ETV Bharat / state

ଗଛରୁ ନାବାଳକର  ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

ଗଛରୁ ଝୁଲନ୍ତା ଅବସ୍ଥାରେ ଜଣେ ନାବାଳକର ମୃତଦେହ ଉଦ୍ଧାର । ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲା ଯାମଦା ଥାନା ଅନ୍ତର୍ଗତ ହେଁସେଲପେଟା ଗ୍ରାମରେ । ପଢନ୍ତୁ ସମ୍ପୂର୍ଣ୍ଣ ଖବର..

author img

By

Published : Oct 12, 2020, 11:04 PM IST

ଗଛରୁ ଝୁଲନ୍ତା ନାବାଳକର ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

ରାଇରଙ୍ଗପୁର: ଗଛରୁ ଝୁଲନ୍ତା ଅବସ୍ଥାରେ ଜଣେ ନାବାଳକର ମୃତଦେହ ଉଦ୍ଧାର । ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲା ଯାମଦା ଥାନା ଅନ୍ତର୍ଗତ ହେଁସେଲପେଟା ଗ୍ରାମରେ । ବାପଛେଉଣ୍ଡ ନାବାଳକ ସମରା ତିରିଆ (୧୭) ଗତକାଲି (ରବିବାର) ଠାରୁ ନିଖୋଜ ଥିବା ବେଳେ ଆଜି ଗ୍ରାମ ନିକଟସ୍ଥ ଖେଳପଡିଆରେ ଥିବା ଏକ ବିରାଟ ଅଶ୍ୱତ୍ଥ ଗଛରେ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ମିଳିଥିଲା ।

ସ୍ଥାନୀୟ ଲୋକେ ନାବାଳକକୁ ଝୁଲୁଥିବା ଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଯାମଦା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହିତ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲେ । ସେପଟେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ଘରେ କେବଳ ମାଆ ଥିବା ଜଣାପଡ଼ିଛି ।

ରାଇରଙ୍ଗପୁରରୁ ସଞ୍ଜୟ ପରିଡା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.