କୋରାପୁଟ: ଦିଲ୍ଲୀରେ ଘଟିଥିବା ହିଂସାକାଣ୍ଡକୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ଅଭିଯୋଗରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହାଙ୍କ ଇସ୍ତଫା ଦାବି ସହ କୁଶପୁତ୍ତଳିକା ଦାହକଲା କୋରାପୁଟ ଜିଲ୍ଲା କଂଗ୍ରେସ ।
କୋରାପୁଟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନୁଷ୍ଠିତ ପ୍ରତିବାଦ ସଭାରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ସମେତ ଅନେକ ଜିଲ୍ଲାସ୍ତରୀୟ ନେତୃବୃନ୍ଦ କେନ୍ଦ୍ର ସରକାରଙ୍କ ଦ୍ବାରା ଅଣାଯାଇଥିବା ସିଏଏକୁ ବିରୋଧ କରିଥିଲେ । ଏନେଇ ଦଳ ପକ୍ଷରୁ ବିକ୍ଷୋଭ ପ୍ରର୍ଦଶନ କରିବା ସହ ଶାହାଙ୍କ ଇସ୍ତଫା ଦାବି କରାଯାଇଥିଲା ।
କୋରାପୁଟରୁ ସିଏଚ ଶାନ୍ତାକାର, ଇଟିଭି ଭାରତ