ETV Bharat / state

ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଯୁବକ ମୃତ

ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଗୌଡନୂଆଗାଁରେ ଘଟିଛି ଅଭାବନୀୟ ଘଟଣା । ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ୍ୟୁ । ଅଧିକ ପଢନ୍ତୁ...

author img

By

Published : Mar 19, 2021, 12:41 PM IST

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବକ ମୃତ
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବକ ମୃତ

ଖୋର୍ଦ୍ଧା: ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବକ ମୃତ । ଜିଲ୍ଲା ବେଗୁନିଆ ଥାନା ଗୌଡନୂଆଗାଁରେ ଘଟିଛି ଏପରି ଅଭାବନୀୟ ଘଟଣା । ମୃତ ଯୁବକ ଜଣକ ହେଲେ ଗୌଡ଼ନୂଆଗାଁର ଭାଗବତ ପଣ୍ଡା ।

ସୂଚନାନୁସାରେ,ଗୌଡ଼ନୂଆଗାଁର ଭାଗବତ ପଣ୍ଡା ଆଜି ସକାଳୁ ଶୌଚ ପାଇଁ ଗ୍ରାମ ନିକଟ ଗାଡ଼ିଆକୁ ଯାଇଥିଲେ । ସେଠାରେ ଥିବା ବୋରିଂର ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଅଚେତ ହୋଇପଡିଥିଲେ । ଏହା ପରେ ତାଙ୍କୁ ସଙ୍ଗେ ସଙ୍ଗେ ନିକଟସ୍ଥ କଳାପଥର ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବକ ମୃତ

ଖବର ପାଇ ବେଗୁନିଆ ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଅଧିକ ତଦନ୍ତ ଜାରି ରଖିଛି । ଭେଣ୍ଡିଆ ପୁଅକୁ ହରାଇ ପରିବାରରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା,ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.