ETV Bharat / state

Weather Update: ଆଜି ୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ! - ଆଞ୍ଚଳିକ ପାଣିପାଗ କେନ୍ଦ୍ର

ଆଜି ୭ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ । ଅଧିକ ପଢନ୍ତୁ

ଆଜି ୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା
ଆଜି ୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା
author img

By

Published : Aug 18, 2023, 12:41 PM IST

ଭୁବନେଶ୍ବର: ଲଘୁଚାପର ରୂପ ନେଇଛି ଘୂର୍ଣ୍ଣିବଳୟ । ସକ୍ରିୟ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗି ରହିଛି । ଆଜି(ଶୁକ୍ରବାର) ୭ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲା ଗୁଡିକ ହେଲେ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୂଆପଡା, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ । ଏହିସବୁ ଜିଲ୍ଲା ଗୁଡିକରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ରାଜ୍ୟର ଅନ୍ୟ ଜିଲ୍ଲା ଗୁଡିକରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ନେଇ ସତର୍କ କରାଯାଇଛି ।

ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଉତ୍ତର-ଓଡିଶା ତତ୍‌ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ରହିଛି । ଏହା ଆଗାମୀ ୨ରୁ ୩ ଦିନ ଯାଏଁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଉତ୍ତର ଓଡିଶା ଓ ଛତିଶଗଡ ମୁହାଁ ହେବାର ସମ୍ଭାବନା ଅଛି । ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ଓ ବିସ୍ତୃତି ବଢିଛି । ଆଜି ସକାଳ ସାଢେ ୮ଟା ସୁଦ୍ଧା ଖୋର୍ଦ୍ଧାରେ ସର୍ବାଧିକ ବର୍ଷା ହୋଇଛି ।

ଏହାମଧ୍ୟ ପଢନ୍ତୁ: Weather Update: ୧୨ ଘଣ୍ଟାରେ ଲଘୁଚାପ, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଖୋର୍ଦ୍ଧାରେ ୮୮ ମିମି ବର୍ଷ ରେକର୍ଡ ହୋଇଥିବା ବେଳେ ଏହାପଛକୁ ହୀରାକୁଦରେ ୮୭.୮ ମିମି, ନବରଙ୍ଗପୁରରେ ୮୧ ମିମି, କେନ୍ଦୁଝରରେ ୭୦.୬ ମିମି, ପୁରୀରେ ୬୯.୬ ମିମି, ଭୁବନେଶ୍ବରରେ ୬୩.୮ ମିମି ଓ ଟିଟିଲାଗଡରେ ୬୦. ୯ ମିମି ବର୍ଷ ରେକର୍ଡ କରାଯାଇଛି । ଗତକାଲି(ଗୁରୁବାର) ୧୪ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇଥିବା ବେଳେ ଏଥିରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣି ଜମିବା ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ଲୋକଙ୍କୁ ସତର୍କ କରାଇଛି । ପାଣି ଜମିବା ସ୍ଥାନରୁ ଦୂରେଇ ରହିବାକୁ ପରାମର୍ଶ ଦିଆଯାଇଛି । ତେବେ ଆସନ୍ତା ୨୩ରୁ ରାଜ୍ୟରେ ପୁଣି ବର୍ଷା ବଢିବ ।

ପ୍ରକାଶ ଥାଉକି, ଜୁନ ୧ରୁ ଏ ପର୍ଯ୍ୟନ୍ତ ରାଜ୍ୟରେ ୧୦ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ବୌଦ୍ଧରେ ସ୍ବାଭାବିକ ଠାରୁ ଅଧିକ ବର୍ଷା ହୋଇଛି । ୧୧ ଜିଲ୍ଲାରେ ସ୍ବାଭାବିକ ଠାରୁ ୨୦ରୁ ୫୯ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ୧୮ ଜିଲ୍ଲାରେ ସ୍ବାଭାବିକ ରହିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.