ETV Bharat / state

Weather Update: ୧୬ ଜିଲ୍ଲାରେ ପ୍ରବଳ ବର୍ଷିବ, ୟେଲୋ ୱାର୍ଣ୍ଣିଂ ଜାରି

ରାଜ୍ୟରେ ମୌସୁମୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଅଧିକ ପଢ଼ନ୍ତୁ

Weather update
ପାଣିପାଗ ସୂଚନା
author img

By

Published : Jul 12, 2023, 5:52 PM IST

ପାଣିପାଗ ସୂଚନା

ଭୁବନେଶ୍ବର: ରାଜ୍ୟର ବିିଭିନ୍ନ ସ୍ଥାନରେ ମୌସୁମୀ ଜନିତ ବର୍ଷା ଲାଗି ରହିଛି । ଉପକୂଳରୁ ଆଭ୍ୟନ୍ତରୀଣ ସବୁଠି ବର୍ଷୁଛି । ଗତ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ଦେଖିବାକୁ ମିଳିଛି । ମୌସୁମୀ ନିମ୍ନ ଚାପରେଖା ଆଜି ରାଜସ୍ଥାନର ବିକାନେରରୁ ବାହାରି ଗ୍ୱାଲିୟର, ସିଦ୍ଧି, ଗୟା, ମଧ୍ୟ ଦେଇ ପଶ୍ଚିମବଙ୍ଗର ବାଲୁରଘାଟରୁ ଉତ୍ତର-ପୂର୍ବଦିଗରେ ଅରୁଣାଚଳ-ପ୍ରଦେଶ ଯାଏଁ ଲମ୍ବିଛି । ଏହାର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ବର୍ଷାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ୫ ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ନବରଙ୍ଗପୁରକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ବିଭାଗ ପାଣିପାଗ ବିଭାଗ । ସେହିପରି ଆସନ୍ତାକାଲି(ଗୁରୁବାର) ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଜପତି, ରାୟଗଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ବର୍ଷାର ପରିମାଣ ସାମାନ୍ୟ ଅଧିକ ରହିବ ବୋଲି ଆକଳନ କରିଛି ବିଭାଗ । ଏହାସହ ପ୍ରବଳ ବର୍ଷାକୁ ନେଇ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

୧୪ ତାରିଖରେ ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୋଳ ଓ ଢେଙ୍କାନାଳରେ ବିଜୁଳି ଘଡଘଡି ସହ ପ୍ରବଳରୁ ଅତିପ୍ରବଳ ବର୍ଷା ଦେଖିବାକୁ ମିଳିବ । ବିଶେଷ ଭାବେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ତେବେ ୧୫ ଓ ୧୬ ତାରିଖ ଯାଏ ଏହା ଲାଗି ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

ଏହା ମଧ୍ୟ ପଢ଼ନ୍ତୁ: ପ୍ରବଳ ବର୍ଷାରେ ଉବୁଟୁବୁ ରାଜଧାନୀ, ବିପଦ ସଙ୍କେତ ଡେଇଁଲା ଯମୁନା

ଗତ ୨୪ ଘଣ୍ଟାରେ ରାଜ୍ୟରେ ହାରାହାରି ୬.୧ ମିମି ବର୍ଷା ରେକର୍ଡ କରାଯାଇଛି । ଯାହାକି ସ୍ଵାଭାବିକ ତୁଳନାରେ ୩୭ ପ୍ରତିଶତ କମ । ଗଜପତି ଜିଲ୍ଲାର ଓସାନି ଠାରେ ୭୪ ମିମି ରେକର୍ଡ କରାଯାଇଛି । ଚଳିତ ମୌସୁମୀ ଋତୁରେ ୧ ଜୁନରୁ ଆଜି ୧୨ ଜୁଲାଇ ମଧ୍ୟରେ ୨୩୮.୮ ମିମି ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ୱାଭାବିକ ବର୍ଷା ୩୨୩.୬ ମିମି ତୁଳନାରେ ୨୬ ପ୍ରତିଶତ କମ ରହିଛି । ଏହି ପରିଧି ମଧ୍ୟରେ ଦେବଗଡ଼ ଜିଲ୍ଲାରେ ସର୍ବାଧିକ ୪୭୨ ମିମି ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ୱାଭାବିକ ବର୍ଷା ତୁଳନାରେ ୪୪% ଅଧିକ ରହିଛି । ସେହିପରି କଳାହାଣ୍ଡି ଜିଲ୍ଲାରେ ୧୩୯.୧ ମିମି ସହ ସବୁଠାରୁ କମ ପ୍ରତିଶତ ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ତୁଳନାରେ ୬୪% କମ ରହିଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.