ETV Bharat / state

ସକ୍ରିୟ ରହିଛି କାଳବୈଶାଖୀ, ଝଡ଼ ବର୍ଷା ନେଇ ୨୩ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ରାଜ୍ୟରେ ସକ୍ରିୟ ରହିଛି କାଳବୈଶାଖୀ । ଆସନ୍ତା ୨୪ ଘଣ୍ଟାରେ ବିଜୁଳି ଘଡ଼ଘଡ଼ି ସହ କୂଆପଥର ବର୍ଷାର ସମ୍ଭାବନା ନେଇ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅଧିକ ପଢ଼ନ୍ତୁ

author img

By

Published : May 30, 2023, 9:23 PM IST

Weather update
ପାଣିପାଗ ସୂଚନା
ପାଣିପାଗ ସୂଚନା

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ଅସହ୍ୟ ଗୁଳୁଗୁଳି ସହ ଝାଞ୍ଚି ପବନ ହେଉଛି । ଦିନରେ ତାପମାତ୍ରା ବୃଦ୍ଧି ରହୁଥିବାବେଳେ ରାଜ୍ୟରେ କାଳବୈଶାଖୀ ସକ୍ରିୟ ଥିବାରୁ ଅପରାହ୍ନରେ ବର୍ଷା ହେଉଛି । ଆଗାମୀ ତିନି ଘଣ୍ଟାରେ ଝଡ଼ବର୍ଷାକୁ ନେଇ ଢେଙ୍କାନାଳ, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ଏବଂ ବାଲେଶ୍ବର ଜିଲ୍ଲାକୁ ଚେତାବନୀ ଜାରି କରାଯାଇଛି । କିଛି ଅଞ୍ଚଳରେ କାଳବୈଶାଖୀ ଜନିତ ବିଜୁଳି, ଘଡ଼ଘଡ଼ି ସହ ଝଡ଼ ପବନ ହେବାର ସମ୍ଭାବନା ରହିଛି । ଏହି ସମୟରେ ଘଣ୍ଟା ପ୍ରତି ୯୦ କିମି ବେଗରେ ପବନ ବହିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ଆକଳନ କରିଛି ।

ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାର କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ କୂଆପଥର ବର୍ଷାର ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୪୦ ରୁ ୫୦ କିମି ବହିବ । ଏହାକୁ ଦୃଷ୍ଟିରେ ରଖି ୨୩ ଜିଲ୍ଲା ଯେପରିକି ନବରଙ୍ଗପୁର, କଳାହାଣ୍ଡି, ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, ନୂଆପଡା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ବାଲେଶ୍ବର, ଭଦ୍ରକ, ଯାଜପୁର, ବଲାଙ୍ଗୀର, କଟକ, କେନ୍ଦ୍ରାପଡ଼ା, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, ଜଗତସିଂହପୁରକୁ ୟେଲୋ ୱାର୍ଣ୍ଣିଂ ଜାରି କରଯାଇଛି ।

ସେହିପରି ଆସନ୍ତାକାଲି ରାଜ୍ୟର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ । ଅନ୍ୟପଟେ ଗତ ୨୪ ଘଣ୍ଟାରେ ରାଜ୍ୟର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଥିବା ବେଳେ କଟକ ଏବଂ ନରସିଂହପୁରରେ ସର୍ବାଧିକ ୧୮.୦ ମିମି ବର୍ଷା ରେକର୍ଡ କରାଯାଇଛି । ସେହିପରି କେତୋଟି ସହରରେ ୪୦ ଡିଗ୍ରୀ ଉପରେ ତାପମାତ୍ରା ରହିଛି । ସମ୍ବଲପୁରରେ ୪୩ .୨ ସର୍ବାଧିକ ତାପମାତ୍ରା ରେକର୍ଡ କରାଯାଇଛି । ଆଗାମୀ ଦିନରେ ଆଉ ଦୁଇ ଦିନ ପରେ ରାଜ୍ୟରେ କାଳବୈଶାଖୀ କମିବା ସହ ତାପମାତ୍ରା ବୃଦ୍ଧି ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେହିପରି ଦକ୍ଷିଣ ଆଣ୍ଡାମାନ ଓ ଦକ୍ଷିଣ ପଶ୍ଚିମ ବଙ୍ଗୋପ ସାଗରର କିଛି ଅଞ୍ଚଳରେ ମୌସୁମୀ ଅଗ୍ରସର ହେଇସାରିଥିବା ବେଳେ ଆହୁରି ୨ ରୁ ୩ ଦିନ ଭିତରେ ମୌସୁମୀ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହୁଛି । ଜୁନ ୪ ବେଳକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବାର ସମ୍ଭାବନା ରହିଛି । ଏଥର ରଜ ପରେ ମୌସୁମୀ ଓଡିଶା ଛୁଇଁବ ବୋଲି ବିଶେଷଜ୍ଞ ଆକଳନ କରିଛନ୍ତି । ଏହା ସତ୍ତ୍ବେ ଚଳିତ ବର୍ଷ ରାଜ୍ୟରେ ସ୍ୱାଭାବିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.