ETV Bharat / state

ମାଓବାଦୀଙ୍କ ବର୍ବରତା, ଆଇଇଡି ବିସ୍ଫୋରଣରେ 9 ଗୁରୁତର - bijepur

ନିର୍ବାଚନ ପୂର୍ବରୁ ବର୍ବର କାଣ୍ଡ ଘଟାଇଲେ ମାଓବାଦୀ । ମାଲକାନଗିରି ସୀମାନ୍ତ ଛତିଶଗଡର ବିଜାପୁରର ନିକଟରେ ହୋଇଛି ମାଓ ହାମଲା । ତେବେ ଏହି ଆକ୍ରମଣର ଶିକାର ହୋଇଛନ୍ତି ସାଧାରଣ ଲୋକେ ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ମାଲକାନଗିରି
author img

By

Published : Mar 21, 2019, 1:10 AM IST

ମାଲକାନଗିରି: ସାଧାରଣ ନିର୍ବାଚନକୁ ଟାର୍ଗେଟ କରି ମାଓବାଦୀଙ୍କ ବର୍ବର କାଣ୍ଡ । ମାଲକାନଗିରି ସୀମାନ୍ତ ଛତିଶଗଡର ବିଜାପୁରର ହୋଇଛି ମାଓ ହମଲା । ଏଥର ସୁରକ୍ଷାକର୍ମୀ ମୁହେଁ ମାଓ ହିଂସାର ଶିକାର ହୋଇଛନ୍ତି ସାଧାରଣ ଜନତା । ଲାଲବାହିନୀର ଆଇଇଡି ବିସ୍ଫୋରଣରେ ବୋଲେରୋରେ ଯାଉଥିବା 9 ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ମାଲକାନଗିରି

ପ୍ରାଥମିକ ସୂଚନା ମୁତାବକ, 9 ଜଣ ସାଧାରଣ ଲୋକେ ଏକ ବୋଲେରୋ ଯୋଗେଁ ମେଳା ଦେଖିବାକୁ ଯାଉଥିବାବେଳେ ପେଦାକଡେପାଲ ଅଞ୍ଚଳରେ ଏହି ବିସ୍ଫୋରଣ ହୋଇଛି । 9 ଗୁରୁତର ହୋଇଥିବା ଯାତ୍ରୀଙ୍କ ମଧ୍ୟରେ 2 ଗର୍ଭବତୀ ମହିଳା ରହିଥିବା ଜଣାପଡିଛି । ସେମାନଙ୍କ ମଧ୍ୟରୁ 4ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବାବେଳେ 5ଜଣ ଆହତ ହୋଇଛନ୍ତି । ସମସ୍ତଙ୍କୁ ଜିଲ୍ଲା ସଦର ମହକୁମା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ଆଗକୁ ସାଧାରଣ ନିର୍ବାଚନ ଥିବାରୁ ସୁରକ୍ଷାକର୍ମୀଙ୍କ ଗାଡିକୁ ଉଡାଇବାକୁ ମାଓବାଦୀ ଯୋଜନା କରିଥିବାବେଳେ ଯାତ୍ରୀଙ୍କୁ ନେଇ ଯାଉଥିବା ବୋଲେରୋ ଏହି ଆକ୍ରୋଶର ଶିକାର ହୋଇଥିବା ଜଣାପଡିଛି ।

ମାଲକାନଗିରିରୁ ଜୟନ୍ତ ତିଆଡି, ଇଟିଭି ଭାରତ

Intro:Body:

ଜବତ ହେଲା ହିଜବ୍ବୁଲ ମୁଜାହିଦ୍ଦୀନର ସମ୍ପତ୍ତି

ଶ୍ରୀନଗର: ଆତଙ୍କୀଙ୍କ ବିରୁଦ୍ଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ବଡ ପଦକ୍ଷେପ । ଆତଙ୍କୀ ଫଣ୍ଡିଂ ମାମଲାରେ କାର୍ଯ୍ୟାନୁଷ୍ଠାନ ନେଲା ଇଡି । ଆତଙ୍କୀ ସଙ୍ଗଠନ ହିଜବ୍ବୁଲ ମୁଜାହିଦ୍ଦୀନର ମୁଖିଆ ସଇଦ ସଲାଉଦ୍ଦୀନର ଜମ୍ମୁ କଶ୍ମୀରରେ ଥିବା 13ଟି ସମ୍ପତ୍ତି ଜବତ କରିଛି ଇଡି । କିନ୍ତୁ ସଲାଉଦ୍ଦୀନ ବର୍ତ୍ତମାନ ପାକିସ୍ତାନର ରାୱଲପିଣ୍ଡିରେ ରହୁଛି ।

ଧନ ସଂଶୋଧନ ନିବାରଣ ଅଧିନିୟମ (ପିଏମଏଲଏ) ଅନୁଯାୟୀ ହିଜବ୍ବୁଲ ବିରୁଦ୍ଧରେ ଇଡି ସମ୍ପତ୍ତି ଜବତ କରିବା ପାଇଁ ନୋଟିସ ଜାରି କରିଥିଲା । ଏହି ସମ୍ପତ୍ତି ବନ୍ଦିପୋରା ବାସିନ୍ଦା ମହମ୍ମଦ ଶାଫି ଶାହ ଓ ଆତଙ୍କୀ ସଙ୍ଗଠନ ସହ ଜଡିତ ରାଜ୍ୟର 6 ଜଣଙ୍କ ନାମରେ ରହିଛି । ପୂର୍ବରୁ ସଲାଉଦ୍ଦୀନ, ସାହ ଓ ଅନ୍ୟମାନଙ୍କ ବିରୁଦ୍ଧରେ ବେଆଇନ ଗତିବିଧି ନିୟନ୍ତ୍ରଣ ଅଧିନିୟମ (ୟୁଏପିଏ) ଆଧାରରେ ଅଭିଯୋଗ ପତ୍ର ଦାଖଲ କରିଥିଲା ଇଡି ।   

ନିକଟରେ ଜମ୍ମୁ ବସଷ୍ଟାଣ୍ଡରେ ଗ୍ରେନେଡ ଆକ୍ରମଣ ଘଟଣାରେ ହିଜ୍ଜବୁଲ ଆତଙ୍କୀ ସଙ୍ଗଠନର ନାମ ସାମନାକୁ ଆସିଥିଲା । ତେବେ ଆକ୍ରମଣକାରୀ ୟାସିର ଭଟ୍ଟକୁ ଗିରଫ କରିଥିଲା ପୋଲିସ । ହିଜ୍ଜବୁଲ କମାଣ୍ଡରର ନିର୍ଦ୍ଦେଶକ୍ରମେ ୟାସିର ବସଷ୍ଟାଣ୍ଡରେ ଗ୍ରେନେଡ ମାଡ କରିଥବା ସ୍ୱୀକାର କରିଥିଲା । 

Conclusion:
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.