ଖୋର୍ଦ୍ଧା: ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ଅଘଟଣ ଘଟିଛି ଖୋର୍ଦ୍ଧା ଜିଲ୍ଲା ବାଘମାରି ଥାନା ଅନ୍ତର୍ଗତ ସିମର ବଜାର ନିକଟରେ । ମୃତ ଶ୍ରମିକ ଜଣଙ୍କ ସ୍ଥାନୀୟ କୋଟପଲା ଗ୍ରାମର ଶ୍ରମିକ ସୁଶାନ୍ତ ଲେଙ୍କା ।
ସୂଚନା ଅନୁଯାୟୀ ଏକ ନୂତନ କୋଠା ନିର୍ମାଣ କାମ ଚାଲିଥିବାବେଳେ ପାଣି ମଟର ବନ୍ଦ କରିବାକୁ ଯାଇ ବିଦ୍ୟୁତ ସଂସ୍ପର୍ଶରେ ଆସି ସୁଶାନ୍ତ ଗୁରୁତର ଆହତ ହୋଇଥିଲେ । ସଙ୍ଗେ ସଙ୍ଗେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ସୁଶାନ୍ତଙ୍କୁ ମୃତ ଘୋଷଣା କରିଥିଲେ । ଘଟଣା ସମ୍ପର୍କରେ ଖବର ପାଇ ବାଘମାରି ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ।
ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ