ମାଲକାନଗିରି: ଆଜି ମାଲକାନଗିରି ଜିଲ୍ଲାର ସ୍ବାଭିମାନ ଅଞ୍ଚଳବାସୀଙ୍କ ସହ କଥା ହେବେ ମୁଖ୍ୟମନ୍ତ୍ରୀ। ଭିଡିଓ କନଫରେନ୍ସ ଜରିଆରେ ଦିନ 11 ଟା ରୁ 11.30 ପର୍ଯ୍ୟନ୍ତ କଥା ହେବେ ମୁଖ୍ୟମନ୍ତ୍ରୀ।
ଅଞ୍ଚଳର ବିକାଶ ନେଇ ସିଧାସଳଖ ଲୋକଙ୍କ ସହ ଆଲୋଚନା କରିବେ ବୋଲି ଜଣାପଡିଛି। ଏହା ସହିତ 9ଟି ପଞ୍ଚାୟତର ପ୍ରତ୍ୟେକ ଲୋକଙ୍କୁ ଗୋଟିଏ ଲେଖାଏଁ 4ଜି ମୋବାଇଲ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ।
2018 ଜୁଲାଇରେ ଗୁରୁପ୍ରିୟା ସେତୁ ଉଦଘାଟନ ହେବା ପରେ ବାଲିମେଳା ଜଳଭଣ୍ଡାର ଆରପଟେ ଥିବା 9ଟି ପଞ୍ଚାୟତ ବାସିନ୍ଦାଙ୍କ ସାମାଜିକ ଓ ଅର୍ଥନୈତିକ ବିକାଶ ପାଇଁ ସରକାରଙ୍କ ପକ୍ଷରୁ ଅନେକ କାର୍ଯ୍ୟକ୍ରମ କରାଯାଇଛି ।
ମାଲକାନଗିରିରୁ ଦେବଦତ୍ତ ବେହେରା, ଇଟିଭି ଭାରତ