ETV Bharat / state

ବିଷ ପିଇ ଯୁବତୀଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

author img

By

Published : Apr 2, 2021, 7:21 PM IST

ରାଇରଙ୍ଗପୁର କଲରଦା ଗ୍ରାମରେ ବିଷ ପିଇ ଯୁବତୀଙ୍କ ଆତ୍ମହତ୍ୟା । ଆତ୍ମହତ୍ୟାର କାରଣ ଅସ୍ପଷ୍ଟ । ଅଧିକ ପଢନ୍ତୁ...

ବିଷ ପିଇ ଯୁବତୀଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ
ବିଷ ପିଇ ଯୁବତୀଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଟାଉନ ଥାନା ପୁରୁଣାପାଣି ପଞ୍ଚାୟତ ଅନ୍ତର୍ଗତ କଲରଦା ଗ୍ରାମରେ ବିଷ ପିଇ ଯୁବତୀଙ୍କ ଆତ୍ମହତ୍ୟା । ମୃତ ଯୁବତୀ ଜଣକ କଲରଦା ଗ୍ରାମର ସ୍ବର୍ଗତ ପିଥ ସୋରେନଙ୍କ ୨୦ ବର୍ଷୀୟା ଝିଅ ନୁନି ସୋରେନ । ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ।

ସୂଚନାଯୋଗ୍ୟ, ଯୁବତୀ ଜଣକ ନିଜ ବିଧବା ମାଆ ସହ ରୁହନ୍ତି । ମାଆ କାମ କରିବାକୁ ବାହାରକୁ ଯାଇଥିବା ସମୟରେ ଯୁବତୀ ବିଷ ପିଇଥିଲେ ଏବଂ ଅନ୍ୟ ଗାଁରେ ବିବାହ ହୋଇଥିବା ନିଜ ବଡ ଭଉଣୀଙ୍କୁ ଫୋନ କରି ଜଣାଇଥିଲେ । ଖବର ପାଇ ବଡ ଭଉଣୀ ଓ ପଡୋଶୀ ମୁମୂର୍ଷୁ ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ରାଇରଙ୍ଗପୁର ହସ୍ପିଟାଲକୁ ଆଣିଥିଲେ । ହେଲେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା । ସୂଚନା ପାଇ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିବା ଜଣାପଡିଛି । ସେପଟେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବାବେଳେ ଟାଉନ ଥାନା ପୋଲିସ କେସ ନମ୍ବର ୫/୨୧ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି ।

ରାଇରଙ୍ଗପୁରରୁ ସଞ୍ଜୟ କୁମାର ପରିଡା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.