ବାରିପଦା: ଜିଲ୍ଲାରୁ ନୂତନ କରି ୮ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୭ଜଣ ଶୁଳିଆପଦା ବ୍ଲକ ଅଞ୍ଚଳର ମହାରାଷ୍ଟ୍ର ଫେରନ୍ତା ହୋଇଥିବାବେଳେ ଜଣେ ଉଦଳା ବ୍ଲକ ଅଞ୍ଚଳର ହାଇଦ୍ରାବାଦ ଫେରନ୍ତା ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ସେମାନେ ସମସ୍ତେ ଜିଲ୍ଲାକୁ ପ୍ରତ୍ୟାବର୍ତ୍ତନ କରିବା ପରେ ବ୍ଲକ କ୍ବାରେଣ୍ଟାଇନ ସେଣ୍ଟରରେ ରହୁଥିଲେ । ନୂଆ ୮ ଜଣ କୋରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ନିମନ୍ତେ ସ୍ଥାନୀୟ ବାଙ୍କୀ ସୋଲ ସ୍ଥିତ କୋଭିଡ଼ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତ ପୁରୁଷ ହୋଇଥିବା ବେଳେ ଜିଲ୍ଲାର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୫କୁ ଛୁଇଁଛି । ସେଥିମଧ୍ୟରୁ ୨୧ଜଣ କୋରୋନା ଆକ୍ରାନ୍ତ ସକ୍ରିୟ ଥିବାବେଳେ ୧୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
ମୟୂରଭଞ୍ଜରୁ ମୃତ୍ୟୁଞ୍ଜୟ ସେନାପତି, ଇଟିଭି ଭାରତ