ETV Bharat / state

ମୋ ସରକାର ସମୀକ୍ଷା: ସ୍ୱାସ୍ଥ୍ୟ ବିଭାଗର ସର୍ବୋତ୍ତମ ପ୍ରଦର୍ଶନ, ଫିଡବ୍ୟାକ ସଂଗ୍ରହ ନିର୍ଦ୍ଦେଶ - ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ସରକାରଙ୍କ ମୋ ସରକାର କାର୍ଯ୍ୟକ୍ରମର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ

Etv Bharat
Etv Bharat
author img

By

Published : Jan 18, 2023, 11:33 AM IST

Updated : Jan 18, 2023, 4:54 PM IST

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ରାଜ୍ୟ ସରକାରଙ୍କ ମୋ ସରକାର କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ଜିଲ୍ଲାସ୍ତରରେ ଅଧିକ ଫିଡବ୍ୟାକ ସଂଗ୍ରହ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟ ଶାସନ ସଚିବ ଏ ସଂପର୍କରେ ସମୀକ୍ଷା କରି ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସ୍ବାସ୍ଥ୍ୟ ବିଭାଗର ଫିଡବ୍ୟାକ ସର୍ବୋତ୍ତମ ଥିବାବେଳେ ବିଭିନ୍ନ ବିଭାଗ ସେମାନଙ୍କ ଡାଟାବେସକୁ ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ସମୀକ୍ଷାରୁ ଜଣାଯାଇଛି ଯେ ସ୍ବାସ୍ଥ୍ୟ ବିଭାଗର ପ୍ରଦର୍ଶନ ସର୍ବୋତ୍ତମ ରହିଛି । ବିଶେଷକରି ସରକାରୀ ଡାକ୍ତରଖାନା ମାନଙ୍କରେ ମିଳୁଥିବା ସେବା ସଂପର୍କରେ ଜନସାଧାରଣଙ୍କ ଫିଡବ୍ୟାକ ବହୁତ ଭଲ ରହିଛି । ୯୯ ପ୍ରତିଶତରୁ ଅଧିକ ମତ ଉତ୍ତମ ବୋଲି ଜଣାଯାଇଛି । ସେହିପରି ବେସରକାରୀ ଡାକ୍ତରଖାନା ଗୁଡିକରେ ୯୮ ପ୍ରତିଶତ ଫିଡବ୍ୟାକ ଉତ୍ତମ ରହିଛି । ବିଶେଷକରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଏହି ଫିଡବ୍ୟାକ ନିଆଯାଇଛି ।

ଗୃହ ନିର୍ମାଣ ଓ ନିଗର ଉନ୍ନୟନ ବିଭାଗ କାମରେ ମଧ୍ୟ ଉନ୍ନତି ଆସିଛି ବୋଲି ଜଣାଯାଇଛି । ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ୯୬ ପ୍ରତିଶତ, ରାଜସ୍ବ ବିଭାଗର ୯୮ ପ୍ରତିଶତ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ୯୨ ପ୍ରତିଶତ ଫିଡବ୍ୟାକ ଅତି ଉତ୍ତମ ରହିଛି । ମିଶନ ଶକ୍ତି ବିଭାଗ ଅପେକ୍ଷାକୃତ ନୂତନ ବିଭାଗ ହୋଇଥିବାରୁ ଏହାର ଫିଡବ୍ୟାକ ବ୍ୟବସ୍ଥା ପ୍ରସ୍ତୁତ କରାଯାଉଛି । ସବ୍‌ରେଜିଷ୍ଟର ଅଫିସ, ବିଲ୍‌ଡିଂ ପ୍ଲାନ ଅନୁମୋଦନ, ବିଲ ପ୍ରଦାନ, ଜାତିଗତ ପ୍ରମାଣପତ୍ର ଆଦି ପ୍ରଦାନ କ୍ଷେତ୍ରରେ ସମସ୍ୟା ରହୁଛି ବୋଲି ଫିଡବ୍ୟାକରୁ ଜଣାଯାଇଛି ।

ଏସବୁ କ୍ଷେତ୍ରରେ ଅଧିକ ପାରଦର୍ଶିତାର ସହ କାମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସମସ୍ତ ବିଭାଗ ନିଜ ନିଜର ସେବା ପ୍ରଦାନ କାର୍ଯ୍ୟକ୍ରମ ଗୁଡିକୁ ଅତ୍ୟନ୍ତ ଦକ୍ଷତାର ସହ ତୁଲାଇବାର ଆବଶ୍ୟକତା ରହିଛି । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି ଯେ, ଗତ ସମୀକ୍ଷାରୁ ବର୍ତ୍ତମାନ ମଧ୍ୟରେ ଫିଡବ୍ୟାକ ବ୍ୟବସ୍ଥାରେ ଯଥେଷ୍ଟ ଉନ୍ନତି ଆସିଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶାନୁଯାୟୀ ଜିଲ୍ଲାସ୍ତରରେ ଉତ୍ତମ ଫିଡବ୍ୟାକ ସଂଗ୍ରହ ପାଇଁ ପଦକ୍ଷେପ ନିଆଯିବ । ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା କହିଛନ୍ତି ଯେ, ମୋ ସରକାର କାର୍ଯ୍ୟକ୍ରମ ଯୋଗୁ ବିଭିନ୍ନ ବିଭାଗର କ୍ଷେତ୍ରସ୍ତରୀୟ ପ୍ରଦର୍ଶନରେ ଯଥେଷ୍ଟ ଉନ୍ନତି ଆସିଛି । ସେଥିପାଇଁ ଅଭିଯୋଗର ପରିମାଣ ମଧ୍ୟ କମିଛି ।

ଇଟିଭି ଭାରତ, ଭୁବନଶ୍ବର

Last Updated : Jan 18, 2023, 4:54 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.