ETV Bharat / state

ବନ୍ଧୁକ ମୁନରେ ପେଟ୍ରୋଲ ପମ୍ପରୁ ଟଙ୍କା ଲୁଟ୍‌, CCTVରେ କଏଦ ହେଲା ଦୃଶ୍ୟ

ମୟୂରଭଞ୍ଜ ଜିଲ୍ଲା ବୈଶିଙ୍ଗା ଥାନା ମାଣିତ୍ରୀ ନିକଟରେ ଥିବା ଇଣ୍ଡିଆନ ଅଏଲ ପେଟ୍ରୋଲ ପମ୍ପରୁ ଗତକାଲି(ବୁଧବାର) ବିଳମ୍ବିତ ରାତିରେ ବନ୍ଧୁକ ଦେଖାଇ ପେଟ୍ରୋଲ ପମ୍ପ କର୍ମଚାରୀଙ୍କଠାରୁ ୪୦ ହଜାର ଟଙ୍କା ଲୁଟିନେଲେ ଦୁଇ ଦୁର୍ବୃତ୍ତ । ଅଧିକ ପଢନ୍ତୁ...

ବନ୍ଧୁକ ଦେଖାଇ ପେଟ୍ରୋଲ ପମ୍ପରୁ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

author img

By

Published : Nov 11, 2021, 12:09 PM IST

Updated : Nov 11, 2021, 12:21 PM IST

ବାରିପଦା: ମୟୂରଭଞ୍ଜ ଜିଲ୍ଲାରେ ବଢୁଛି ଅପରାଧ । ପୁଣି ବନ୍ଧୁକ ମୁନରେ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ମୟୂରଭଞ୍ଜ ଜିଲ୍ଲା ବୈଶିଙ୍ଗା ଥାନା ମାଣିତ୍ରୀ ନିକଟରେ ଥିବା ଇଣ୍ଡିଆନ ଅଏଲ ପେଟ୍ରୋଲ ପମ୍ପରୁ ଗତକାଲି(ବୁଧବାର) ବିଳମ୍ବିତ ରାତିରେ ବନ୍ଧୁକ ଦେଖାଇ ପେଟ୍ରୋଲ ପମ୍ପ କର୍ମଚାରୀଙ୍କଠାରୁ ଦୁଇ ଜଣ ଦୁର୍ବୃତ୍ତ ୪୦ ହଜାର ଟଙ୍କା ଲୁଟିନେଇଛନ୍ତି ।

ବନ୍ଧୁକ ମୁନରେ ପେଟ୍ରୋଲ ପମ୍ପରୁ ଟଙ୍କା ଲୁଟ୍‌, CCTVରେ କଏଦ ହେଲା ଦୃଶ୍ୟ

ତେବେ ଦୁଇ ଜଣ ଦୁର୍ବୃତ୍ତ ମୁଖା ପିନ୍ଧି ଆସି ଟଙ୍କା ଲୁଟିନେଇ ଫେରାର ହୋଇଯାଇଥିଲେ । ଖବର ପାଇ ଘଟଣା ସ୍ଥଳରେ ବୈଶିଙ୍ଗା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଲୁଟ୍‌ ସମୟର ପୁରା ଘଟଣା ସିସିଟିଭିରେ କଏଦ ହୋଇଥିବା ବେଳେ ପୋଲିସ ସିସିଟିଭି ଫୁଟେଜକୁ ଆଧାର କରି ଘଟଣାର ତଦନ୍ତ କରୁଥିବା ଜଣାପଡ଼ିଛି ।

ମୟୂରଭଞ୍ଜରୁ ମୃତ୍ୟୁଞ୍ଜୟ ସେନାପତି, ଇଟିଭି ଭାରତ

Last Updated : Nov 11, 2021, 12:21 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.