ETV Bharat / state

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ମୟୂରଭଞ୍ଜ ଜିଲ୍ଲା ବାଦାମପାହାଡ ଥାନା ଅନ୍ତର୍ଗତ ଚୁଲିଭଙ୍ଗା ଗାଁରେ ଜଣେ ବିବାହିତା ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଅଧିକ ପଢନ୍ତୁ...

author img

By

Published : Jun 8, 2021, 6:47 PM IST

Updated : Jun 8, 2021, 7:07 PM IST

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲା ବାଦାମପାହାଡ ଥାନା ଅନ୍ତର୍ଗତ ଚୁଲିଭଙ୍ଗା ଗାଁରେ ଅଘଟଣ। ଗାଁ ନିକଟରେ ଥିବା ଏକ ଗଛରେ ଜଣେ ବିବାହିତା ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୋଲିସ। ମୃତ ମହିଳା ଜଣକ ହେଲେ ଚୁଲିଭଙ୍ଗା ଗ୍ରାମର ବାବୁରାମ ମାରାଣ୍ଡିଙ୍କ ସ୍ତ୍ରୀ ଗୁରୁବାରି ମାରାଣ୍ଡି।

ତେବେ ଶାଢ଼ୀ ସାହାଯ୍ୟରେ ବର ଗଛରେ ମୃତଦେହ ଝୁଲୁଥିବା ଦେଖି ଗାଁ ଲୋକେ ବାଦାମପାହାଡ ଥାନା ପୋଲିସକୁ ଖବର ଦେବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ଛାନଭିନ ଆରମ୍ଭ କରିଥିଲେ । ପରେ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ରାଇରଙ୍ଗପୁର ଡାକ୍ତରଖାନା ପଠାଇଥିଲେ। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ, ମହିଳାଙ୍କୁ ହତ୍ୟା କରାଯାଇଥିବା ପାରିପାର୍ଶ୍ବିକ ସ୍ଥିତିରୁ ପୋଲିସ ଅନୁମାନ କରୁଛି।

ରାଇରଙ୍ଗପୁରରୁ ସଞ୍ଜୟ ପରିଡା, ଇଟିଭି ଭାରତ

Last Updated : Jun 8, 2021, 7:07 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.