାଜ ବଦଳିପାରେ । ବାୟୁ ମଣ୍ଡଳରେ ୧.୫ କିମି ପର୍ଯ୍ୟନ୍ତ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାସହ ଦୁଇଟି ନିମ୍ନ ଚାପରେଖା ବାୟୁମଣ୍ଡଳରେ ରହିଛି । ପାଣିପାଗ ନିୟାମକ ଅନୁସାରେ ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି ।

ସକ୍ରିୟ ଘୂର୍ଣ୍ଣିବଳୟ ଓ ନିମ୍ନ ଚାପରେଖା ଯୋଗୁଁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଗୋଟେ ଦୁଇଟି ସ୍ଥାନରେ କୁଆପଥର ବର୍ଷାର ସମ୍ଭାବନା ରହିଛି । ବିଶେଷ ଭାବେ କଳାହାଣ୍ଡି, ନବରଙ୍ଗପୁର, ରାୟଗଡା, କୋରାପୁଟ, ଗଞ୍ଜାମ, ଗଜପତି, କନ୍ଧମାଳ ସମେତ ୨୩ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଏହି ସମୟରେ ପବନର ବେଗ ୪୦ ରୁ ୫୦ କିମି ମଧ୍ୟରେ ରହିବ । ଆସନ୍ତାକାଲି ମଧ୍ୟ ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷାକୁ ଦୃଷ୍ଟିରେ ରଖି ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଗତ ୨୪ ଘଣ୍ଟାରେ ରାଜ୍ୟର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ଦିନ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । କେନ୍ଦୁଝରରେ ସର୍ବାଧିକ ୪୦ ମିମି ବର୍ଷା ରେକର୍ଡ କରାଯାଇଛି । ସେହିପରି ସମ୍ବଲପୁରରେ ସର୍ବାଧିକ ତାପମାତ୍ରା ୪୨.୨ ଡିଗ୍ରୀ ରେକର୍ଡ ହୋଇଛି । ଅନ୍ୟପଟେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁକୁ ନେଇ ବର୍ତ୍ତମାନ ଦକ୍ଷିଣ ଆରବ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ବାୟୁମଣ୍ଡଳର ୨.୧ କିମି ପର୍ଯ୍ୟନ୍ତ ଯାଏ ପଶ୍ଚିମ ବାୟୁ ପରିବ୍ୟାପ୍ତ ହୋଇ ରହିଛି । ଏହି ଅଞ୍ଚଳରେ ଥିବା ମେଘଖଣ୍ଡର ସମୂହ ଧୀରେଧୀରେ ଏକତ୍ରିତ ହେଉଛି । ମେଘଖଣ୍ଡର ଏକତ୍ରୀକରଣ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁକୁ ସକ୍ରିୟ ହେବା ତଥା ଅଗ୍ରସର ହେବାକୁ ସହାୟକ ହେଉଛି । ଏଭଳି ସ୍ଥିତି ହିଁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବାହକୁ ଅଧିକରୁ ଅଧିକ ତ୍ଵରାନିତ୍ଵ ପାଇଁ ଅନୁକୂଳ ହେବ ବୋଲି ପାଣିପାଗ ବିଭାଗ କହିଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.