ETV Bharat / state

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୫ ଦିନ ପ୍ରବଳ ବର୍ଷିବ

କମିବ ତାପମାତ୍ରା, ପୁଣି ଭିଜିବ ଓଡ଼ିଶା । ଉତ୍ତର-ପଶ୍ତିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ଫଳରେ ଆସନ୍ତା ୫ ଦିନ ଯାଏଁ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ । ଅଧିକ ପଢ଼ନ୍ତୁ

Weather update
ପାଣିପାଗ ସୂଚନା
author img

By

Published : Aug 13, 2023, 6:24 PM IST

ପାଣିପାଗ ସୂଚନା

ଭୁବନେଶ୍ବର: ରାଜ୍ୟରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ପୁଣି ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ । ଆସନ୍ତା ୫ ଦିନ ଯାଏଁ ଉପକୂଳବର୍ତ୍ତୀ ଅଞ୍ଚଳ ସମେତ ବିଭିନ୍ନ ଜିଲ୍ଲାରେ ବିଜୁଳି ସହ ଘଡ଼ଘଡ଼ି ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୧୫ ଅଗଷ୍ଟରୁ ବଢ଼ିବ ବର୍ଷାର ପ୍ରକୋପ । ରାଜ୍ୟରେ ମୌସୁମୀର ପ୍ରଭାବ ଦୁର୍ବଳ ହୋଇଥିବା ବେଳେ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ଓଡ଼ିଶାକୁ ପ୍ରବେଶ କରିଛି । ତେଣୁ ରାଜ୍ୟରେ ମେଘୁଆ ପାଗ ଜାରି ରହିଛି । କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ବୋଲି କରିଛି ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟାରେ ଉତ୍ତର ଉପକୂଳ ଓ ତାର ପାଶ୍ୱବର୍ତ୍ତୀ ଜିଲ୍ଲାଗୁଡିକରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଏଥିପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂପୁର, କେନ୍ଦୁଝର, ମୟୂରଭଞ୍ଜ, ପୁରୀ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ଢେଙ୍କାନାଳ, ସୁନ୍ଦରଗଡ଼, ଅନୁଗୋଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଏହା ମଧ୍ୟ ପଢ଼ନ୍ତୁ: ଛାଡିଲା ବର୍ଷା, ବଢ଼ିଲା ଖରା; ୧୨୬ ବର୍ଷର ରେକର୍ଡ ଛୁଇଁଲା ଅଗଷ୍ଟ ତାତି

ସେହିପରି ଆସନ୍ତାକାଲି ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଥିବା ବେଳେ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପରେ ପୁଣି ୧୫ରୁ ବର୍ଷାର ବିସ୍ତୃତି ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ, ଯାହାକୁ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଅନ୍ୟପଟେ ରାଜ୍ୟରେ ଗତ ୨୪ ଘଣ୍ଟାରେ କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ବାଲେଶ୍ୱରରେ ସର୍ବାଧିକ ୭୨.୨ ପ୍ରତିଶତ ବର୍ଷା ରେକର୍ଡ କରାଯାଇଛି । ସେହିପରି ସମ୍ପୂର୍ଣ୍ଣ ରାଜ୍ୟରେ ଜୁନ୍‌ ୧ରୁ ଅଗଷ୍ଟ ୧୩ ପର୍ଯ୍ୟନ୍ତ ୩.୯ ମିମି ବର୍ଷା ରେକର୍ଡ କରାଯାଇଛି । ଏହା ସ୍ୱାଭାବିକ ବର୍ଷାର ୭୪ ପ୍ରତିଶତ କମ ରହିଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.