ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଏନଆରସି, ସିଏଏ ଓ ଇଭିଏମ ବିରୋଧରେ ଆଜି ଭାରତ ବନ୍ଦ ଡାକରା ଦିଆଯାଇଛି । ବହୁଜନ କ୍ରାନ୍ତି ମୋର୍ଚ୍ଚା ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ଏହି ବନ୍ଦ ଡାକରାରେ ଜିଲ୍ଲାରେ ଯାନବାହାନ ଚଳାଚଳ ସହ ଦୋକାନ ବଜାର ସଂପୂର୍ଣ୍ଣ ଭାବେ ବନ୍ଦ ରହିଛି। ଏହା ସହ ବିଭିନ୍ନ ସ୍ଥାନରେ ରାସ୍ତାରୋକ କରାଯାଇଛି ।
ସୁରକ୍ଷା ଦୃଷ୍ଟିରୁ ଜିଲ୍ଲାପାଳ ସମସ୍ତ ସ୍କୁଲ କଲେଜ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ବ୍ୟାପକ ପୋଲିସ ମୁତୟନ କରାଯାଇଛି ।
ମାଲକାନଗିରିରୁ ଜୟନ୍ତ ତିଆଡି, ଇଟିଭି ଭାରତ