ETV Bharat / state

୨୪ ଘଣ୍ଟାରେ ପ୍ରବଳ ବର୍ଷିବ, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି - ରାଜ୍ୟରେ ଦୁର୍ବଳ ହୋଇଛି ମୌସୁମୀ

ରାଜ୍ୟରେ ଦୁର୍ବଳ ହୋଇଛି ମୌସୁମୀ । ଏହା ପ୍ରଭାବରେ ଆଗାମୀ ୪ ଦିନ ଯାଏ ବଡ଼ ବର୍ଷା ନାହିଁ । ଆସନ୍ତା ୩୧ ତାରିଖରୁ ପୁଣି ବର୍ଷାର ପରିମାଣ ବୃଦ୍ଧି ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଅଧିକ ପଢ଼ନ୍ତୁ

Weather update
ପାଣିପାଗ ସୂଚନା
author img

By ETV Bharat Odisha Team

Published : Aug 27, 2023, 7:08 PM IST

ପାଣିପାଗ ସୂଚନା

ଭୁବନେଶ୍ବର: ଦୁର୍ବଳ ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ କମ ରହିଛି । ବର୍ତ୍ତମାନ ପାଗ ଶୁଖିଲା ରହିବା ସହ ତାପମାତ୍ରା ବୃଦ୍ଧି ପାଇଛି । ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଥିବା ପ୍ରଚୁର ପରିମାଣର ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ଯୋଗୁଁ ବିଭିନ୍ନ ସ୍ଥାନରେ ଗୁଳୁଗୁଳି ଅନୁଭୂତ ହେଉଛି । ଏହି କ୍ରମରେ ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପ୍ରଭାବ କମ ରହିବ । ଅନ୍ୟପଟେ କିଛି କିଛି ସ୍ଥାନରେ ବିଜୁଳି, ଘଡଘଡ଼ି ସହ ବର୍ଷା ହେବାର ସମ୍ଭାବନା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଏହା ମଧ୍ୟ ପଢ଼ନ୍ତୁ: ହିମାଚଳରେ ପ୍ରକୃତିର କୋପ: ଭୂସ୍ଖଳନରେ ମାଟିରେ ମିଶିଲା ୮ଟି ଘର

ଆସନ୍ତା ୨୪ ଘଣ୍ଟାରେ କିଛି ସ୍ଥାନରେ ବିଜୁଳି, ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ମାଲକାନଗିରି, ଗଜପତି, ଗଞ୍ଜାମ, କନ୍ଧମାଳ, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଏବଂ ନବରଙ୍ଗପୁରରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି । ସେହିପରି ଆସନ୍ତାକାଲି ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ପାଣିପାଗ ବିଭାଗ କୌଣସି ସତର୍କ ସୂଚନା ଜାରି କରିନାହିଁ । ତେବେ ବର୍ତ୍ତମାନ ରାଜ୍ୟର କିଛି କିଛି ସ୍ଥାନରେ ବର୍ଷାର ସମ୍ଭାବନା ଥିବାରୁ ମୌସୁମୀର ସକ୍ରିୟତାକୁ ନେଇ ପୁଣି ୩୧ରୁ ବର୍ଷା ବଢ଼ିବ ବୋଲି ଆକଳନ କରାଯାଇଛି । ଏହି ସମୟରେ ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ହେବ ।
ଏହା ମଧ୍ୟ ପଢ଼ନ୍ତୁ: ଦୁର୍ବଳ ହେଲା ମୌସୁମୀ, ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ କମ ରହିବ ବର୍ଷାର ପ୍ରଭାବ

ସେପଟେ ଜୁନ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ସ୍ବାଭାବିକ ତୁଳନାରେ ୧୦ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଥିବା ବେଳେ ୧୧ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ୧୮ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି । କେବଳ ବୌଦ୍ଧ ଜିଲ୍ଲାରେ ସ୍ବାଭାବିକ ଠାରୁ ଅଧିକ ବର୍ଷା ହୋଇଛି । ଅନ୍ୟପଟେ ଗତ ୨୪ ଘଣ୍ଟାରେ ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ଜନିତ ବର୍ଷା ହୋଇଛି । ଗଜପତି କାଶୀନଗରରେ ସର୍ବାଧିକ ୫୭.୪ ବର୍ଷା ରେକର୍ଡ କରାଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.