କୋରାପୁଟ: ସଡକ ଦୁର୍ଘଟଣାରେ ଜଣକ ମୃତ୍ୟୁ ଅଭିଯୋଗ । କୋରାପୁଟ ଜିଲ୍ଲାର କାକିରିଗୁମା ଥାନା ଅନ୍ତର୍ଗତ କେଲାର ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ଏକ ବାଇକକୁ ଅଜଣା ଗାଡି ଧକ୍କା ଦେବାରୁ ଜଣେ ମୃତ୍ୟୁବରଣ କରିଥିବାବେଳେ 2ଜଣ ଗୁରୁତର ହୋଇଛନ୍ତି ।
ସୂଚନା ଅନୁସାରେ, ଗୁରୁତରଙ୍କୁ କୋରାପୁଟ ସ୍ଥାନାନ୍ତର କରାଯାଇଛି । ଅନ୍ୟପଟେ କ୍ଷତିପୂରଣ ଦାବିରେ ମୃତକଙ୍କ ପରିବାର ଓ ଗ୍ରାମବାସୀଙ୍କ ଦ୍ବାରା 326 ନମ୍ବର ଜାତୀୟ ରାଜପଥକୁ ଅବରୋଧ କରାଯାଇଛି ।ଘଟଣାସ୍ଥଳରେ ପୋଲିସ ପହଞ୍ଚି ବୁଝାସୁଝା କରିବା ପରେ ପରିସ୍ଥିତି ଏବେ ସ୍ବଭାବିକ ହୋଇଥିଲା ।
କୋରାପୁଟରୁ ସିଏଚ ଶାନ୍ତାକାର, ଇଟିଭି ଭାରତ