ETV Bharat / state

ପ୍ରମାଣପତ୍ର ଦେଉନାହାନ୍ତି ପ୍ରଧାନ ଶିକ୍ଷୟିତ୍ରୀ, ଜିଲ୍ଲାପାଳଙ୍କୁ ଭେଟିଲେ ଛାତ୍ରଛାତ୍ରୀ

author img

By

Published : Aug 21, 2022, 10:39 AM IST

ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ତାରଲାକୋଟା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ସ୍କୁଲ ଲିଭିଙ୍ଗ ସାର୍ଟିଫିକେଟ ଦେଉନଥିବା ଅଭିଯୋଗ । ଏନେଇ ଜିଲ୍ଲାପାଳଙ୍କ ଦ୍ବାରସ୍ଥ ହେଲେ ଛାତ୍ରଛାତ୍ରୀ । ଅଧିକ ପଢନ୍ତୁ

ସ୍କୁଲ ଲିଭିଙ୍ଗ ସାର୍ଟିଫିକେଟ ଦେଉନାହାନ୍ତି ପ୍ରଧାନ ଶିକ୍ଷୟିତ୍ରୀ

ମାଲକାନଗିରି: ଛାତ୍ରଛାତ୍ରୀଙ୍କୁ ସ୍କୁଲ ଲିଭିଙ୍ଗ ସାର୍ଟିଫିକେଟ ଦେଉନଥିବା ଅଭିଯୋଗ ନେଇ ଜିଲ୍ଲାପାଳଙ୍କ ଦ୍ବାରସ୍ଥ ହେଲେ ଛାତ୍ରଛାତ୍ରୀ । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ତାରଲାକୋଟା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ।

ସୂଚନାଅନୁସାରେ, ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ତାରଲାକୋଟା ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ନାମରେ ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି ଛାତ୍ରଛାତ୍ରୀ । ସ୍କୁଲ ଲିଭିଙ୍ଗ ସାର୍ଟିଫିକେଟ ପ୍ରଧାନ ଶିକ୍ଷୟିତ୍ରୀ ପିଲାଙ୍କୁ ଦେଉନଥିବା ଅଭିଯୋଗରେ ପାଖାପାଖି ୨୦ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ଅଭିଯୋଗ ନେଇ ଜିଲ୍ଲାପାଳଙ୍କ ଦ୍ବାରସ୍ଥ ହୋଇଛନ୍ତି ।

ଅନ୍ୟପଟେ ଏହି ଛାତ୍ରଛାତ୍ରୀମାନେ ଦଶମ ପାସ କରିବା ସହିତ, ବିଭିନ୍ନ କଲେଜ ମାନଙ୍କରେ ଆଡ଼ମିଶନ ପାଇଁ ତତ୍ପରତା ଦେଖାଉଥିବା ବେଳେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମାନୀ ଯୋଗୁଁ ଛାତ୍ରଛାତ୍ରୀ ହନ୍ତସନ୍ତ ହେଉଥିବା ଅଭିଯୋଗ କରିଛନ୍ତି । ଅଭିଯୋଗ ପରେ ଜିଲ୍ଲା ଶିକ୍ଷା ଅଧିକାରୀ ମାନସ କୁମାର ଜେନାଙ୍କୁ ଏନେଇ ଅବଗତ କରାଇଥିଲେ ଅତିରିକ୍ତ ଜିଲ୍ଲାପାଳ ମହେଶ୍ୱର ନାୟକ । ଏହାସହ ଯଥାଶିଘ୍ର ସମସ୍ୟାର ସମାଧାନ ସହ ସ୍କୁଲ ଲିଭିଙ୍ଗ ସାର୍ଟିଫିକେଟ ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ତେବେ ଏହି ଘଟଣା ନେଇ ପ୍ରଧାନ ଶିକ୍ଷୟିତ୍ରୀଙ୍କ ପ୍ରତିକ୍ରିୟା ମିଳିପାରିନଥିବା ବେଳେ ଏହାର ସଠିକ୍ ତଦନ୍ତ କରିବା ସହିତ ଶିକ୍ଷୟିତ୍ରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜିଲ୍ଲା ଶିକ୍ଷାଧିକାରୀ ମାନସ କୁମାର ଜେନା କହିଛନ୍ତି ।

ଇଟିଭି ଭାରତ, ମାଲକାନଗିରି

For All Latest Updates

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.